Posted inଜାତୀୟ

ଘୁଞ୍ଚି ଘୁଞ୍ଚି ଯାଉଛି ଫାଶୀ ଦଉଡ଼ି: ସୁପ୍ରିମ୍‌କୋର୍ଟ ପରେ ଏବେ ନିର୍ବାଚନ କମିଶନଙ୍କୁ ଆବେଦନ

ନୂଆଦିଲ୍ଲୀ,୨୦।୨: ନିର୍ଭୟା ମାମଲାରେ ୪ ଦୋଷୀଙ୍କ ଫାଶୀ ତାରିଖ ଘୁଞ୍ଚି ଘୁଞ୍ଚି ଚାଲିଛି। ଇତିମଧ୍ୟରେ ୩ ଥର ଡେଥ୍‌ ଓ୍ବାରେଣ୍ଟ ଜାରି ହୋଇଛି। ତେବେ ଦୋଷୀ ଫାଶୀରୁ ରକ୍ଷା ପାଇବା ପାଇଁ ବିଭିନ୍ନ ଆଇନଗତ ବିକଳ୍ପର ସାହାରା ନେବାରେ ଲାଗିଛନ୍ତି। ଅକ୍ଷୟ ସିଂ ଠାକୁର, ମୁକେଶ ସିଂ, ପଓ୍ବନ କୁମାର ଗୁପ୍ତାଙ୍କ ପାଖରେ ଅନ୍ୟ କୌଣସି ବିକଳ୍ପ ନାହିଁ। ତେବେ ବିନୟ କୁମାର ଶର୍ମାଙ୍କ ପାଖରେ ରାଜକ୍ଷମା ଏବଂ କ୍ୟୁରେଟିଭ୍‌ ପିଟିଶନ ବିକଳ୍ପ ରହିଛି। ବିନୟ ଶର୍ମା ସୁପ୍ରିମ୍‌କୋର୍ଟ ପରେ ଏବେ ନିର୍ବାଚନ କମିଶନଙ୍କୁ ଆବେଦନ କରିଛନ୍ତି। ସେ ଦର୍ଶାଇଛନ୍ତି ଯେ, ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଦ୍ୱାରା ଖାରଜ ହୋଇଥିବା ତାଙ୍କର ରାଜକ୍ଷମା ସମ୍ପୂର୍ଣ୍ଣ ଅଣ-ସାମ୍ବିଧାନିକ। ରାଜକ୍ଷମା ଖାରଜ ପାଇଁ ୨୯ ଜାନୁୟାରୀରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ନେତା ସତ୍ୟେନ୍ଦ୍ର ଜୈନ୍‌ଙ୍କ ଦ୍ୱାରା ଏକ ଆବେଦନ ଦାଖଲ ହୋଇଥିଲା। ସେ ସମୟରେ ସତ୍ୟେନ୍ଦ୍ର ନା ମନ୍ତ୍ରୀ ପଦରେ ଥିଲେ ଅବା ବିଧାୟକ ଥିଲେ। ନିର୍ବାଚନ ଆଚରଣ ବିଧି ଲାଗୁ ହୋଇଥିବାରୁ ଏଭଳି ସେ ରାଷ୍ଟ୍ରପତିଙ୍କ ନିକଟରେ ଏଭଳି ଆବେଦନ କରିପାରିବେ ନାହିଁ। ବିନୟଙ୍କ ଆବେଦନ ଆଇନଜୀବୀ ଏ.ପି. ସିଂ ନିର୍ବାଚନ କମିଶନଙ୍କ ନିକଟରେ କରିଛନ୍ତି। ଏହାର ବିଚାର କରିବା ପାଇଁ ସେ ନିର୍ବାଚନ କମିଶନଙ୍କ ନିକଟରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri