ଭୁବନେଶ୍ୱର,୨୨।୨(ବ୍ୟୁରୋ): ଶୁକ୍ରବାର ପବିତ୍ର ଜାଗର ଲାଗି ରାଜଧାନୀ ଚଳଚଞ୍ଚଳ ଥିବାବେଳେ ଇନ୍ଫୋସିଟି ଥାନା ଅଧୀନ ସିପେଟ୍ ନିକଟସ୍ଥ ଏକ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଅଞ୍ଚଳର ଚିନ୍ମୟ କୁମାର ସ୍ବାଇଁ (୩୧)। ଏ ନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି। ପ୍ରାଥମିକ ତଦନ୍ତରୁ ଏହା ଏକ ହତ୍ୟାକାଣ୍ଡ ବୋଲି ପୋଲିସ ସନ୍ଦେହ କରୁଛି। ମୃତଦେହକୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିବାବେଳେ ସେଠାରେ ଉତ୍ତେଜନା ଦେଖିବାକୁ ମିଳିଥିଲା। ସେମାନଙ୍କୁ ନ ଜଣାଇ ବ୍ୟବଚ୍ଛେଦ କରାଯିବାକୁ ଉଦ୍ୟମ ହେଉଥିବା ଅଭିଯୋଗ ଆଣି ପରିବାର ଲୋକେ ହୋହଲ୍ଲା କରିଥିଲେ। ପୋଲିସ ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିିଥିଲା। ଶନିବାର ମୃତଦେହ ବ୍ୟବଚ୍ଛେଦ କରାଯିବ ବୋଲି ପୋଲିସ କହିଛି।
ସୂଚନା ଅନୁଯାୟୀ, ଚିନ୍ମୟ ରାଜଧାନୀର ଏକ କନ୍ଷ୍ଟ୍ରକ୍ଶନ୍ କମ୍ପାନୀରେ କାମ କରୁଥିଲେ। ସିପେଟ ନିକଟରେ ଥିବା ଏକ ଘରେ ସେ ଅନ୍ୟ ଜଣେ ଯୁବକଙ୍କ ସହ ଏକାଠି ରହୁଥିଲେ। ଶୁକ୍ରବାର ଚିନ୍ମୟ ଓ ତାଙ୍କ ସାଙ୍ଗ ଉକ୍ତ ଘରେ କବାଟ ଭିତରୁ ବନ୍ଦ କରି ଶୋଇଥିଲେ। ତେବେ ବେକରେ ତାର ବନ୍ଧା ଅବସ୍ଥାରେ ଚିନ୍ମୟ ଝୁଲୁଥିବା ଦେଖିବାକୁ ମିଳିଥିଲା। ଚିନ୍ମୟଙ୍କ ସାଙ୍ଗ ଶୋଇଥିବାବେଳେ ବାହାରପଟୁ ଅନ୍ୟ ଜଣେ ବ୍ୟକ୍ତି ଝରକାରେ ଏହା ଦେଖି କବାଟ ବାଡ଼େଇଥିଲେ। ହେଲେ ଚିନ୍ମୟଙ୍କ ସାଙ୍ଗ ଉଠି ନ ଥିଲେ। ଶେଷରେ କବାଟ ଭଙ୍ଗାଯାଇ ଚିନ୍ମୟଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହାପରେ ପୋଲିସକୁ ଖବର ଦିଆଯାଇଥିଲା। ପୋଲିସ ହସ୍ପିଟାଲରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ଚିନ୍ମୟଙ୍କ ସାଙ୍ଗଙ୍କ ଉପରେ ପୋଲିସର ସନ୍ଦେହ ଘନୀଭୂତ ହୋଇଛି। ଜଣେ ବ୍ୟକ୍ତି ଶୋଇଥିବାବେଳେ ଅନ୍ୟ ଜଣେ କିପରି ଆତ୍ମହତ୍ୟା କଲେ ଅଥଚ ସେ ଜାଣି ପାରିଲେ ନାହିଁ ତାହା ଏବେ ପ୍ରଶ୍ନବାଚୀ ହୋଇଛି। ଏ ନେଇ ପୋଲିସ ଚିନ୍ମୟଙ୍କ ସେହି ସାଙ୍ଗଙ୍କୁ ପଚରାଉଚରା କରୁଛି। ଅନ୍ୟପକ୍ଷରେ ସମ୍ପୃକ୍ତ ସାଙ୍ଗ କହିଛନ୍ତି ଯେ, ଉଭୟ ଭାଙ୍ଗପଣା ପିଇ ଶୋଇଥିଲୁ। ମୋତେ ନିଦ ହୋଇଯାଇଥିବାରୁ କ’ଣ ହୋଇଛି ମୁଁ ଜାଣିନାହିଁ। ମୋତେ ଅନ୍ୟ ଜଣେ ପାଣି ପକାଇ ଉଠାଇବା ପରେ ଚିନ୍ମୟ ବେକରେ ତାର ଲଗାଇ ଝୁଲୁଥିବା ଦେଖିବାକୁ ପାଇଲି। କ’ଣ ପାଇଁ ସେ ଏଭଳି କରିଛନ୍ତି ମୁଁ କିଛି ଜାଣିନାହିଁ। ଏ ସଂକ୍ରାନ୍ତରେ ଥାନା ଅଧିକାରୀ ବିଶ୍ୱଜିତ୍ ମହାନ୍ତି କହିଛନ୍ତି, ତଦନ୍ତ ଚାଲିଛି। ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଏହା ହତ୍ୟା କି ଆତ୍ମହତ୍ୟା ତାହା ସ୍ପଷ୍ଟ ହେବ।
୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…
ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…
ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…
ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…
ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ
ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…
ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ
କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…
ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…
ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍ ପହଞ୍ଚିଥିଲା।…
ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…
ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…
ଦିଲ୍ଲୀରୁ ଆସି ବିସ୍ଫୋରକ ବୟାନ ଦେଲେ ନବୀନ: ସବୁଠି ଚାଲିଲା ଚର୍ଚ୍ଚା
ଭୁବନେଶ୍ୱର, ୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ପୁଣିଥରେ ଦୋହରାଇଛନ୍ତି ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…
CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…
ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍ପି…
Archives

