Posted inଖେଳ

ଘୁଞ୍ଚିପାରେ ୟୁଏସ୍‌ ଓପନ୍‌

ନ୍ୟୁୟର୍କ,୧୮।୩(ଏଏଫପି)- କରୋନା ଭାଇରସ୍‌ ଯୋଗୁ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ୍‌ ଓପନ ପରେ ଏବେ ୟୁଏସ୍‌ ଓପନ ଇଭେଣ୍ଟ ଉପରେ କଳାବାଦାଲ ଛାଇ ହୋଇଯାଇଛି। ଇଭେଣ୍ଟକୁ ଅଗଷ୍ଟ ଶେଷ ସପ୍ତାହକୁ ଘୁଞ୍ଚାଇ ଦିଆଯାଇପାରେ। ଅନ୍ୟ ମେଜର ଚାମ୍ପିୟନଶିପ୍‌ ଆୟୋଜକ, ଅନ୍ତର୍ଜାତୀୟ ଟେନିସ୍‌ ଫେଡେରେଶନ, ଏଟିପି ଓ ଡବ୍ଲ୍ୟଟିଏ ଟୁର୍‌ ସହ ଆଲୋଚନା ପରେ ହିଁ ତାରିଖ ଧାର୍ଯ୍ୟ ହୋଇପାରିବ ବୋଲି ୟୁଏସ୍‌ ଟେନିସ ଆସୋସିଏଶନ (ୟୁଏସ୍‌ଟିଏ)ପକ୍ଷରୁ କୁହାଯାଇଛି। ଏଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଏକତରଫା ନିଆଯାଇପାରିବ ନାହିଁ ବୋଲି ୟୁଏସ୍‌ଟିଏ ପକ୍ଷରୁ ବିବୃତିରେ କୁହାଯାଇଛି। ପ୍ରକୃତରେ ୟୁଏସ୍‌ ଓପନ ନ୍ୟୁୟର୍କର ଫ୍ଲଶିଂ ମିଡୋସଠାରେ ଅଗଷ୍ଟ ୨୪ରୁ ସେପ୍ଟେମ୍ବର ୧୩ ତାରିଖ ପର୍ଯ୍ୟନ୍ତ ହେବାର ଥିଲା। ଏହାକୁ ଗୋଟିଏ ସପ୍ତାହ ଘୁଞ୍ଚାଇ ଦିଆଯାଇପାରେ। ୟୁଏସ୍‌ଟିଏ ପକ୍ଷରୁ ଚଳିତ ବର୍ଷର ୟୁଏସ୍‌ ଓପନ ଆୟୋଜନ ପାଇଁ ଯୋଜନା ଚାଲିଛିି। ଏବେ କୌଣସି ପରିବର୍ତ୍ତନ ଲାଗି ସମୟ ଆସିନାହିଁ। ଆମେ ସମସ୍ତ ବିକଳ୍ପ ଓ ସମ୍ଭାବନା ଉପରେ ନଜର ରଖିଛି ବୋଲି ୟୁଏସ୍‌ଟିଏ ପକ୍ଷରୁ କୁହାଯାଇଛି। ଏଥିପୂର୍ବରୁ ଚଳିତ ବର୍ଷର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଫ୍ରେଞ୍ଚ ଓପନ୍‌ ସୋମବାର ସେପ୍ଟେମ୍ବରକୁ ଘଞ୍ଚାଇ ଦିଆଯାଇଥିଲା। ଏହି ଇଭେଣ୍ଟ ସେପ୍ଟେମ୍ବର ୨୦ରୁ ଅକ୍ଟୋବର ୪ ମଧ୍ୟରେ ଅନୁଷ୍ଠିତ ହେବ ବୋଲି ଫ୍ରେଞ୍ଚ ଟେନିସ ଫେଡେରେଶନ ପକ୍ଷରୁ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ନିଜ ନକ୍ଷତ୍ରରେ ଶନି କଲେ ପ୍ରବେଶ: ୩ ରାଶିଙ୍କ ପଲଟିଯିବ ଭାଗ୍ୟ, ବ୍ୟବସାୟରେ ବମ୍ପର ଲାଭ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ରାଶି ପରିବର୍ତ୍ତନଠାରୁ ଆରମ୍ଭ କରି ନକ୍ଷତ୍ର ଗୋଚରକୁ ମଧ୍ୟ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନାଯାଏ। ଶନିଙ୍କ ଗତିବିଧିର ପ୍ରଭାବ ୧୨ଟି ରାଶି ଉପରେ…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

ସଞ୍ଜୁଙ୍କୁ ଦେଖି ପାକିସ୍ତାନୀ ଫ୍ୟାନ୍‌ କହିଲେ ‘ଆଇ ଲଭ ୟୁ’: କଲେ ଏମିତି ଅନୁରୋଧ, ଶୁଣିକି ସମସ୍ତେ…ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୫।୯: ଜାପାନର ସାନୋ ସହରରେ ଖେଳାଯାଇଥିବା ଭାରତ-ଜାପାନ ଏକମାତ୍ର ଟି-୨୦ ମ୍ୟାଚ ପରେ ମୈଦାନ ବାହାରେ ଦେଖିବାକୁ ମିଳିଥିଲା ଏକ ମଜାଦାର ଦୃଶ୍ୟ। ଭାରତୀୟ ଷ୍ଟାର ବ୍ୟାଟର…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

ଟିମ ଇଣ୍ଡିଆରେ ବୈଭବଙ୍କୁ ସ୍ଥାନ ଦେବାକୁ ହେଲେ କାହାର କଟିବ ଟିକେଟ! ଏହି ୨ କ୍ରିକେଟର ନାଁ ନେଇ ସାଂଘାତିକ ବୟାନ ଦେଲେ…

ନୂଆଦିଲ୍ଲୀ,୨୫।୯: ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଭାରତୀୟ ଦଳର ପ୍ଲେଇଂ ଇଲେଭେନରୁ ବାହାରେ ରଖିବା ସହଜ ହେବ ନାହିଁ ବୋଲି ମତ ଦେଇଛନ୍ତି…

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?