ଚଣ୍ଡିମନ୍ଦିର ପରିଚାଳନା ବିଭ୍ରାଟ ନେଇ ବଢୁଛି ଅସନ୍ତୋଷ: କାର୍ଯ୍ୟକାରୀ ହେଉନି ଦେବୋତ୍ତର କମିଶନରଙ୍କ ଆଦେଶ

ଚଣ୍ଡିଖୋଲ,୮ା୮(ଡି.ଏନ.ଏ): ଚଣ୍ଡିଖୋଲର ଚଣ୍ଡିମାତା ମନ୍ଦିର ପରିଚାଳନା କ୍ଷେତ୍ରରେ ଦୀର୍ଘଦିନ ହେବ ବିଭ୍ରାଟ ହେବା ପରେ ଏହାକୁ ନେଇ ଦେବୋତ୍ତର କମିଶନରେ ମାମଲା ରୁଜୁ ହୋଇଥିଲା। କମିଶନର ଏଠାରେ ଗଠିତ ଟ୍ରଷ୍ଟ ବୋର୍ଡକୁ ରଦ୍ଦ କରି ସ୍ଥାୟୀ ପରିଚାଳନା କମିଟି ଗଠନ ପାଇଁ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଥିଲେ। ମେ ୨୫ ତାରିଖ କମିଶନର ଦେଇଥିବା ଆଦେଶରେ ନୂଆ ସ୍ଥାୟୀ ଟ୍ରଷ୍ଟ ବୋର୍ଡ ଗଠନ ପର୍ଯ୍ୟନ୍ତ ୩ଜଣିଆ ପ୍ରଶାସନିକ ଅଧିକାରୀଙ୍କୁ ନେଇ ଏକ ଅସ୍ଥାୟୀ ପରିଚାଳନା କମିଟି ମନ୍ଦିର ପରିଚାଳନା କରିବେ ବୋଲି ନିର୍ଦ୍ଦେଶ ଦେଇଥିଲେ। ହେଲେ ୨ମାସ ବିତିଯାଇଥିଲେ ବି କମିଶନରଙ୍କ ନିର୍ଦ୍ଦେଶ ଅଦ୍ୟାବଧି କାର୍ଯ୍ୟକାରୀ ହୋଇନାହିଁ। କମିଶନର ଦେଇଥିବା ରାୟରେ କଟକସ୍ଥିତ ଡିଭିଜୋନାଲ ଏଣ୍ଡୋମେଣ୍ଟ ଇନ୍ସପେକ୍ଟର, ଦର୍ପଣ ଅତିରିକ୍ତ ତହସିଲଦାର ଓ ବଡ଼ଚଣା ଥାନାଧିକାରୀ ଅସ୍ଥାୟୀ ଭାବେ ମନ୍ଦିରର ପରିଚାଳନା କରିବେ ବୋଲି ଉଲ୍ଲେଖ କରିଛନ୍ତି। ସୂଚନା ଥାଉକି, ଅସ୍ଥାୟୀ ପରିଚାଳନା କମିଟିରେ ଥିବା ୩ଜଣ ସରକାରୀ ଅଧିକାରୀ କମିଶନରଙ୍କ ଆଦେଶ ପାଇ ସାରିଥିଲେ ମଧ୍ୟ ଚଣ୍ଡିମାତା ମନ୍ଦିରକୁ ଆସି ବିଧିବଦ୍ଧ ଭାବେ ପରିଚାଳନା ଦାୟିତ୍ୱ ନେଇନାହାନ୍ତି। ଅପରପକ୍ଷେ ପୂର୍ବ ବିବାଦୀୟ ପରିଚାଳନା କମିଟିର ଟ୍ରଷ୍ଟି ମଧ୍ୟ ଦାୟିତ୍ୱ ହସ୍ତାନ୍ତର କରୁ ନ ଥିବା ଦେଖାଯାଇଛି। ଗତ ୪ବର୍ଷ ହେବ ମନ୍ଦିର ପରିଚାଳନାରେ ଘୋର ବିଭ୍ରାଟ ଲାଗି ରହିଥିବାରୁ ମନ୍ଦିର ପରିବେଶ ଓ ଆଧ୍ୟାତ୍ମିକ ଭାବାବେଗ ମଧ୍ୟ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ପରିଚାଳନାଗତ ତ୍ରୁଟି ଯୋଗୁ ଆଶ୍ରମରେ ଥିବା ଗୋରୁ ରୋଗାଗ୍ରସ୍ତ ହୋଇ ମୃତ୍ୟୁବରଣ କରିବା ସହ ଉନ୍ନୟନ କାର୍ଯ୍ୟ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଛି। ଏ ସମସ୍ତ କଥା ଜାଣୁଥିଲେ ମଧ୍ୟ ଦେବୋତ୍ତର ବିଭାଗ ଓ ଜିଲା ପ୍ରଶାସନ ଏହି ପୀଠକୁ ସୁପରିଚାଳନା କରିବା ପାଇଁ ମନୋନିବେଶ ନ କରିବା ହଜାର ହଜାର ଆଶ୍ରମ ପ୍ରେମୀ ଓ ପର୍ଯ୍ୟଟକଙ୍କୁ ବ୍ୟଥିତ କରିଛି। ଗତ ୨ମାସ ତଳୁ ଦେବୋତ୍ତର କମିଶନରଙ୍କ ସ୍ଥାୟୀ ପରିଚାଳନା କମିଟି ଗଠନ ପାଇଁ ନିର୍ଦ୍ଦେଶ ଆସିଥିଲେ ମଧ୍ୟ ଇତିମଧ୍ୟରେ ନିଯୁକ୍ତ ଅସ୍ଥାୟୀ କମିଟିର ଗୋଟିଏ ବି ବୈଠକ ବସି ନ ଥିବା ଜଣାପଡ଼ିଛି। ଯଥାଶୀଘ୍ର କମିଶନରଙ୍କ ଆଦେଶ ଅନୁଯାୟୀ ମନ୍ଦିରର ପରିଚାଳନା ପାଇଁ ସ୍ଥାୟୀ ପରିଚାଳନା କମିଟି ଗଠନର ପ୍ରକ୍ରିୟା ଆରମ୍ଭ କରିବାକୁ ସାଧାରଣରେ ଦାବି ହୋଇଛି। ଏ ସମ୍ପର୍କରେ କମିଟିରେ ଥିବା ବଡ଼ଚଣା ଥାନାଧିକାରୀ ଦୀପକ କୁମାର ଜେନାଙ୍କୁ ପଚାରିବାରୁ, କମିଶନରଙ୍କ ଆଦେଶ ମିଳିଛି। ଦେବୋତ୍ତର ବିଭାଗ ମନ୍ଦିର ପରିଚାଳନା ନେଇ ଯାହା ନିଷ୍ପତ୍ତି ନେବେ ସେଥିରେ ସହଯୋଗ କରିବେ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri