ଘୁଞ୍ଚିଲା ଓଜେଇଇ ଆବେଦନ ତାରିଖ

ଭୁବନେଶ୍ୱର,୨୦।୩(ବ୍ୟୁରୋ):ମେ’ ପ୍ରଥମ ସପ୍ତାହରେ ହେବାକୁ ଥିବା ଓଜେଇଇ ପରୀକ୍ଷା (ଓଡ଼ିଶା ଜଏଣ୍ଟ ଏଣ୍ଟ୍ରାନ୍ସ ଏକ୍‌ଜାମିନେଶନ) ପାଇଁ ଆବେଦନ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ଏଥିପାଇଁ ଆବେଦନ ପ୍ରକ୍ରିୟା ୨୦ତାରିଖ ପର୍ଯ୍ୟନ୍ତ ରହିଥିବାବେଳେ ଏବେ ତାହାକୁ ୨୭ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଦିଆଯାଇଛି। ଛାତ୍ରୀଛାତ୍ରମାନେ ୨୭ ମାର୍ଚ୍ଚ ମଧ୍ୟରେ ଅନ୍‌ଲାଇନରେ ଆବେଦନ ଏବଂ ମାର୍ଚ୍ଚ ୩୧ ମଧ୍ୟରେ ଅନ୍‌ଲାଇନରେ ଫି ଦାଖଲ କରିପାରିବେ। ଏପ୍ରିଲ ୨୦ରୁ ପରୀକ୍ଷାର୍ଥୀମାନେ ଆଡ୍‌ମିଟ୍‌ କାର୍ଡ ଡାଉନ୍‌ଲୋଡ୍‌ କରିପାରିବେ ବୋଲି ଓଜେଇଇ ପକ୍ଷରୁ କୁହାଯାଇଛି। ଓଡ଼ିଶାରେ ଥିବା ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟ ଏବଂ କଲେଜର ବି.ଫାର୍ମା, ଏମ୍‌ବିଏ, ଏମ୍‌ସିଏ, ଏମ୍‌.ଟେକ୍‌, ଏମ୍‌. ଟେକ୍‌ ପାର୍ଟଟାଇମ୍‌, ଏମ୍‌. ଆର୍କିଟେକ୍‌, ଏମ୍‌. ପ୍ଲାନ୍‌, ଏମ୍‌ ଫାର୍ମା, ଇଣ୍ଟିଗ୍ରେଟେଡ୍‌ ଏମ୍‌ବିଏ, ଲାଟେରାଲ ଏଣ୍ଟ୍ରି ବି.ଟେକ୍‌/ବି.ଫାର୍ମାରେ ନାମ ଲେଖାଇବା ଲାଗି ଓଜେଇଇ ହେବ। ଏହି ପରୀକ୍ଷାକୁ କମ୍ପ୍ୟୁଟର୍‌ ବେସ୍‌ଡ ଟେଷ୍ଟ(ସିବିଟି) ଫର୍ମାଟରେ କରାଯିବ। ଅଧିକ ବିବରଣୀ ପାଇଁ ଛାତ୍ରୀଛାତ୍ରମାନେ www.ojee.nic.in/www.odishajee.com ଓ୍ବେବ୍‌ସାଇଟ୍‌ ଦେଖିବାକୁ ଗୁରୁବାର ଓଜେଇଇ ଅଧ୍ୟକ୍ଷ ସୁଦୀପ କୁମାର ଚାନ୍ଦ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଭବତୀଙ୍କୁ ମିଳିବ ୫୦୦୦ ଟଙ୍କା: ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୮।୨: ପ୍ରତ୍ୟେକ ମାତାପିତା ନିଜ ପିଲାମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଚିନ୍ତିତ। ମାତାପିତାମାନେ ସେମାନଙ୍କ ପିଲାମାନଙ୍କ ଶିକ୍ଷାଠାରୁ ଆରମ୍ଭ କରି ସେମାନଙ୍କ ସ୍ବାସ୍ଥ୍ୟ ପର୍ଯ୍ୟନ୍ତ ସବୁକିଛି ବିଷୟରେ…

ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା: ବବୀନଙ୍କୁ କୃତଜ୍ଞତା ଜଣାଇ ସବୁ ଦଳ ଠାରୁ ସମର୍ଥନ ଆଶା…

ଭୁବନେଶ୍ୱର, ୨୮।୨: ରାଜ୍ୟ ସଭା ପ୍ରାର୍ଥୀ ଭାବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟପାୟକ ଡା. ଦତ୍ତେଶ୍ବର ହୋତାଙ୍କ ନାମ ଘୋଷଣା କରିଛନ୍ତି। ଏ ନେଇ ନବୀନଙ୍କୁ କୃତଜ୍ଞତା…

ଆମେରିକା କଲା ଏମିତି କାମ, ଆହୁରି ଭୟାବହ ହେବ ଇସ୍ରାଏଲ-ଆମେରିକା ଯୁଦ୍ଧ!

ଓ୍ବାଶିଂଟନ,୨୮।୨: ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କରିଛନ୍ତି। ପ୍ରାରମ୍ଭିକ ରିପୋର୍ଟରୁ ଜଣାପଡିଛି ଯେ ଇରାନରେ ଏକକାଳୀନ ୩୦ଟି ଲକ୍ଷ୍ୟସ୍ଥଳ ଉପରେ ଆକ୍ରମଣ କରାଯାଇଛି।…

Iran Israel War: ଇରାନ-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଭାରତୀୟଙ୍କୁ ଆଲର୍ଟ, ଦୂତାବାସ ଜାରି କଲା ଆଡଭାଇଜରୀ

ନୂଆଦିଲ୍ଲୀ,୨୮।୨: ଆମେରିକା ଏବଂ ଇସ୍ରାଏଲ ମିଳିତ ଭାବରେ ଇରାନ ବିରୁଦ୍ଧରେ ଏକ ବଡ଼ ସାମରିକ ଅଭିଯାନ ଆରମ୍ଭ କରିଛନ୍ତି। ଇରାନର ରାଜଧାନୀ ତେହେରାନ ସମେତ ଅନେକ ସ୍ଥାନକୁ…

ରାଜ୍ୟ ସଭା ପ୍ରାର୍ଥୀ ହେବା ପରେ ଏମିତି କହିଲେ ସଂତୃପ୍ତ

ଭୁବନେଶ୍ୱର,୨୮।୨: ରାଜ୍ୟ ସଭା ପ୍ରାର୍ଥୀ ହେବା ପରେ କୃତଜ୍ଞତା ଜଣାଇଲେ ସଂତୃପ୍ତ ମିଶ୍ର। ସେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟଖଙ୍କୁ କୃତଜ୍ଞତା ଜଣାଇବା ସହ ମୋତେ ମିଳିଥିବା…

ଇସ୍ରାଏଲ ପ୍ରତିବର୍ଷ ୧୦ ହଜାର ଭାରତୀୟଙ୍କୁ ଦେବ ଚାକିରି? ମୋଦି-ନେତାନ୍ୟାହୁଙ୍କ ବୈଠକରେ ନିଷ୍ପତ୍ତି

ନୂଆଦିଲ୍ଲୀ/ଜେରୁଜେଲମ,୨୮।୨: ଭାରତ ଏବଂ ଇସ୍ରାଏଲ ଗୁରୁବାର (୨୬ ଫେବୃଆରୀ) ରାଜି ହୋଇଛନ୍ତି ଯେ ଆଗାମୀ ପାଞ୍ଚ ବର୍ଷ ମଧ୍ୟରେ ୫୦,୦୦୦ ପର୍ଯ୍ୟନ୍ତ ଅଧିକ ଭାରତୀୟ ଶ୍ରମିକ ଇସ୍ରାଏଲକୁ…

ଲାଞ୍ଚ ମାମଲା: ପୂର୍ବତନ ମୃତ୍ତିକା ସଂରକ୍ଷଣ ଅଧିକାରୀଙ୍କୁ ୩ବର୍ଷ ଜେଲ

ଭବାନୀପାଟଣା,୨୮ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ନର୍ଲା ଜଳଛାୟା ପ୍ରକଳ୍ପ -୧ର ପୂର୍ବତନ ପ୍ରକଳ୍ପ କାର୍ଯ୍ୟକାରୀ କର୍ତ୍ତୃପକ୍ଷ ତଥା କନିଷ୍ଠ ମୃତ୍ତିକା ସଂରକ୍ଷଣ ଅଧିକାରୀ ଅମର କୁମାର…

କ୍ଷୀରସିନ୍ଧୁ ସଗରିଆ ସି. ସୁବ୍ରମନ୍ୟମ୍‌ ସମ୍ମାନରେ ସମ୍ମାନିତ

ଖଡ଼ିଆଳ,୨୮ା୨ (ସୁଜିତ କୁମାର ପ୍ରଧାନ): ସୂଚନା କର୍ମୀ ରୂପେ ପରିଚିତ ନୂଆପଡ଼ା ଜିଲା ଖଡିଆଳ ବ୍ଲକ କୁସମାଲ ଗ୍ରାମର କ୍ଷୀରସିନ୍ଧୁ ସଗରିଆ ସି. ସୁବ୍ରମନ୍ୟମ୍‌ ସମ୍ମାନରେ ସମ୍ମାନିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri