Posted inଜାତୀୟ

ଚତୁର୍ଥ ପର୍ଯ୍ୟାୟ ଆର୍ଥିକ ପ୍ୟାକେଜ ଘୋଷଣା କଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୬।୫: କରୋନା ମହାମାରୀ ଯୋଗୁ ଭାଙ୍ଗିପଡିଥିବା ଅର୍ଥ ବ୍ୟବସ୍ଥାକୁ ସୁଧାରିବା ଲାଗି ଚତୁର୍ଥ ଥର ପାଇଁ ଶନିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୨୦ ଲକ୍ଷ କୋଟି ଟଙ୍କା ଆର୍ଥିକ ପ୍ୟାକେଜର ଘୋଷଣା କରିଛନ୍ତି। ପ୍ରଥମେ ସେ କୋଇଲା, ଖଣି ଓ ପ୍ରତିରକ୍ଷା କ୍ଷେତ୍ରକୁ ଗୁରୁତ୍ୱ ଦେଇଛନ୍ତି। କୋଇଲା କ୍ଷେତ୍ରରେ ଭିତ୍ତିଭୂମି ବିକାଶ ଲାଗି ୫୦ ହଜାର କୋଟି ଟଙ୍କା ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି। ଖଣି କ୍ଷେତ୍ରରେ ଲିଜ ହସ୍ତାନ୍ତରକୁ ଅନୁମତି ଦିଆଯିବ ଓ ବଳକା ଖଣିଜ ପଦାର୍ଥକୁ ବିକ୍ରି କରିବାକୁ ଅନୁମତି ଦିଆଯିବ। ଏହାସହ ପ୍ରାୟ ୫୦୦ଟି ଖଣି ନିଲାମ ପାଇଁ ରଖାଯିବ। ଅନ୍ୟପକ୍ଷରେ ପ୍ରତିରକ୍ଷା କ୍ଷେତ୍ରରେ ବିଦେଶୀ ନିବେଶକୁ ପ୍ରୋତ୍ସାହିତ କରିବାକୁ ବିଦେଶୀ ପୁଞ୍ଜି ନିବେଶ ସୀମାକୁ ୪୯ ପ୍ରତିଶତରୁ ୭୪ ପ୍ରତିଶତକୁ ବୃଦ୍ଧି କରାଯିବ। ଦେଶକୁ ପ୍ରତିରକ୍ଷା ସାମଗ୍ରୀ ଉତ୍ପାଦନ କ୍ଷେତ୍ରରେ ସ୍ବାବଲମ୍ବୀ କରିବାକୁ ମଧ୍ୟ ଉଦ୍ୟମ କରାଯିବ। ଆହୁରି ୬ଟି ବିମାନ ବନ୍ଦରକୁ ନିଲାମ କରାଯିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। ଏୟାର ପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆ ଏହା କରିବ। ଏହା ୨ ମାସ ମଧ୍ୟରେ କରାଯିବା ସହ ଏଥିରୁ ୧ ହଜାର କୋଟି ଟଙ୍କା ଲାଭ ମିଳିବ। ଏହାଦ୍ୱାର ଇନ୍ଧନ ବଞ୍ଚିବା ସହ ପରିବେଶ ପ୍ରଦୂଷଣ ମଧ୍ୟ କମ୍‌ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସାରା ଦେଶରେ ‘ନକଲି ପନିର’ ବିପଦ; ୮୩% ନମୁନା ବିଫଳ ହେବା ପରେ FSSAI’ର ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭ା୧୨: ଦେଶରେ କ୍ଷୀର ଏବଂ କ୍ଷୀରଜାତ ଦ୍ରବ୍ୟରେ ବଢୁଥିବା ଭେଜାଲ ଓ ମିସ୍‌ବ୍ରାଣ୍ଡିଂ ସମସ୍ୟାର ସମାଧାନ ପାଇଁ ଭାରତୀୟ ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri