Posted inଫୁରସତ

ଚଢ଼େଇଙ୍କ ପାଇଁ ବହୁତଳ ପ୍ରାସାଦ

ମଣିଷ ନିଜ ପାଇଁ ନିର୍ମାଣ କରିଛି ଅନେକ ବହୁତଳ ପ୍ରାସାଦ। କାଟୁଛି ବିଳାସମୟ ଜୀବନ। କିଛି ପ୍ରାଣୀ ବି ନିଜ ପାଇଁ ଛୋଟିଆ ଆବାସଟିଏ ତିଆରି କରିଥାଏ। ତେବେ ଚଢେଇଙ୍କ ପାଇଁ ଏବେ ମଣିଷ ତିଆରି କରିଛି ଏକ ବହୁତଳ ପ୍ରାସାଦ। ଆଉ ତା’ର ନାମ ଦେଇଛି ବାର୍ଡ ଫ୍ଲାଟ୍‌। ଗାଜିଆବାଦରେ ତିଆରି ହୋଇଛି ଏହି ପ୍ରଥମ ମଲ୍ଟି ଷ୍ଟୋରି ଫ୍ଲାଟ୍‌। ଗାଜିଆବାଦ ବିକାଶ ପ୍ରାଧିକରଣ ପ୍ରଥମକରି ଏହି ପଦକ୍ଷେପ ନେଇଛି। ଏହି ବାର୍ଡ ଫ୍ଲାଟ୍‌ରେ ୬୦ଟି ପକ୍ଷୀ ରହିବା ପାଇଁ ବ୍ୟବସ୍ଥା କରାଯାଇଛି। ଚଢେଇଙ୍କୁ ପ୍ରାକୃତିକ ଅନୁଭୂତି ଦେବାପାଇଁ ଏହାକୁ ଏକ ଲମ୍ବା ଖମ୍ବରେ ଝୁଲାଇ ରଖାଯାଇଛି। ଆଉ ଏହି ଫ୍ଲାଟ୍‌ ଉପରେ ଖରା ଓ ବର୍ଷାରୁ ରକ୍ଷା କରିବା ଲାଗି ଛତା ବି ଲଗାଇଛି। ଏହାକୁ ତିଆରି କରିବାର ଲକ୍ଷ୍ୟ ଥିଲା ପ୍ରକୃତି ସହିତ ଆପାର୍ଟମେଣ୍ଟରେ ରହୁଥିବା ଲୋକଙ୍କୁ ନିକଟତର କରାଇବା। ଉକ୍ତ ବାର୍ଡ ଫ୍ଲାଟ ତିଆରି କରିବା ପାଇଁ ପ୍ରାୟ ୨ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି। ଏହାମଧ୍ୟରେ ପାଣି ଓ ପୁଲ୍‌ର ବ୍ୟବସ୍ଥା କରାଯାଇଛି। ନିୟମିତ ପାଣି ବଦଳାଇବା ସୁବିଧା ବି ରହିଛି। ଫ୍ଲାଟ୍‌ଟି କାଠ ଓ ଲୁହା ଫ୍ରେମ୍‌ରେ ତିଆରି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତ୍ୟୋଦୟ ଆଧାରିତ ସାମାଜିକ ସୁରକ୍ଷା

ନ୍ତ୍ୟୋଦୟର ମୂଳ ଅର୍ଥ ହେଉଛି ସମାଜର ସବୁଠାରୁ ଶେଷଧାଡ଼ିରେ ଥିବା ନାଗରିକଙ୍କ ସାମଗ୍ରିକ ବିକାଶ। ଯେତେବେଳେ ସେହି ଶେଷ ମଣିଷଟି ମଧ୍ୟ ସମାନ ସୁଯୋଗ, ସମ୍ମାନ ଓ…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ସକାଳର ପ୍ରଥମ କିରଣ ଛୁଇଁଥିଲା ଶ୍ରୀସୂର୍ଯ୍ୟଙ୍କ ବିଗ୍ରହଙ୍କୁ…

କୋଶୋଦାସର ଶ୍ରୀପଦ୍ମକେଶର ମନ୍ଦିର ଆକ୍ରମଣର ସବିଶେଷ ଇତିହାସ ଆଲୋଚନା ଆଢ଼ୁଆଳରେ ଅଛି। ଆମେ କେବଳ ଗତ ସଂଖ୍ୟାରେ ସୂଚନା ଦେଇଥିଲୁ। ଅନୁସନ୍ଧାନ ଆମର ନୀରବ ହୋଇନାହିଁ। ଶ୍ରୀପଦ୍ମକେଶର…

ସାପ ଲାଞ୍ଜକୁ ଧରି ଦଉଡ଼ି ପରି ଘୂରାଉଥିଲେ ଯୁବକ, ହଠାତ୍‌ ଘଟିଲା ଏମିତି…

ସାପର ନାଁ ଶୁଣିଲେ ସମସ୍ତଙ୍କୁ ଡର ଲାଗେ। ଏହାର ନାଁ ଶୁଣିଲେ ସବୁଠାରୁ ସାହସୀ ମଣିଷ ମଧ୍ୟ ଭୟରେ ଥରି ଉଠେ। ଯଦି ଜଣେ ଯୁବକ ସେହି…

ବିଶ୍ୱର ଏହି ଦେଶ ପାଖରେ ରହିଛି ସବୁଠୁ ଘାତକ ବାୟୁସେନା, ଜାଣନ୍ତୁ କେଉଁ ସ୍ଥାନରେ ରହିଛି ଭାରତ…

ବିଶ୍ୱରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯେପରିକି ୟୁକ୍ରେନ ସଙ୍କଟ ଏବଂ ମଧ୍ୟପ୍ରାଚ୍ୟର ପରିସ୍ଥିତି, ସାମରିକ ଖର୍ଚ୍ଚ ରେକର୍ଡ ସ୍ତରରେ ପହଞ୍ଚିବାରେ ଲାଗିଛି। ଷ୍ଟକହୋମ୍‌ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ…

ଜାଣନ୍ତି କି ପାଇପ୍‌ଲାଇନ୍‌ ଗ୍ୟାସ୍‌ କେଉଁଠାରୁ ଆସେ? କେମିତି ଆସି ସିଧାସଳଖ ପହଞ୍ଚୁଛି ରୋଷେଇ ଘରେ…

ନୂଆଦିଲ୍ଲୀ,୨୯ା୩: ଦେଶର ଲୋକମାନେ ବର୍ଦ୍ଧିତ ଗ୍ୟାସ୍‌ ଦର ଏବଂ ସିଲିଣ୍ଡର ପାଇଁ ହଇରାଣ ହରକତ ହେଉଥିବାରୁ ଏବେ PNG (ପାଇପ୍‌ ନାଚୁରାଲ୍‌ ଗ୍ୟାସ୍‌) ଆଡ଼କୁ ମୁହାଁଇଛନ୍ତି। ଆଜି…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri