Posted inଜାତୀୟ

ଘାତକ ହେଲାଣି ସିଏଏ ନିଆଁ: ପୋଲିସ ଗୁଳିରେ ଟଳିଲେ ୩ ବିକ୍ଷୋଭକାରୀ

ମାଙ୍ଗାଲୁରୁ/ଲକ୍ଷ୍ନୌ, ୨୦।୧୨:ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବିରୋଧକରି ଦେଶବ୍ୟାପୀ ମୁଣ୍ଡଟେକିଥିବା ଆନ୍ଦୋଳନର ନିଆଁ ଘାତକ ହେଲାଣି। କର୍ନାଟକର ମାଙ୍ଗାଲୁରୁ ଓ ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌରେ ଗୁରୁବାର ବିକ୍ଷୋଭ ପ୍ରଦର୍ଶନ ବେଳେ ପୋଲିସ-ଜନତା ଖଣ୍ଡଯୁଦ୍ଧ ହୋଇଛି। ପୋଲିସର ଲାଠି ଓ ଗୁଳିମାଡ଼ରେ ୩ ଜଣଙ୍କ ଜୀବନ ଯାଇଛି। ଏହାସହ ଶତାଧିକ ବିକ୍ଷୋଭକାରୀ ଆହତ ହୋଇଛନ୍ତି। ଏହା ପୂର୍ବରୁ ଉତ୍ତର-ପୂର୍ବାଞ୍ଚଳ ଓ ପଶ୍ଚିମବଙ୍ଗରେ ସିଏଏ ବିରୋଧୀ ନିଆଁ ୧୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁର କାରଣ ହୋଇଛି। କେନ୍ଦ୍ରର ଏହି ବିବାଦୀୟ ଆଇନ ପ୍ରତ୍ୟାହାରରେ ଆନ୍ଦୋଳନରତ ଲୋକଙ୍କ ଉପରେ ପୋଲିସର ଏଭଳି ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି।
ସିଏଏ ପ୍ରତ୍ୟାହାର ଦାବିରେ ମାଙ୍ଗାଲୁରୁରେ ଲୋକେ ବିକ୍ଷୋଭ ପ୍ରଦର୍ଶନ କରୁଥିବାବେଳେ ପୋଲିସ ସହ ସେମାନଙ୍କ ସଂଘର୍ଷ ହୋଇଥିଲା। ଏଥିରେ ୨୦ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ପୋଲିସ ଜବାବୀ କାର୍ଯ୍ୟାନୁଷ୍ଠାନ ନେବାକୁ ଯାଇ ବିକ୍ଷୋଭକାରୀଙ୍କ ଉପରେ ଗୁଳି ଚଳାଇବାକୁ ବାଧ୍ୟ ହୋଇଥିଲା ବୋଲି ମାଙ୍ଗାଲୁରୁ ସିଟି ପୋଲିସ କମିଶନର ପି.ଏସ୍‌. ହର୍ଷ କହିଛନ୍ତି। ପୋଲିସ ଗୁଳିରେ ଗୁରୁତର ହୋଇଥିବା ୨ ବିକ୍ଷୋଭକାରୀଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିବାବେଳେ ଉଭୟଙ୍କ ମୃତ୍ୟୁ ଘଟିଛି। କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ରାଜ୍ୟବାସୀଙ୍କୁ ଅନୁରୋଧ କରିଛନ୍ତି। ନ୍ୟସ୍ତସ୍ବାର୍ଥ ବ୍ୟକ୍ତିମାନେ କର୍ନାଟକରେ ଶାନ୍ତି ଓ ସହାବସ୍ଥାନ ଭଙ୍ଗ କରିବା ଲାଗି ଗୁଜବ ସୃଷ୍ଟି କରୁଥିବା ସେ ସମାଲୋଚନା କରିଛନ୍ତି। ସେହିପରି ଲକ୍ଷ୍ନୌର ପରିବର୍ତ୍ତନ ଚୌକରେ ବିକ୍ଷୋଭକାରୀମାନେ ପୋଲିସ ଉପରକୁ ଟେକାମାଡ଼ କରି ଯାନବାହନ ଜାଳିଦେଇଥିଲେ। ପୋଲିସ ସେମାନଙ୍କୁ ଘଉଡ଼ାଇବାକୁ ଯାଇ ଲୁହବୁହା ବାଷ୍ପ ପ୍ରୟୋଗ କରିଥିଲା। ବିକ୍ଷୋଭକାରୀ ନ ମାନିବାରୁ ପୋଲିସ ଗୁଳି ଚଳାଇଥିଲା। ଗୁଳିମାଡ଼ରେ ଜଣେ ବିକ୍ଷୋଭକାରୀ ଟଳିପଡ଼ିଛନ୍ତି। ସମ୍ପୃକ୍ତ ବିକ୍ଷୋଭକାରୀଙ୍କୁ ଗୁରୁତର ଅବସ୍ଥାରେ କେଜିଏମ୍‌ୟୁ ଟ୍ରମା ସେଣ୍ଟରରେ ଭର୍ତ୍ତି କରାଯାଇଥିଲା। ସେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଦେଇଛନ୍ତି। ତେବେ ଗୁଳିମାଡ଼ରେ ତାଙ୍କର ମୃତ୍ୟୁ ଘଟିଥିବା ବିଷୟକୁ ଉତ୍ତରପ୍ରଦେଶ ପୋଲିସ ଡିଜି ଓମ୍‌ପ୍ରକାଶ ସିଂ ଖଣ୍ଡନ କରିଛନ୍ତି। ଇତିମଧ୍ୟରେ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଜି. କିଷନ ରେଡ୍ଡୀ କହିଛନ୍ତି, ବିକ୍ଷୋଭକାରୀ ବା ଆନ୍ଦୋଳନରତ ଛାତ୍ରୀଛାତ୍ରଙ୍କ ଉପରେ କେହି ବଳପ୍ରୟୋଗ କରିବା ଅନୁଚିତ। ପୋଲିସ ଲାଠି କିମ୍ବା ଅନ୍ୟ କୌଣସି ଅସ୍ତ୍ର ବ୍ୟବହାର ନ କରୁ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri