ଚକାପାଦ ଘାଟିରୁ ଖସୁଛି ଅତଡା, ପଥର

ଶଙ୍କରାଖୋଲା,୨୫ା୮(ଡି.ଏନ.ଏ.)-କନ୍ଧମାଳ ଜିଲା ଟିକାବାଲି ଠାରୁ ଚକାପାଦ ପ୍ରାୟ ୧୮ କିମି ରାସ୍ତା ପୂର୍ତ୍ତ ବିଭାଗ ଅଧୀନରେ ରହିଥିବା ବେଳେ ଚକାପାଦ ଘାଟି ଶେଷ ଯାଏ ପ୍ରାୟ ୧୫ କିମି ରାସ୍ତା ନୂତନ ଭାବେ
ନିର୍ମିତ ହୋଇଛି ା ଟିକାବାଲି ତେଙ୍ଗେଡାପଥର ଛକ ଠାରୁ ୫ କିମି ଦୂରରେ ଥିବା ଚକାପାଦ ଘାଟି ରାସ୍ତାରେ ଗୋଟିଏ ପାର୍ଶ୍ୱରେ ଖାଲ ରହିଥିବା ବେଳେ ଅନ୍ୟ ଏକ ପାର୍ଶ୍ୱରେ ପାହାଡ ରହିଛି। ଲଗାଣ ବର୍ଷା ଯୋଗୁ ପାହାଡରୁ ମାଟି ଅତଡା ଓ ବଡ ବଡ ପଥର ଖସୁଥିବାରୁ ବିପଦସଙ୍କୁଳ ଅବସ୍ଥାରେ ଯାନବାହନ ଯାତାୟତ କରୁଛି। ଉକ୍ତ ରାସ୍ତାରେ ଚକାପାଦ, ବ୍ରାହ୍ମଣପାଦ ଦେଇ ଦଶପଲ୍ଲା ଓ ଚକାପାଦ ବଦାଙ୍ଗି ଦେଇ ଭଞ୍ଜନଗରକୁ ଯାନବାହନ ଚଳାଚଳ ହେଉଛି ା ଉକ୍ତ ରାସ୍ତାଟି ଟିକାବାଲି ତେଙ୍ଗେଡାପଥର ଛକଠାରୁ ଚକାପାଦ ଘାଟି ଶେଷ ଯାଏ ୧୫ କିମି ରାସ୍ତା ଏକ ଘରୋଇ କମ୍ପାନୀ ନୂତନ ଭାବେ ନିର୍ମାଣ କରିଥିବାବେଳେ ପୂର୍ତ୍ତ ବିଭାଗ କାର୍ଯ୍ୟ ତଦାରଖ କରୁଥିଲା। ରାସ୍ତାରେ ଗୋଟିଏ ପାର୍ଶ୍ୱରେ ଥିବା ପାହାଡକୁ ଲାଗି କଂକ୍ରିଟ ଓ୍ବାଲ ନିର୍ମାଣ କରାଯାଇ ନ ଥିବାରୁ ପାହାଡରୁ ବଡ ଅତଡା ଓ ପଥର ରାସ୍ତା ଉପରକୁ ଖସୁଛିା କୌଣସି ଅଘଟଣ ଘଟିବା ପୂର୍ବରୁ ପୂର୍ତ୍ତ ବିଭାଗ ସଜାଗ ହୋଇ ଉକ୍ତ ସମସ୍ୟାର ସମାଧାନ କରିବାପାଇଁ ଚକାପାଦ ଅଞ୍ଚଳବାସୀ ଦାବି କରିଛନ୍ତି ା ଏନେଇ ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ଦିବାକର ସାହୁଙ୍କୁ ଯୋଗାଯୋଗ କରିଥିଲେ ମଧ୍ୟ କୌଣସି ଉତ୍ତର ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଦୁଇ ଦିନ ଧରି ପ୍ରବଳ ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

କୋଟଗଡ଼ ବ୍ଲକର ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ

ଫୁଲବାଣୀ, ୧।୭ (ରାକେଶ କୁମାର ରାଉତ): କନ୍ଧମାଳ ଜିଲାର କୋଟଗଡ଼ ବ୍ଲକରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ (MGNREGS) ଯୋଜନାରେ ହୋଇଥିବା ଦୁର୍ନୀତି ଘଟଣାରେ ବ୍ଲକର ସହକାରୀ ଯନ୍ତ୍ରୀ ଓ କନିଷ୍ଠ…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…

ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…

ରାଇକିଆରେ ଦେବସ୍ନାନ ପୂର୍ଣ୍ଣିମା: ହାତୀ ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ରାଇକିଆ,୨୯/୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ ହୋଇଯାଇଛି। ଏଥିରେ ଭକ୍ତଙ୍କ ପ୍ରବଳ ସମାଗମ ଦେଖିବାକୁ ମିଳିଛି। ପୂର୍ବାହ୍ନରେ ମନ୍ଦିର ପରିସରସ୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri