ଘାତକ ହେଉଛି ସହରାଞ୍ଚଳ ପ୍ରଦୂଷଣ

ଭୁବନେଶ୍ୱର, ୫ା୬(ବ୍ୟୁରୋ): ବଡ଼ ବଡ଼ ସହରରେ ଏବେ ନିଃଶ୍ୱାସ ପ୍ରଶ୍ୱାସ ନେବା ପ୍ରାଣଘାତକ ହେଲାଣି। ସହରାଞ୍ଚଳରେ ଆଉ ବିଶୁଦ୍ଧ ବାୟୁ ଟିକେ ମିଳିବ ନାହିଁ। ହୁ ହୁ ହୋଇ ବୃଦ୍ଧି ପାଉଥିବା ମୋଟର ଯାନ ବ୍ୟବହାର ଶ୍ୱାସ ରୁନ୍ଧି ଦେଲାଭଳି ପରିସ୍ଥିତି ସୃଷ୍ଟି କଲାଣି। ନିକଟରେ ରାଜଧାନୀ ଦିଲ୍ଲୀରେ ଅତ୍ୟଧିକ ବାୟୁ ପ୍ରଦୂଷଣକୁ ନେଇ ସମଗ୍ର ଦେଶରେ ଚର୍ଚ୍ଚା ହୋଇଥିଲା। କେବଳ ଦିଲ୍ଲୀ ନୁହେଁ ଦେଶର ୧୦୨ଟି ସହର ପ୍ରଦୂଷଣର ବିଷାକ୍ତ ବଳୟ ମଧ୍ୟକୁ ଚାଲି ଯାଇଛି। ଓଡ଼ିଶାର କେତେକ ସହର ମଧ୍ୟ ଏଥିରୁ ବାଦ ପଡ଼ି ନାହାନ୍ତି। ଯାନବାହନ, ଶିଳ୍ପାଞ୍ଚଳ, କଠିନ ବର୍ଜ୍ୟବସ୍ତୁ ପୋଡ଼ିବା ପରେ ସେଥିରୁ ନିର୍ଗତ ଧୂଆଁ ଯୋଗୁ ସହରାଞ୍ଚଳରେ ପ୍ରଦୂଷଣ ମାତ୍ରା ବୃଦ୍ଧି ପାଉଛି। ରାଜ୍ୟର ଭୁବନେଶ୍ୱର ସମେତ କଟକ, ଅନୁଗୋଳ, ତାଳଚେର, ବାଲେଶ୍ୱର ଏବଂ ରାଉରକେଲା ଆଦି ୬ଟି ସହର ପ୍ରଦୂଷଣ ଜ୍ୱଳାରେ ଛଟ ପଟ ହେଉଛି। ସେଣ୍ଟର ଫର ସାଇନ୍ସ ଆଣ୍ଡ ଏନଭାଇରନ୍‌ମେଣ୍ଟ ଦ୍ୱାରା କରାଯାଇଥିବା ସର୍ଭେରୁ ଏଭଳି ତଥ୍ୟ ପଦାକୁ ଆସିଛି।
ସମଗ୍ର ଦେଶରେ ସହରାଞ୍ଚଳର ପରିବେଶକୁ ନେଇ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି) ଉଦ୍‌ବେଗ ପ୍ରକାଶ କରିଛନ୍ତି। ରାଜ୍ୟ ସରକାର କିମ୍ବା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼(ଏସ୍‌ପିସିବି) ଏ ଦିଗରେ ଆବଶ୍ୟକୀୟ ପଦକ୍ଷେପ ନେଉ ନ ଥିବାରୁ ଗୋଟିଏ ପରେ ଗୋଟିଏ ସହର ପ୍ରଦୂଷଣ ବଳୟ ଭିତରକୁ ଚାଲି ଯାଉଛି। ସାଧାରଣତଃ ବାୟୁରେ ୧୦ମାଇକ୍ରନରୁ କମ୍‌ ଧୂଳିକଣା ଓ ପ୍ରଦୂଷିତ ଦ୍ରବ୍ୟ ରହିବା କଥା। ମାତ୍ର ଏହି ସହରାଞ୍ଚଳଗୁଡ଼ିକରେ ଯଥେଷ୍ଟ ଅଧିକ ରହିଛି। ସୂଚନାନୁଯାୟୀ ଭୁବନେଶ୍ୱରରେ ବାୟୁ ପ୍ରଦୂଷଣ ହାର ୩୬% ଅଧିକ ଥିବାବେଳେ ଅନୁଗୋଳ ୨୮, କଟକ ୨୭, ରାଉରକେଲା ୪୧ ଏବଂ ତାଳଚେର ୪୫ % ରହିଛି।
ସ୍ମାର୍ଟସିଟି ଭୁବନେଶ୍ୱର ଯାନବାହନ ଜନିତ ପ୍ରଦୂଷଣରେ ଅଣନିଃଶ୍ୱାସୀ ହେଉଛି। ମିଳିଥିବା ସୂଚନା ଅନୁଯାୟୀ ୨୦୦୫ରୁ ୨୦୧୭ ମଧ୍ୟରେ ବାଲେଶ୍ୱରରେ ସର୍ବାଧିକ ୨୭୨ପ୍ରତିଶତ, କଟକ ୧୫୯, ଅନୁଗୋଳ ୧୫୨, ଭୁବନେଶ୍ୱର ୧୧୮ ଏବଂ ରାଉରକେଲାରେ ୮୦ ପ୍ରତିଶତ ଯାନବାହନ ପଞ୍ଜୀକୃତ ହୋଇଛି।
ସହରାଞ୍ଚଳରେ ପ୍ରଦୂଷଣ ମାତ୍ରାକୁ ହ୍ରାସ କରିବା ପାଇଁ ଏକ ଦୀର୍ଘ ମିଆଦୀ ଯୋଜନା ପ୍ରସ୍ତୁତ କରିବାକୁ ଏନ୍‌ଜିଟି ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସହରାଞ୍ଚଳର ପରିବେଶ ସୁଧାରିବା ପାଇଁ ରାଜ୍ୟ ସରକାର କି ପଦକ୍ଷେପ ନେଇଛନ୍ତି ସେ ନେଇ ୬ମାସ ମଧ୍ୟରେ ରିପୋର୍ଟ ଦେବାକୁ ଏନ୍‌ଜିଟି ନିର୍ଦ୍ଦେଶ ଦେଇଛନ୍ତି। ଉକ୍ତ ସହରାଞ୍ଚଳଗୁଡ଼ିକର ବାୟୁ ପ୍ରଦୂଷଣ ମାତ୍ରା କିପରି ହ୍ରାସ କରାଯାଇପାରିବ ସେ ନେଇ ରାଜ୍ୟ ସରକାର ଏକ ସମନ୍ବିତ ସ୍ବଚ୍ଛ ବାୟୁ ଆକ୍ସନ ପ୍ଲାନ(କମ୍ପ୍ରହେନସିଭ କ୍ଲିନ ଏୟାର ଆକ୍ସନ ପ୍ଲାନ) ପ୍ରସ୍ତୁତ କରିଛନ୍ତି। ଏଥିରେ ରାଜ୍ୟ ପରିବହନ ବିଭାଗ, ଶିଳ୍ପ, କୃଷି, ଖଣି ଓ ଇସ୍ପାତ, ଗୃହନିର୍ମାଣ ଓ ନଗର ଉନ୍ନୟନ ଭଳି ଅନ୍ୟାନ୍ୟ ବିଭାଗକୁ ସାମିଲ କରାଯାଇଛି। ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଆକ୍ସନ ପ୍ଲାନ କାର୍ଯ୍ୟକାରୀ କରିବା ପାଇଁ ନୋଡାଲ ଏଜେନ୍ସି ଭାବେ ଦାୟିତ୍ୱ ତୁଲାଇବ। ରାଜ୍ୟ ସରକାରଙ୍କ ପକ୍ଷରୁ ସେଣ୍ଟର ଫର ସାଇନ୍ସ ଆଣ୍ଡ ଏନ୍‌ଭାଇରନମେଣ୍ଟ ଏହି ଆକ୍ସନ ପ୍ଲାନ ପ୍ରସ୍ତୁତ କରିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ସିପିସିବି) ଦ୍ୱାରା ଏହାକୁ ଅନୁମୋଦନ କରାଯାଇଛି। ଆକ୍ସନ ପ୍ଲାନ କିଭଳି କାର୍ଯ୍ୟକାରୀ ହେବ ସେ ନେଇ ବିଭିନ୍ନ ପର୍ଯ୍ୟାୟରେ ବିଭାଗ ଗୁଡ଼ିକୁ ନେଇ କର୍ମଶାଳାର ଆୟୋଜନ କରାଯିବ।
