ଘୁଙ୍ଗିନାଳ ଉପରେ ୪ଫୁଟର ପାଣି, ବୀରମହାରାଜପୁର-ଅମରପାଲି ଯୋଗାଯୋଗ ବଚ୍ଛିନ୍ନ

ବୀରମହାରାଜପୁର, ୨୯।୭ (ଡି.ଏନ.ଏ.): ରବିବାର ରାତିରେ ଲଘୁଚାପଜନିତ ପ୍ରବଳ ବର୍ଷା ଯୋଗୁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପାନ୍ତ ଅଞ୍ଚଳର ବିଭିନ୍ନ ଯୋର ଓ ନାଳରେ ବଢ଼ିପାଣି ଆସିଛି। ଏଥିଯୋଗୁ ଅନେକ ଅଞ୍ଚଳକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ବ୍ଲକର ଭୁତିଆପାଲି ଓ ଲୁତୁରପଙ୍କ ମଝିରେ ଥିବା ଘୁଙ୍ଗିନାଳ ଉପରେ ପ୍ରାୟ ୪ ଫୁଟର ପାଣି ପ୍ରବାହିତ ହେଉଛି। ଫଳରେ ବୀରମହାରାଜପୁର-ଅମରପାଲି ରାସ୍ତା ସମ୍ପୂର୍ଣ୍ଣ ବନ୍ଦ ରହିଛି। ଏଥିପାଇଁ ସାଧାରଣ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସୋମବାର ଛାତ୍ରୀଛାତ୍ରମାନେ ଭୁତିଆପାଲି ଓ ବୀରମହାରାଜପୁର କଲେଜକୁ ଯାଇ ନ ପାରି ଫେରିଯାଇଥିତ୍ଲେ। ଉକ୍ତ ରାସ୍ତାଦେଇ ମୁର୍ଷୁଣ୍ଢୀରୁ ସମ୍ବଲପୁରକୁ ଯାଉଥିବା ବସ୍‌ ଓ ସମ୍ବଲପୁରରୁ ମୁର୍ଷୁଣ୍ଢୀକୁ ଆସୁଥିବା ବସ୍‌ ସମେତ ଅନେକ ଗାଡ଼ିମୋଟର ପାରି ହୋଇ ନ ପାରି ଉଭୟ ପାର୍ଶ୍ୱରେ ଅପେକ୍ଷା କରିଥିବା ଦେଖିବାକୁ ମିଳିଛି। ଏହି ପୋଲ ଉପରେ ପ୍ରତିବର୍ଷ ଟିକିଏ ବର୍ଷା ହେଲେ ପାଣି ଆସି ଯୋଗାଯୋଗ ବିଚ୍ଛିନ୍ନ ହୋଇଥାଏ। ତେଣୁ ଏହାକୁ ଅଧିକ ଉଚ୍ଚତା କରିବାକୁ ଦାବି ହେଉଛି। ଏହା ସହ ଖଣ୍ଡହତା-ବୀରମହାରାଜପୁର ରାସ୍ତାର ଚୌକାଠାରେ ମଧ୍ୟ ଏହି ଘୁଙ୍ଗିନାଳ ଉପର ଦେଇ ପାଣି ଯାଉଥିବାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ଉଭୟ ପୋଲରେ ପାଣି ଯାଉଥିବାରୁ ଦୁର୍ଜନତୈଲା, ବହଳପଦର, ଲୁତୁରପଙ୍କ, ଖଣ୍ଡହତା, ମୁର୍ଷୁଣ୍ଢୀ ସମେତ ରେଢ଼ାଖୋଲ ବ୍ଲକର ବୀରମହାରାଜପୁର ଉପରେ ନିର୍ଭର କରୁଥିବା ପ୍ରାୟ ୫-୬ଟି ପଞ୍ଚାୟତର ଲୋକେ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍‌ରେ ପିଟି ପିଟି ମାରିଦେଲେ

କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…

ମଙ୍ଗଳ-ଗୁରୁଙ୍କ ମହାଯୁତି: ପୂରା ଅକ୍ଟୋବର ଏହି ୩ ରାଶିଙ୍କ ପାଇଁ ସୁବର୍ଣ୍ଣ ସମୟ, ଅଯାଚିତ ଟଙ୍କା ମିଳିବ…

ମଙ୍ଗଳ ଏବଂ ବୃହସ୍ପତି (ଗୁରୁ) ଜ୍ୟୋତିଷ ଶାସ୍ତ୍ରର ଦୁଇଟି ପ୍ରମୁଖ ଗ୍ରହ ଭାବରେ ବିବେଚନା କରାଯାଏ, ଯାହାଙ୍କର ପ୍ରଭାବ ଜାତକମାନଙ୍କ ଜୀବନ ଉପରେ ବେଶ ଗୁରୁତ୍ୱପୂର୍ଣ୍ଣ ରହିଥାଏ।…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?