ଘୁଞ୍ଚିଲା ୟୁପିଏସ୍‌ସି ପରୀକ୍ଷା: ଜୁନ୍‌ ୫ ବୈଠକରେ ପରବର୍ତ୍ତୀ ନିଷ୍ପତ୍ତି

ଭୁବନେଶ୍ୱର,୨୦ା୫(ବ୍ୟୁରୋ): କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍‌ସି) ଦ୍ୱାରା ହେବାକୁ ଥିବା ସମସ୍ତ ପରୀକ୍ଷା ଓ ସାକ୍ଷାତ୍‌କାରକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ଘୁଞ୍ଚାଇ ଦିଆଯାଇଛି। ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଉଠିବା ପରେ ବୁଧବାର ଆୟୋଗ ପକ୍ଷରୁ ଅନୁଷ୍ଠିତ ସ୍ବତନ୍ତ୍ର ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି। ଏବେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ୪ର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ରେ ବିଭିନ୍ନ କଟକଣା ଲାଗିଥିବାରୁ ପରୀକ୍ଷା ଆୟୋଜନ କରିବା ସମ୍ଭବପର ନୁହେଁ ବୋଲି କୁହାଯାଇଛି। ଏହି ପର୍ଯ୍ୟାୟ ଲକ୍‌ଡାଉନ୍‌ ସରିବା କ୍ଷଣି ପରିସ୍ଥିତିର ସମୀକ୍ଷା କରି ପରୀକ୍ଷା ଆୟୋଜନ ନେଇ ପରବର୍ତ୍ତୀ ନିଷ୍ପତ୍ତି ଗ୍ରହଣ କରାଯିବ। ଜୁନ୍‌ ୫ରେ ହେବାକୁ ଥିବା ଆୟୋଗର ପରବର୍ତ୍ତୀ ବୈଠକରେ ଏନେଇ ନିଷ୍ପତ୍ତି ନିଆଯିବ। କରୋନା ପାଇଁ ଗତ ଦୁଇମାସ ହେଲା ବାତିଲ ହୋଇଥିବା ୟୁପିଏସ୍‌ସିର ବିଭିନ୍ନ ପରୀକ୍ଷା ଓ ସାକ୍ଷାତକାର ପାଇଁ ନୂଆ ତାରିଖ ପ୍ରକାଶ ପାଇବ। ଏ ସମ୍ପର୍କରେ ଆବେଦନକାରୀମାନେ ୟୁପିଏସ୍‌ସିର ଓ୍ବେବ୍‌ସାଇଟ୍‌ରେ ସମ୍ପୂର୍ଣ୍ଣ ତଥ୍ୟ ପାଇପାରିବେ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଜେପି ଆନ୍ଦୋଳନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ନାହିଁ: ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୩୧।୭: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ପକ୍ଷରୁ ଗତ ଜୁଲାଇ ୨୦ରେ ଦିଲ୍ଲୀର ଯନ୍ତରମନ୍ତରଠାରୁ ସଂସଦ ଭବନ ଅଭିମୁଖେ ହୋଇଥିବା ରାଲିରେ ଭାଗନେଇଥିବା ସାଧାରଣ ନାଗରିକ ଓ…

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri