ଘୁଞ୍ଚିଲା ଯୁକ୍ତ୨ ନାମଲେଖା ଅବଧି

ଭୁବନେଶ୍ୱର,୨୧।୬(ବ୍ୟୁରୋ) : ଯୁକ୍ତ୨ ନାମଲେଖା ଅବଧିକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଯୁକ୍ତ୨ ନାମଲେଖା ପାଇଁ ଆବେଦନ ଅବଧି ୫ ଦିନ ବୃଦ୍ଧି କରାଯାଇଛି। ପୂର୍ବରୁ ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ ଜୁନ୍‌ ୨୦ ଅର୍ଥାତ୍‌ ଗୁରୁବାର ପର୍ଯ୍ୟନ୍ତ ରହିଥିବା ବେଳେ ଏବେ ୨୫ତାରିଖକୁ ବୃଦ୍ଧି କରାଯାଇଛି। ଏହାସହିତ ଅଫ୍‌ଲାଇନ୍‌ ଆବେଦନ ଅବଧି ୨୬ତାରିଖ ପର୍ଯ୍ୟନ୍ତ ବୃଦ୍ଧି ହୋଇଛି।
ଯୁକ୍ତ୨ରେ ନାମ ଲେଖାଇବା ପାଇଁ ୬ରୁ ଅନ୍‌ଲାଇନ୍‌ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଆବେଦନର ଶେଷ ତାରିଖ ଜୁନ୍‌ ୨୦ ପର୍ଯ୍ୟନ୍ତ ରହିଥିଲା। ବର୍ତ୍ତମାନ ଏହାକୁ ବୃଦ୍ଧି କରାଯାଇଥିବା ବେଳେ ଛାତ୍ରୀଛାତ୍ର ୨୫ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। ୨୬ତାରିଖ ଅପରାହ୍ନ ୫ଟା ସୁଦ୍ଧା ସମସ୍ତ ଡକ୍ୟୁମେଣ୍ଟ ଷ୍ଟୁଡେଣ୍ଟ ଏକାଡେମିକ୍‌ ମ୍ୟାନେଜମେଣ୍ଟ ସିଷ୍ଟମ(ଏସ୍‌ଏଏମ୍‌ଏସ୍‌) ରିସୋର୍ସ ସେଣ୍ଟରରେ ଦାଖଲ କରିପାରିବେ। ଜୁଲାଇ ୨ ଅପରାହ୍ନ ୨ଟାରେ ପ୍ରଥମ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ୍‌ ପ୍ରକାଶ ପାଇବ। ଏହାପରେ ୩ରୁ ୬ତାରିଖ ଯାଏ ପ୍ରଥମ ପର୍ଯ୍ୟାୟ ନାମଲେଖା ହେବ। ୧୨ରେ ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ ଏବଂ ୧୨ରୁ ୧୬ତାରିଖ ମଧ୍ୟରେ ନାମଲେଖା ଅନୁଷ୍ଠିତ ହେବ। ୧୭ତାରିଖ ଅପରାହ୍ନ ୫ଟା ସୁଦ୍ଧା ନାମଲେଖା ସମ୍ପର୍କିତ ତଥ୍ୟ ଅନ୍‌ଲାଇନ୍‌ରେ ବାହାରିବ। ୨୦ରେ ବଳକା ସିଟ୍‌ ତାଲିକା ପ୍ରକାଶ ପାଇବ। ୨୪ରୁ ୨୬ତାରିଖ ମଧ୍ୟରେ ସ୍ପଟ୍‌ ନାମଲେଖା ପ୍ରକ୍ରିୟା ଅନୁଷ୍ଠିତ ହେବ। ଜୁଲାଇ ୨୯ରୁ ଯୁକ୍ତ୨ ପ୍ରଥମବର୍ଷ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଆରମ୍ଭ ହେବ ବୋଲି ଗୁରୁବାର ନିର୍ଦ୍ଦେଶାଳୟ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪୬ କରୋନା ପଜିଟିଭଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ୩୮ ସୁରଟ ଫେରନ୍ତା

ଭୁବନେଶ୍ୱର, ୧୨।୫(ବ୍ୟୁରୋ): ରାଜ୍ୟରେ ସୋମବାର ସକାଳ ୯ଟାରୁ ମଙ୍ଗଳବାର ସକାଳ ୯ଟା ଅର୍ଥାତ୍‌ ୨୪ ଘଣ୍ଟା ମଧ୍ୟରେ ୪୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି...

ଅଧ ରାତି ହେଲେ ଅସହାୟ

ଅନୁଗୋଳ ଅଫିସ, ୧୭ା୯ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଉପରେ ଅନୁଗୋଳ ସହ ପଡ଼ୋଶୀ ଜିଲାଗୁଡ଼ିକର ଲକ୍ଷାଧିକ ରୋଗୀ ନିର୍ଭର କରନ୍ତି। ହେଲେ ଦିନରେ ଦଲାଲଙ୍କ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୮୦ କରୋନା ଆକ୍ରାନ୍ତ: ମୋଟ ଆରୋଗ୍ୟ ସଂଖ୍ୟା ୧୩୨୫ ଛୁଇଁଲା

ଭୁବନେଶ୍ୱର, ୨।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୮୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ପୁରୀରୁ ସର୍ବାଧିକ ୧୭ ଜଣ ରହିଥିବା ବେଳେ, କେନ୍ଦ୍ରାପଡ଼ା...

ଉପନିର୍ବାଚନ ପାଇଁ ସର୍ବଦଳୀୟ ବୈଠକ

ଭୁବନେଶ୍ୱର,୨।୧୦(ବ୍ୟୁରୋ): ନିର୍ବାଚନ ପ୍ରଚାର ବେଳେ କୌଣସି ପ୍ରାର୍ଥୀଙ୍କ ବିରୋଧରେ ବ୍ୟକ୍ତିଗତ ଆକ୍ଷେପ କରାଯାଇ ପାରିବ ନାହିଁ। ଭାରତର ମୁଖ୍ୟ ନିର୍ବାଚନ କମିଶନ ଏ ନେଇ କଟକଣା...

ବରିଷ୍ଠ ନାଗରିକ ଚିନ୍ତା: ସବୁ ଜିଲାରେ ନିର୍ମାଣ ହେବ ଜରାନିବାସ; ମାତାପିତାଙ୍କୁୁ ଅବହେଳା କରିବାରୁ ପୁତ୍ରକୁ ୨୫ ଦିନ ଜେଲ

ଭୁବନେଶ୍ୱର, ୨୭।୭(ବ୍ୟୁରୋ): ରାଜ୍ୟର ସମସ୍ତ ଜିଲାରେ ଜରାନିବାସ ସ୍ଥାପନ କରାଯିବ। ପ୍ରଥମ ପର୍ଯ୍ୟାୟରେ ୯ଟି ଜିଲାରେ ସ୍ଥାପନ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି।...

‘ପଞ୍ଚାୟତ ସ୍ତରରେ ମହିଳା ପଛରେ’

ଭୁବନେଶ୍ୱର,୯।୮(ବ୍ୟୁରୋ):ଓଡ଼ିଆ ଦୈନିକ ପ୍ରଗତିବାଦୀ ପରିସରରେ ସ୍ବାଧୀନତାର ଅମୃତ ମହୋତ୍ସବ ଓ ପ୍ରଗତିବାଦୀର ୫୦ତମ ଜୟନ୍ତୀ ଅବସରରେ ସୋମବାର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଆସନ୍ତା...

ପଦୋନ୍ନତି ପାଇବେ ୬୩,୩୦୩ ପ୍ରାଥମିକ ଶିକ୍ଷକ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟର ୬୩,୩୦୩ ଜଣ ପ୍ରାଥମିକ ଶିକ୍ଷକ ପଦୋନ୍ନତି ପାଇବେ। ପ୍ରାଥମିକ ବିଦ୍ୟାଳୟଗୁଡ଼ିକର ଶିକ୍ଷକମାନଙ୍କ ପଦୋନ୍ନତି ପାଇଁ ଆବଶ୍ୟକ ରେସିଡେନ୍ସି ପିରିୟଡକୁ କମ୍‌ କରିବାକୁ ମୁଖ୍ୟମନ୍ତ୍ରୀ...

ପୁରୀରେ ହେବ ପ୍ଲାନେଟାରିୟମ

ଭୁବନେଶ୍ୱର,୧୫ା୭(ବ୍ୟୁରୋ): ପୁରୀ ଜିଲାରେ ନିର୍ମାଣ ହେବ ପ୍ଲାନେଟାରିୟମ। ପୁରୀ ଐତିହ୍ୟ ପ୍ରକଳ୍ପ ସହ ଯୋଡ଼ି ହେବ ଆଉ ଏକ ଫର୍ଦ୍ଦ। ରାଜ୍ୟ ସରକାର ପୁରୀ ଜିଲାର...

Advertisement
Archives

Model This Week