ଘୁଞ୍ଚିଲା ମହାରଥୀଙ୍କ ଜାମିନ ଆବେଦନର ଶୁଣାଣି

ଭୁବନେଶ୍ୱର, ୨୪।୪(ବ୍ୟୁରୋ)- ବରିଷ୍ଠ ବିଜେଡି ନେତା ତଥା ପିପିଲି ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ପ୍ରଦୀପ ମହାରଥୀଙ୍କ ଜାମିନ ଆବେଦନର ଶୁଣାଣି ବୁଧବାର ସ୍ବତନ୍ତ୍ର ପ୍ରାଧିକୃତ କୋର୍ଟରେ ହୋଇଥିଲା। ମାତ୍ର ମତଦାନ କାର୍ଯ୍ୟରେ ବ୍ୟସ୍ତ ଥିବା ଦର୍ଶାଇ ମହାରଥୀଙ୍କ ଆକ୍ରମଣ ମାମଲାର ତଦନ୍ତକାରୀ ଅଧିକାରୀ ତାଙ୍କର କେସ୍‌ ଡାଏରୀ ଓ ଇନ୍‌ଜୁରି ରିପୋର୍ଟ କୋର୍ଟରେ ଦାଖଲ କରିପାରି ନ ଥିଲେ। ଏ ସଂକ୍ରାନ୍ତରେ ତଦନ୍ତକାରୀ ଅଧିକାରୀ କୋର୍ଟଙ୍କୁ ଅବଗତ କରାଇବା ସହ ସମୟ ମାଗିଥିଲେ। କୋର୍ଟ ଏହାକୁ ଗ୍ରହଣ କରି ଆସନ୍ତା ୨୭ ତାରିଖକୁ ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରିଛନ୍ତି। କୋର୍ଟଙ୍କ ଏହି ନିଷ୍ପତ୍ତି ପରେ ମହାରଥୀ ବିଚାର ବିଭାଗୀୟ ହେପାଜତରେ ରହିବେ। ମାତ୍ର ଅସୁସ୍ଥତା କାରଣରୁ ସେ ବର୍ତ୍ତମାନ କ୍ୟାପିଟାଲ ହସ୍ପିଟାଲର ନର୍ସିଂ ହଲ୍‌  ୫ ନମ୍ବର ଓ୍ବାର୍ଡରେ ଚିକିତ୍ସାଧୀନ ଅଛନ୍ତି।

ସୂଚନା ମୁତାବକ, ରବିବାର ମହାରଥୀଙ୍କ ପିପିଲିସ୍ଥିତ ଫାର୍ମ ହାଉସ୍‌ରେ ଭୋଜି ସହ ଟଙ୍କା ବଣ୍ଟାଯାଉଥିବା ଖବର ମିଳିବା ପରେ ରାତି ପ୍ରାୟ ୧୧ଟା ୪୫ରେ ଫ୍ଲାଇଂ ସ୍କ୍ବାଡ୍‌ ଓ ଷ୍ଟାଟିକ୍‌ ସର୍ଭେଲାନ୍ସ ଟିମ୍‌ (ଏସ୍‌ଏସ୍‌ଟି) ଚଢାଉ କରିଥିଲା। ଏହି ସମୟରେ ଫ୍ଲାଇଂ ସ୍କ୍ବାଡ୍‌ ମାଜିଷ୍ଟ୍ରେଟ୍‌ ରବିନାରାୟଣ ପାତ୍ର, ପିପିଲି ଥାନା ଏଏସ୍‌ଆଇ ବିନୟ କୁମାର ଦାସ ଓ ଡ୍ରାଇଭର ଦୀପକଙ୍କ ସମେତ ୫ଜଣଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଥିଲା। ଏନେଇ ଲିଖିତ ଅଭିଯୋଗ ପରେ ପିପିଲି ପୋଲିସ ସୋମବାର ପୂର୍ବାହ୍ନ ୧୧ଟାରେ ମହାରଥୀଙ୍କୁ ଗିରଫ କରିଥିଲା। ସ୍ଥାନୀୟ ଡାକ୍ତରଖାନାରେ ସ୍ବାସ୍ଥ୍ୟ ପରୀକ୍ଷା ପରେ ତାଙ୍କୁ ପିପିଲି ଜେଏମ୍‌ଏଫ୍‌ସି କୋର୍ଟରେ ହାଜର କରାଯାଇଥିଲା। ବିଚାର ଚାଲିଥିବାବେଳେ ସେ ଅସୁସ୍ଥ ହୋଇପଡିବାରୁ କୋର୍ଟଙ୍କ ଅନୁମତିକ୍ରମେ ତାଙ୍କୁ ଭୁବନେଶ୍ୱର ସ୍ବତନ୍ତ୍ର କୋର୍ଟକୁ ଅଣାଯାଇଥିଲା। ଆଡିଶନାଲ ସେସନ୍ସ ଜଜ୍‌-୩ ଅରୁଣ କୁମାର ମଲ୍ଲିକ ତାଙ୍କ ଜାମିନ ଆବେଦନକୁ ଖାରଜ କରିଦେବା ସହ ୨୪ ତାରିଖ ବୁଧବାରକୁ ପରବର୍ତ୍ତୀ ଶୁଣାଣି ଧାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଯାତ୍ରୀଙ୍କୁ ପେଟ୍ରୋଲ ବଣ୍ଟା ଯାଉଥିଲା ବେଳେ ଲାଗିଲା ନିଆଁ : ୫ ବର୍ଷର ଶିଶୁ ଜୀବନ୍ତ ଦଗ୍ଧ

ଭୁବନେଶ୍ୱର,୭।୧୨: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ନିଆଁ ଲାଗି ୫ ବର୍ଷର...

ରାଜ୍ୟର ବିଭିନ୍ନ ସ୍ଥାନରେ ଆୟକରଚଢ଼ାଉ: ମିଳିଲା ନଗଦ ୫୦ କୋଟି ଟଙ୍କା

ବୌଦ୍ଧ/ଭୁବନେଶ୍ୱର(ଅଜିତ କୁମାର ବାରିକ/ସତ୍ୟଜିତ୍‌ ରାଉତ), ୭।୧୨ଓଡ଼ିଶାରେ ସାଧାରଣ ନିର୍ବାଚନ ପୂର୍ବରୁ ଆକ୍ସ ମୋଡରେ ଆୟକର ବିଭାଗ। ରାଜ୍ୟର ବିଭିନ୍ନ ସ୍ଥାନରେ ଛାପା ମାରିଛି ଆୟକର ବିଭାଗ।...

ଚାଲିଲାନି ଗ୍ୟାସ୍‌ଚୁଲା, ମଶାଣିରୁ ଫେରିଲା ମୃତଦେହ

ଭୁବନେଶ୍ୱର, ୭।୧୨ (ବନ୍ଦନା ସେଠୀ)ଚାଲିଲାନି ଗ୍ୟାସ୍‌ ଚୁଲା ମେଶିନ। ଫଳରେ ମଶାଣିରୁ ଫେରିଲା ମୃତଦେହ। ମଙ୍ଗଳବାର ବିଏମ୍‌ସି ଅଧୀନ ପଟିଆସ୍ଥିତ ଜଳିମୁଣ୍ଡା ସାହି ଶ୍ମଶାନରେ ଏଭଳି...

ଦୂରଦୃଷ୍ଟି ଅଭାବରୁ ଦୁର୍ଦ୍ଦଶା

ଭୁବନେଶ୍ୱର,୭ା୧୨(ଅନିଲ ଦାସ)ରାଜ୍ୟର ମୁଖଶାଳା କୁହାଯାଉଥିବା ରାଜଧାନୀ ଭୁବନେଶ୍ୱର ମହାନଗରର ଅବ୍ୟବସ୍ଥିତ ବର୍ଜ୍ୟବସ୍ତୁ ପରିଚାଳନା ସହରବାସୀଙ୍କ ପାଇଁ ଅଭିଶାପ ପାଲଟିଗଲାଣି। ଗତ କିଛି ମାସ ହେବ ସୈନିକ...

ନୀତାଙ୍କୁ ସ୍ପୋଟର୍‌ସ ଲିଡର ଅଫ୍‌ ଦି ଇୟର ଆଓ୍ବାର୍ଡ

ଭୁବନେଶ୍ୱର,୭।୧୨ରିଲାଏନ୍ସ ଫାଉଣ୍ଡେଶନର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ନୀତା ଏମ୍‌. ଅମ୍ବାନୀଙ୍କୁ ନିକଟରେ ସ୍ପୋଟର୍‌ସ ଲିଡର ଅଫ୍‌ ଦି ଇୟର (ମହିଳା) ଆଓ୍ବାର୍ଡ (ପୁରସ୍କାର)ରେ ସମ୍ମାନିତ କରାଯାଇଛି।...

ଦୁଇ ନୂଆ ଗର୍ଭନିରୋଧକ ଆଣିଲା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ

ଭୁବନେଶ୍ୱର,୬ା୧୨: ରାଜ୍ୟ ପରିବାର ନିୟୋଜନ ବା ଫ୍ୟାମିଲି ପ୍ଲାନିଂ ବାସ୍କେଟ୍‌ ଅଫ୍‌ ଚଏସ୍‌ରେ ଆଉ ଦୁଇ ନୂଆ ଗର୍ଭ ନିରୋଧକ ସବ୍‌ ଡର୍ମାଲ ଇମ୍ପ୍ଲାଣ୍ଟ ଓ...

ବାତ୍ୟା ମିଗ୍‌ଜୋମ୍‌ ପ୍ରଭାବ: ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା

ଭୁବନେଶ୍ୱର,୬।୧୨: ବାତ୍ୟା ମିଗ୍‌ଜୋମ୍‌ ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହେବା ସହ କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ଗଭୀର ଅବପାତରେ ପରିଣତ ହୋଇଛି।  ଆଗାମୀ କିଛି ଘଣ୍ଟା...

ଦୁର୍ଗନ୍ଧକୁ ନେଇ ତେଜୁଛି ଜନଅସନ୍ତୋଷ

ଭୁବନେଶ୍ୱର, ୬।୧୨ (ବନ୍ଦନା ସେଠୀ): ସୈନିକ ସ୍କୁଲ ନିକଟସ୍ଥ ଟିଟିଏସ୍‌ (ଟେମ୍ପରାରି ଟ୍ରାନ୍‌ଜିଟ୍‌ ଷ୍ଟେଶନ) ପାଇଁ ଦିନକୁ ଦିନ ସ୍ଥିତି ବିଗିଡି ଚାଲିଛି। ଦୁର୍ଗନ୍ଧରେ ଅଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri