ଘୁଞ୍ଚିଲା ଯୁକ୍ତ୨ ନାମଲେଖା ଅବଧି

ଭୁବନେଶ୍ୱର,୨୧।୬(ବ୍ୟୁରୋ) : ଯୁକ୍ତ୨ ନାମଲେଖା ଅବଧିକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଯୁକ୍ତ୨ ନାମଲେଖା ପାଇଁ ଆବେଦନ ଅବଧି ୫ ଦିନ ବୃଦ୍ଧି କରାଯାଇଛି। ପୂର୍ବରୁ ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ ଜୁନ୍‌ ୨୦ ଅର୍ଥାତ୍‌ ଗୁରୁବାର ପର୍ଯ୍ୟନ୍ତ ରହିଥିବା ବେଳେ ଏବେ ୨୫ତାରିଖକୁ ବୃଦ୍ଧି କରାଯାଇଛି। ଏହାସହିତ ଅଫ୍‌ଲାଇନ୍‌ ଆବେଦନ ଅବଧି ୨୬ତାରିଖ ପର୍ଯ୍ୟନ୍ତ ବୃଦ୍ଧି ହୋଇଛି।
ଯୁକ୍ତ୨ରେ ନାମ ଲେଖାଇବା ପାଇଁ ୬ରୁ ଅନ୍‌ଲାଇନ୍‌ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଆବେଦନର ଶେଷ ତାରିଖ ଜୁନ୍‌ ୨୦ ପର୍ଯ୍ୟନ୍ତ ରହିଥିଲା। ବର୍ତ୍ତମାନ ଏହାକୁ ବୃଦ୍ଧି କରାଯାଇଥିବା ବେଳେ ଛାତ୍ରୀଛାତ୍ର ୨୫ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। ୨୬ତାରିଖ ଅପରାହ୍ନ ୫ଟା ସୁଦ୍ଧା ସମସ୍ତ ଡକ୍ୟୁମେଣ୍ଟ ଷ୍ଟୁଡେଣ୍ଟ ଏକାଡେମିକ୍‌ ମ୍ୟାନେଜମେଣ୍ଟ ସିଷ୍ଟମ(ଏସ୍‌ଏଏମ୍‌ଏସ୍‌) ରିସୋର୍ସ ସେଣ୍ଟରରେ ଦାଖଲ କରିପାରିବେ। ଜୁଲାଇ ୨ ଅପରାହ୍ନ ୨ଟାରେ ପ୍ରଥମ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ୍‌ ପ୍ରକାଶ ପାଇବ। ଏହାପରେ ୩ରୁ ୬ତାରିଖ ଯାଏ ପ୍ରଥମ ପର୍ଯ୍ୟାୟ ନାମଲେଖା ହେବ। ୧୨ରେ ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ ଏବଂ ୧୨ରୁ ୧୬ତାରିଖ ମଧ୍ୟରେ ନାମଲେଖା ଅନୁଷ୍ଠିତ ହେବ। ୧୭ତାରିଖ ଅପରାହ୍ନ ୫ଟା ସୁଦ୍ଧା ନାମଲେଖା ସମ୍ପର୍କିତ ତଥ୍ୟ ଅନ୍‌ଲାଇନ୍‌ରେ ବାହାରିବ। ୨୦ରେ ବଳକା ସିଟ୍‌ ତାଲିକା ପ୍ରକାଶ ପାଇବ। ୨୪ରୁ ୨୬ତାରିଖ ମଧ୍ୟରେ ସ୍ପଟ୍‌ ନାମଲେଖା ପ୍ରକ୍ରିୟା ଅନୁଷ୍ଠିତ ହେବ। ଜୁଲାଇ ୨୯ରୁ ଯୁକ୍ତ୨ ପ୍ରଥମବର୍ଷ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଆରମ୍ଭ ହେବ ବୋଲି ଗୁରୁବାର ନିର୍ଦ୍ଦେଶାଳୟ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri