ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ: ଭାଜପା ଗଡ଼ ରକ୍ଷା ଚିନ୍ତାରେ ଥିବାବେଳେ କଂଗ୍ରେସ ପାଇଁ ପୁରୁଣା ଗାଦି ବିଜୟ ଲକ୍ଷ୍ୟ

ନୂଆଦିଲ୍ଲୀ,୨୭।୪: ଲୋକ ସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟରେ ୯ଟି ରାଜ୍ୟର ୭୧ ଆସନ ପାଇଁ ସୋମବାର ମତଦାନ କରାଯିବ। ଏସବୁ ଆସନରେ ଭାଜପା ଗଡ଼ ରକ୍ଷା ପାଇଁ ଚିନ୍ତା କରୁଥିବାବେଳେ କଂଗ୍ରେସ ପୁରୁଣା ଗାଦି ବିଜୟ ଲାଗି ଲକ୍ଷ୍ୟ ରଖିଛି। ଚତୁର୍ଥ ପର୍ଯ୍ୟାୟରେ ବିହାରର ୫, ଜମ୍ମୁ-କଶ୍ମୀରରେ ଗୋଟିଏ, ଝାଡଖଣ୍ଡର ୩, ମଧ୍ୟପ୍ରଦେଶର ୬, ମହାରାଷ୍ଟ୍ରର ୧୭, ଓଡ଼ିଶାର ୬, ରାଜସ୍ଥାନର ୧୩, ଉତ୍ତରପ୍ରଦେଶର ୧୩ ଏବଂ ପଶ୍ଚିମବଙ୍ଗର ୮ଟି ଲୋକ ସଭା ଆସନ ପାଇଁ ମତଦାନ କରାଯିବ। ୨୦୧୪ରେ ଭାଜପା ଏସବୁ ଆସନରେ ୪୫ରେ ବିଜୟ ହୋଇଥିଲା। ଏସବୁ ଆସନ ମଧ୍ୟରୁ କଂଗ୍ରେସ ଖାତାକୁ ୨ଟି ଆସନ ଆସିଥିଲା। ତେବେ ଚଳିତ ନିର୍ବାଚନରେ କଂଗ୍ରେସ ରାଜସ୍ଥାନ, ମଧ୍ୟପ୍ରଦେଶ, ମହାରାଷ୍ଟ୍ରରେ ଆସନ ବିଜୟ ଲକ୍ଷ୍ୟ ପ୍ରସସ୍ତୁତ କରିଛି। ଅପରପକ୍ଷରେ ଭାଜପା ନିଜର ପୂର୍ବଥର ଆସନଗୁଡ଼ିକୁ ବଞ୍ଚାଇବାର ଉଦ୍ୟମ ଅବ୍ୟାହତ ରଖିଛି। ମହାରାଷ୍ଟ୍ରରେ ଭାଜପା ଗତ ନିର୍ବାଚନରେ ଏସବୁ ଆସନ ମଧ୍ୟରୁ ୮ ଆସନ ହାତେଇଥିବାବେଳେ ଶିବସେନା ୯ ଆସନରେ ବିଜୟୀ ହୋଇଥିଲା। ପରିବର୍ତ୍ତିତ ରାଜନୀତିରେ ଏବେ ଭାଜପା ନିଜ ଗଡ଼ ବଞ୍ଚାଇବାରେ ସଫଳ ହେବାକୁ ପ୍ରୟାସ କରୁଥିବାବେଳେ ଏତେ ସଂଖ୍ୟକ ଗଡ଼ ବିଜୟ ଏକ ଆହ୍ବାନ ସୃଷ୍ଟି କରିଛି। ସେହିପରି କଂଗ୍ରେସ ଅତି ଖରାପ ପ୍ରର୍ଦଶନରୁ କିଛି କରାମତି କରାଇବା ଲକ୍ଷ୍ୟ ନେଇ ଉଦ୍ୟମ ଜାରି ରଖିଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋନ୍‌ ନେଇଥିବା ଲୋକଙ୍କୁ ଲାଗିବ ବଡ଼ ଝଟକା: ମହଙ୍ଗା ହେବ EMI! ଅକ୍ଟୋବରରୁ RBI …

ନୂଆଦିଲ୍ଲୀ,୧୬।୯: ଯଦି ଆପଣ ବ୍ୟାଙ୍କରୁ ହୋମ ଲୋନ, କାର୍‌ ଲୋନ କିମ୍ବା ପର୍ସନାଲ ଲୋନ ନେଇଛନ୍ତି, ତେବେ ଆଗାମୀ ଦିନରେ ଆପଣଙ୍କ ଉପରେ ଅତିରିକ୍ତ EMI ବୋଝ…

ଚା’-ପକୋଡ଼ି, ପରିବା ବ୍ୟବସାୟୀଙ୍କ ଟେନସନ ବଢ଼ିବ! UPIର ୧ ଲକ୍ଷ ଲିମିଟ୍‌କୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ, ୧୬।୯: UPI ପେମେଣ୍ଟକୁ ନେଇ ଏବେ ବଡ଼ ଚର୍ଚ୍ଚା। ଦୁଇ ହଜାର ଟଙ୍କାରୁ ଅଧିକ ମର୍ଚ୍ଚାଣ୍ଟ UPI ପେମେଣ୍ଟ ଉପରେ MDR ବା Merchant Discount…

ଶୁକ୍ରର ଉପଗ୍ରହ ମାଡ଼ହୋଇ ଧ୍ୱଂସ ପାଇଯାଇଛି

ନୂଆଦିଲ୍ଲୀ, ୧୬ା୯: ପୃଥିବୀର ଦ୍ରୁତ ଘୂର୍ଣ୍ଣନ ଯୋଗୁ ଚନ୍ଦ୍ର ଆମଠାରୁ ଦୂରେଇ ଯାଉଥିବା ବେଳେ ଶୁକ୍ର ଗ୍ରହର ମନ୍ଥର ଗତି ହିଁ ତା’ର ଉପଗ୍ରହ ପାଇଁ କାଳ…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

ଅଭିନେତା ବିଜୟଙ୍କ ଶୈଳୀରେ ନିର୍ମିତ ଗଣେଶ ମୂର୍ତ୍ତିକୁ ନେଇ ବିବାଦ; ଆୟୋଜକଙ୍କ ଗିରଫଦାରୀ ଦାବି କଲା ଭାଜପା

ଚେନ୍ନାଇ,୧୫।୯: ଗଣେଶ ଚତୁର୍ଥୀ ପୂର୍ବରୁ ତାମିଲନାଡୁରେ ଏକ ନୂଆ ରାଜନୈତିକ ବିବାଦ ଦେଖାଦେଇଛି। ଚେନ୍ନାଇର କୋରୁକ୍କୁପେଟ ଅଞ୍ଚଳରେ ସ୍ଥାପିତ ଭଗବାନ ଗଣେଶଙ୍କ ମୂର୍ତ୍ତିଗୁଡ଼ିକ ରାଜ୍ୟର ମୁଖ୍ୟମନ୍ତ୍ରୀ ତଥା…

କଂଗ୍ରେସରେ ବଡ଼ ସାଙ୍ଗଠନିକ ଅଦଳବଦଳ; ଏମାନଙ୍କୁ ବଡ଼ ସୁଯୋଗ ଦେବେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୫।୯: କଂଗ୍ରେସରେ ସାଙ୍ଗଠନିକ ପୁନର୍ଗଠନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ପୁରୁଣା ନେତାଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା ସହ ଯୁବ ଓ ସକ୍ରିୟ ନେତାଙ୍କୁ ସଂଗଠନରେ ଗୁରୁତ୍ୱପୂର୍ଣ୍ଣ…

ବଲିଉଡ ପ୍ରେମରେ ମାଲେସିଆ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହାପାଇଁ ପୋଷ୍ଟ କଲେ ‘ଦିଲ ତୋ ପାଗଲ ହୈ’

ନୂଆଦିଲ୍ଲୀ/କୁଆଲଲମପୁର,୧୫।୯: ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହୋଇଛି, କିନ୍ତୁ ଏହା ଏବେ ମଧ୍ୟ ଆଲୋଚନାର ବିଷୟ ହୋଇ ରହିଛି। ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?