ପ୍ରଦୂଷିତ ବାୟୁମଣ୍ଡଳକୁ ସାମାନ୍ୟ ସ୍ତରକୁ ଆଣିବା ପାଇଁ ଶିଳ୍ପାଞ୍ଚଳ ଓ ଯାନବାହନ ଜନିତ ପ୍ରଦୂଷଣ ରୋକିବା ଉପରେ ଗୁରୁତ୍ୱ ଦିଆଯାଇଛି। ଏଥିସହିତ ସହରାଞ୍ଚଳ ନିକଟରେ ଥିବା ଅତି ପ୍ରଦୂଷିତ ଶିଳ୍ପାନୁଷ୍ଠାନଗୁଡ଼ିକୁ ସ୍ଥାନାନ୍ତର କରିବା, ସର୍ବସାଧାରଣ ପରିବହନ ସେବାରେ ସଂସ୍କାର ଆଣିବା ଉପରେ ଯଥେଷ୍ଟ ଧ୍ୟାନ ଦିଆଯିବ। ଯାନବାହନରୁ ବାହାରୁଥିବା ଧୂଆଁ ବର୍ଜ୍ୟବସ୍ତୁ ପରିଚାଳନା, କୋଠାବାଡ଼ି ନିର୍ମାଣ ଯୋଗୁ ହେଉଥିବା ପ୍ରଦୂଷଣ ଇତ୍ୟାଦିକୁ ରୋକିବା ଲାଗି ପଦକ୍ଷେପ ନିଆଯିବ। ରାଉରକେଲା, ତାଳଚେର ଏବଂ ଅନୁଗୋଳ ଶିଳ୍ପାଞ୍ଚଳ ସହରରେ ପ୍ରଦୂଷଣ ରୋକିବାକୁ ଏକ ବଡ଼ ଆହ୍ବାନ। ସେହି ସବୁ ସହରରେ ପିଏମ୍‌(ପାର୍ଟିକୁଲେଟ ମ୍ୟାଟର)-୧୦ ରହିଛି। ଏହାକୁ ୧୪ରୁ ୧୫ ପ୍ରତିଶତ ହ୍ରାସ କରିବାକୁ ପଡ଼ିବ। ସେହିପରି ଭୁବନେଶ୍ୱର, କଟକ ଓ ବାଲେଶ୍ୱରରେ ବାୟୁ ପ୍ରଦୂଷଣ ପିଏମ-୧୦କୁ ୨୭ରୁ ୩୬ ପ୍ରତିଶତ କୁ ହ୍ରାସ କରିବା ନେଇ ଆକ୍ସନ ପ୍ଲାନରେ ପରାମର୍ଶ ଦିଆଯାଇଛି। ନିର୍ଦ୍ଧାରିତ ସମୟରେ ଏହାକୁ କାର୍ଯ୍ୟକାରୀ କରିବା ଉପରେ ଗୁରୁତ୍ୱ ଦିଆଯାଇଛି। ଆକ୍ସନ ପ୍ଲାନ କାର୍ଯ୍ୟକାରୀ କରିବା ଦିଗରେ ସମସ୍ତ ବିଭାଗ ଉଦ୍ୟମ କରିବା ଆବଶ୍ୟକ ବୋଲି ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀ କହିଛନ୍ତି। ଆକ୍ସନ ପ୍ଲାନ କାର୍ଯ୍ୟକାରୀ କରିବା ପାଇଁ ବିଭିନ୍ନ ବିଭାଗଗୁଡ଼ିକୁ ନେଇ ମଙ୍ଗଳବାର ଏକ କର୍ମଶାଳାର ଆୟୋଜନ କରାଯାଇଥିଲା। ଏଥିରେ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ନଗର ଉନ୍ନୟନ ବିଭାଗ ସଚିବ ଜି. ମାଥିଭାଥନନ୍‌ଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri