ଚତୁର୍ଥ ପର୍ଯ୍ୟାୟରେ ୯୪୩ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ

ନୂଆଦିଲ୍ଲୀ,୨୮ା୪: ଚତୁର୍ଥ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଆସନ୍ତା ୨୯ ତାରିଖରେ ହେବାକୁ ଯାଉଥିବାବେଳେ ଶନିବାର ଅପରାହ୍ନରେ ପ୍ରଚାର ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୯ଟି ରାଜ୍ୟର ୭୨ ଆସନରେ ମତଦାନ ହେବ। ଏଥିରେ ରହିଛି ବିହାରର ୫ ଆସନ, ଝାଡଖଣ୍ଡର ୩, ମଧ୍ୟପ୍ରଦେଶର ୬, ମହାରାଷ୍ଟ୍ରର ୧୭, ଓଡିଶାର ୬, ରାଜସ୍ଥାନର ୧୩, ଉତ୍ତରପ୍ରଦେଶର ୧୩, ଜମ୍ମୁ-କଶ୍ମୀରର ଗୋଟିଏ ଏବଂ ପଶ୍ଚିମବଙ୍ଗର ୮ ଆସନ। ମତଦାନ ଲାଗି ନିର୍ବାଚନ କମିଶନଙ୍କ ପକ୍ଷରୁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ପୋଲିଂ କର୍ମଚାରୀ ଇଭିଏମ୍‌ ଏବଂ ଭିଭିପିଏଟି ସହ ବିଭିନ୍ନ ବୁଥ୍‌ରେ ପହଞ୍ଚତ୍ବାରେ ଲାଗିଛନ୍ତି।
ଚତୁର୍ଥ ପର୍ଯ୍ୟାୟରେ ମୋଟ ୯୪୩ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବାକୁ ଯାଉଥିବାବେଳେ ସେମାନଙ୍କ ମଧ୍ୟରୁ ୨୧୦ ଜଣଙ୍କ ବିରୋଧରେ ଅପରାଧ ମାମଲା ରହିଛି। ଶନିବାର ପ୍ରଚାର ଶେଷ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତରପ୍ରଦେଶର କନୌଜ, ହର୍ଦୋଇ ଏବଂ ସୀତାପୁରଠାରେ ନିର୍ବାଚନୀ ସଭାରେ ଯୋଗଦେଇଥିଲେ। ଆତଙ୍କବାଦ ବିରୋଧରେ ଲଢ଼େଇ ଲାଗି କଂଗ୍ରେସ, ସମାଜବାଦୀ ପାର୍ଟି (ଏସ୍‌ପି) ଏବଂ ବିଏସ୍‌ପିର କୌଣସି ଯୋଜନା ନାହିଁ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ସେହିପରି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ୍‌ ଶାହ ଝାଡଖଣ୍ଡର ପାଲାମୁ ଏବଂ ଓଡ଼ିଶାର ମୟୂରଭଞ୍ଜ ଓ ଯାଜପୁରରେ ନିର୍ବାଚନୀ ସଭା କରିଥିଲେ। ରାଜସ୍ଥାନରେ ଭାଜପା ଓ କଂଗ୍ରେସ ମଧ୍ୟରେ କଡ଼ା ଟକ୍କର ହେଉଥିଲାବେଳେ ବିହାରର ଦର୍‌ଭଙ୍ଗା, ଉଜିଆରପୁର, ସମସ୍ତିପୁର, ବେଗୁସରାଇ ଏବଂ ମୁଙ୍ଗେରରେ ଶେଷ ଦିନରେ ଜୋରଦାର ପ୍ରଚାର ହୋଇଥିଲା।
ଚତୁର୍ଥ ପର୍ଯ୍ୟାୟ ମହାରାଷ୍ଟ୍ର ପାଇଁ ଶେଷ ପର୍ଯ୍ୟାୟ ହୋଇଥିବାବେଳେ ମଧ୍ୟପ୍ରଦେଶ ଓ ରାଜସ୍ଥାନରେ ପ୍ରଥମ ଥର ମତଦାନ ହେବ। ସେହିପରି ଓଡିଶାରେ ଏହା ଶେଷ ପର୍ଯ୍ୟାୟ ଲୋକ ସଭା ଓ ବିଧାନସଭା ନିର୍ବାଚନ। ଏହି ପର୍ଯ୍ୟାୟରେ ଚର୍ଚ୍ଚିତ ପ୍ରାର୍ଥୀଙ୍କ ମଧ୍ୟରେ ରହିଛନ୍ତି ବେଗୁସରାଇରୁ ସିପିଆଇ ପ୍ରାର୍ଥୀ କହ୍ନେୟା କୁମାର ଏବଂ ଭାଜପା ପ୍ରାର୍ଥୀ ଗିରିରାଜ ସିଂ, ଛିନ୍ଦଓ୍ବାଡା ଲୋକ ସଭା ଆସନରୁ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ପୁଅ ନକୁଳ ଲଢ଼ୁଥିବାବେଳେ ଛିନ୍ଦଓ୍ବାଡା ବିଧାନସଭା ଆସନ ଉପନିର୍ବାଚନ ପାଇଁ କମଳନାଥ ପ୍ରାର୍ଥୀ ହୋଇଛନ୍ତି। ସିଧି ଆସନରୁ କଂଗ୍ରେସ ଅର୍ଜୁନ ସିଂଙ୍କ ପୁଅ ଅଜୟ ସିଂଙ୍କୁ ପ୍ରାର୍ଥୀ କରିଛି। ଜବଲପୁରରୁ ମଧ୍ୟପ୍ରଦେଶ ଭାଜପା ସଭାପତି ରାକେଶ ସିଂ ଲଢ଼ୁଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଅଛନ୍ତି ପୁନମ ମହାଜନ, ପ୍ରିୟା ଦତ୍ତ, ମିଲିନ୍ଦ୍‌ ଦେଓରା, ଊର୍ମିଳା ମାତୋଣ୍ଡକର ପ୍ରମୁଖ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

Gen-Zଙ୍କୁ ବଡ଼ ବାର୍ତ୍ତା ଦେଲେ ମୋଦି

ଭଦୋଦରା,୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଗୁଜରାଟର ଭଦୋଦରାରେ ପହଞ୍ଚିଥିଲେ। ସେଠାରେ ସେ ଗୁଜରାଟ ଏବଂ ମଧ୍ୟପ୍ରଦେଶ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ବିକାଶମୂଳକ ପ୍ରକଳ୍ପର ଉଦଘାଟନ…

ସ୍କୁଲରେ ଚାଞ୍ଚଲ୍ୟ; ପାଇଖାନାରୁ ମିଳିଲା ସପ୍ତମ ଶ୍ରେଣୀ ଛାତ୍ରଙ୍କ ମୃତଦେହ

ଲକ୍ଷ୍ନୌ,୮।୯: ଉତ୍ତରପ୍ରଦେଶର ମବାନା ଅଞ୍ଚଳର ଏକ ଘରୋଇ ସ୍କୁଲରେ ଘଟିଛି ଦୁଃଖଦ ଘଟଣା। ସପ୍ତମ ଶ୍ରେଣୀର ୧୩ ବର୍ଷୀୟ ଛାତ୍ର କୁନାଲ ଶର୍ମାଙ୍କ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ…

RBIର ବଡ଼ ଘୋଷଣା: UPI ଓ QR କୋଡ ବ୍ୟବହାରକାରୀ ସାବଧାନ! ୧୫ ସେପ୍ଟେମ୍ବରରୁ ବ୍ଲକ ହୋଇଯିବ ଆକାଉଣ୍ଟ

ନୂଆଦିଲ୍ଲୀ: ଯଦି ଆପଣ ଜଣେ ଛୋଟ ବ୍ୟବସାୟୀ ଏବଂ ଦୋକାନରେ QR କୋଡ କିମ୍ବା UPI ମାଧ୍ୟମରେ ପେମେଣ୍ଟ ଗ୍ରହଣ କରୁଛନ୍ତି, ତେବେ ଏହି ଖବର ଆପଣଙ୍କ…

ସରକାରୀ କର୍ମଚାରୀଙ୍କ ବଢ଼ିବ ଦରମା! ସାମ୍ନାକୁ ଆସିଲା ୮ମ ବେତନ ଆୟୋଗର ନୂଆ ଅପଡେଟ୍

ନୂଆଦିଲ୍ଲୀ,୮।୯: କେନ୍ଦ୍ରୀୟ କର୍ମଚାରୀ ଓ ପେନସନ୍‌ଭୋଗୀଙ୍କ ପାଇଁ ୮ମ ବେତନ ଆୟୋଗର ଆଲୋଚନା ଜୋରଦାର ହୋଇଛି। ଆୟୋଗ ୭ ଓ ୮ ସେପ୍ଟେମ୍ବରରେ ଚେନ୍ନାଇରେ କର୍ମଚାରୀ ସଂଗଠନ,…

ରାହୁଲ ଗାନ୍ଧୀଙ୍କୁ ବଡ଼ ଝଟକା ଦେଲେ ହାଇକୋର୍ଟ, ପିଏମ୍‌ ମୋଦିଙ୍କୁ ନେଇ…

ନୂଆଦିଲ୍ଲୀ, ୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ମନ୍ତବ୍ୟକୁ ନେଇ ଚାଲିଥିବା ମାନହାନି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ବଡ଼ ଝଟକା ଲାଗିଛି। ମଙ୍ଗଳବାର (ସେପ୍ଟେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri