ଘୁମୁସର ବନଖଣ୍ଡରେ ରୋପଣ ହେବ ୨୫ ଲକ୍ଷ ଚାରା

ଭଞ୍ଜନଗର,୨୨।୪(ଡି.ଏନ.ଏ.)-କରୋନା ଲାଗି ଲକ୍‌ଡାଉନ୍‌ ଜାରି ରହିଥିଲେ ମଧ୍ୟ ଭଞ୍ଜନଗରସ୍ଥିତ ଉତ୍ତର ଘୁମୁସର ବନଖଣ୍ଡ ଓ ଦକ୍ଷିଣ ଘୁମୁସର ବନଖଣ୍ଡ କର୍ମଚାରୀମାନେ ଚାରା ଉପତ୍ାଦନ ପ୍ରତି ଧ୍ୟାନ ଦେଇଥିଲେ। ସୋମବାରଠାରୁ ଲକ୍‌ଡାଉନରେ ସାମାନ୍ୟ କୋହଳ ହେବାପରେ ନର୍ସରୀଗୁଡ଼ିକୁ ଆସୁଥିବା ଶ୍ରମିକଙ୍କ ସଂଖ୍ୟା ବଢ଼ିଛି। ସେମାନେ ସାମାଜିକ ଦୂରତ୍ୱ ବଜାୟ ରଖି କାମ କରୁଛନ୍ତି। ଚଳିତବର୍ଷ ଉତ୍ତର ଘୁମୁସର ବନଖଣ୍ଡରେ ବିଭିନ୍ନ ଯୋଜନାରେ ୧୦ ଲକ୍ଷରୁ ଉର୍ଦ୍ଧ୍ୱ ଚାରାରୋପଣ କରିବା ଲକ୍ଷ୍ୟ ରଖାଯାଇଛି। ସେହିପରି ଦକ୍ଷିଣ ଘୁମୁସର ବନଖଣ୍ଡରେ ୧୫ଲକ୍ଷରୁ ଉର୍ଦ୍ଧ୍ୱ ଚାରାରୋପଣ ହେବା ଯୋଜନା ଅଛି। ତେଣୁ ବନଖଣ୍ଡର ବିଭିନ୍ନ ନର୍ସରୀରେ ଚାରା ପ୍ରସ୍ତୁତି ଚାଲିଛି। ଡିଏଫଓଦ୍ୱୟ ପ୍ରତ୍ୟକ୍ଷ ଭାବେ ଏହାର ତଦାରଖ କରୁଛନ୍ତି। କିଛିଦିନ ପୂର୍ବେ ଆରସିସିଏଫ୍‌ ଆସି ନର୍ସରୀ ଗୁଡ଼ିକରେ ଚାରା ଉପତ୍ାଦନ ପ୍ରକ୍ରିୟା କିଭଳି ଚାଲିଛି ତାହା ସମୀକ୍ଷା କରିଛନ୍ତି। ଏସିଏଫ୍‌ ସୁଦର୍ଶନ ବାଦୀ କହିଛନ୍ତି, ଲକ୍‌ଡ଼ାଉନ ଯୋଗୁ ଚାରା ଉପତ୍ାଦନରେ ଅନେକ ସମସ୍ୟା ଆସିଛି। ତଥାପି ଲକ୍ଷ୍ୟ ଅନୁସାରେ ଚାରାରୋପଣ ହେବ ବୋଲି ସେ କହିଛନ୍ତି। ସେହିପରି ଆଗକୁ ଜଙ୍ଗଲରେ ନିଅଁା ଲାଗିବା ଆଶଙ୍କା ଥିବାରୁ ତାହାର କିଭଳି ମୁକାବିଲା କରାଯିବ ସେ ନେଇ ପଦକ୍ଷେପ ନିଆଯାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରେଣ୍ଟ ନେଲା ୨ ଚାଷୀଙ୍କ ଜୀବନ, ଗାଁରେ ଶୋକାକୁଳ

ଜଗତସିଂହପୁର,୨୪।୮: ଜଗତସିଂହପୁର ଜିଲା ସଦର ଥାନା ବେନୁଖଣ୍ଡା ଗାଁରେ ସୋମବାର ଏକ ଅଘଟଣ ଘଟିଛି। ଚାଷ କାମ କରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ଜଣ…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ବେଳାଭୂମି ଅବକ୍ଷୟ ରୋକିବାକୁ ଦାବିପତ୍ର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ ଠାରେ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗଞ୍ଜାମ ଜିଲାପାଳ ଭି…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri