ଚକ ନିର୍ମାଣ ଶେଷ, ଚାଲିଛି ଦଣ୍ଡା କାମ

ପୁରୀ ଅଫିସ,୨୫ା୫: ଏଥର ଅନୁକୂଳର ୧୨ଦିନ ବିଳମ୍ବରେ ରଥ ନିର୍ମାଣ କାମ ଆରମ୍ଭ ହୋଇଛି। ତଥାପି ଠିକଣା ସମୟକୁ ମହାପ୍ରଭୁଙ୍କ ତିନିରଥ ପ୍ରସ୍ତୁତ କରିବା ପାଇଁ ସମ୍ପୃକ୍ତ ସେବକମାନେ ଲାଗିପଡ଼ିିଛନ୍ତି। ମହାରଣା ସେବକ, ଭୋଇ ଓ ରୂପକାର ସେବକ ରଥଖଳାରେ ଚଳଚଞ୍ଚଳ ଥିବାବେଳେ ଦୋଳବେଦି ପରିସରରେ କରତି ଏବଂ କମାର ସେବକ କାମରେ ଲାଗିଛନ୍ତି। ସୋମବାର ସୁଦ୍ଧା ତିନିରଥର ୪୨ଟି ଯାକ ଚକ କାମ ସରିଥିବାବେଳେ ଏବେ ଦଣ୍ଡା କାମ ଚାଲିଛି। ତାଳଧ୍ୱଜ ରଥର ୯ଟି, ଦେବଦଳନ ରଥର ୭ଟି ଏବଂ ନନ୍ଦିଘୋଷର ୯ଟି ଦଣ୍ଡା ମଧ୍ୟରୁ ପ୍ରତ୍ୟେକର ୫ଟି ଲେଖାଏ ଦଣ୍ଡା ଚଉପଟ ସରିଛି। ରୂପକାର ସେବକ ଗୁଜରେ ସିଂହବିରାଳ ରୂପ ଖୋଦେଇ କରୁଛନ୍ତି। ତିନିରଥର ପ୍ରାୟ ୭୫ ପ୍ରତିଶତ ଖୋଦେଇ ଶେଷ ହୋଇଛି। ଅନ୍ୟପକ୍ଷରେ ନାଟଗୋଡ଼ କାମ ଆରମ୍ଭ ହୋଇଛି। ପ୍ରତି ରଥରେ ୮ଟି ଲେଖାଏ ନାଟଗୋଡ଼ ଲାଗିଥାଏ। ଏଥିରେ ରୂପକାର ସେବକମାନେ ରାହୁରୂପ ଖୋଦେଇ କରିବେ। ସେହିପରି ରଥଖଳାରେ ମୁହଁାଟ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ପ୍ରତି ରଥରେ ୪ଟି ଲେଖାଏ ମୁହଁାଟ ଲାଗିଥାଏ। ଆଗ ମୁହଁାଟ, ପଛ ମୁହଁାଟ ଏବଂ ୨ଟି ପାର୍ଶ୍ୱ ମୁହଁାଟ ଲାଗିଥାଏ ବୋଲି ମହାରଣା ସେବକ କହିଛନ୍ତି। ଦୋଳବେଦି ପରିସରରେ କରତି ସେବକଙ୍କ ଦ୍ୱାରା ପୋଲୋ ଗୟଳ ଚିରଟ କରାଯାଉଛି। ରଥରେ ଦୁଇପ୍ରକାର ଗୟଳ ଯଥା ପୋଲୋ ଗୟଳ ଏବଂ ଛନ୍ଦା ଗୟଳ ଲାଗିଥାଏ। ସେହିପରି ଦୋଳବେଦି ପରିସର ଅସ୍ଥାୟୀ କମାରଶାଳରେ ଓଝା ସେବକଙ୍କ ଦ୍ୱାରା ଦଣ୍ଡା କଣ୍ଟା, ଗୟଳ କଣ୍ଟା, ଯୋଖା ଆଦି ତିଆରି ହେଉଛି। ସୋମବାର ସକାଳେ ରଥଖଳାରେ କାମ ଆରମ୍ଭ ପୂର୍ବରୁ ସମ୍ପୃକ୍ତ ସେବକମାନଙ୍କର ଥର୍ମାଲ ସ୍କ୍ରିନିଂ କରାଯାଇଥିଲା। ସମସ୍ତ ସେବକ ସୁସ୍ଥ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?