ଚତୁର୍ଥ ଶନିବାର ବିଭାଗୀୟ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ : ପ୍ରତି ସପ୍ତାହରେ ଲୋକଙ୍କ ନିକଟକୁ ଯିବାକୁ ନିର୍ଦ୍ଦେଶ

ଅନୁଗୋଳ ଅଫିସ, ୨୫।୮ – ଅଗଷ୍ଟ ମାସର ଚତୁର୍ଥ ଶନିବାରରେ ଅନୁଗୋଳ ଜିଲାପାଳ ବିଭିନ୍ନ ବିଭାଗର ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସମସ୍ତ ଅଧିକାରୀଙ୍କୁ ଜିଲାପାଳ ମନୋଜ କୁମାର ମହାନ୍ତି ୫-ଟି (ଟ୍ରାନ୍ସପରେନ୍ସି, ଟିମ୍‌ୱର୍କ, ଟେକ୍ନୋଲୋଜି, ଟ୍ରାନ୍ସଫର୍ମେଶନ ଓ ଟାଇମ୍‌୍‌)ର ଗୁରୁମନ୍ତ୍ର ଜଣାଇବା ସହ ବିଭିନ୍ନ ଉନ୍ନୟନ କାର୍ଯ୍ୟର ଅଗ୍ରଗତି ବିଷୟରେ ଅବଗତ କରାଇଛନ୍ତି।
ଶେଷ ଶନିବାର ଛୁଟି ଥିଲେ ବି ଜିଲାପାଳଙ୍କ କାର୍ଯ୍ୟାଳୟ ଚଳଚଞ୍ଚଳ ରହିଥିଲା। ଜିଲାରେ ଥିବା ବିଭିନ୍ନ ପଦାଧିକାରୀମାନେ ଆସି ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚତ୍ଥିଲେ। ଜିଲାପାଳ ରାଜ୍ୟ ସରକାର ପ୍ରଧାନ୍ୟ ଦେଉଥିବା ୫-ଟି ମନ୍ତ୍ର ଉପରେ ବିସ୍ତୁତ ଭାବେ ଆଲୋଚନା କରିଥିଲେ। ପୂର୍ବାହ୍ନ ୧୦ଟାରୁ ଆରମ୍ଭ ହୋଇଥିବା ବୈଠକର ପ୍ରଥମ ଭାଗରେ ସମସ୍ତ ବିଭାଗୀୟ ଅଧିକାରୀଙ୍କ ସହ ଜିଲାପାଳ ମହାନ୍ତି ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଥିଲେ। ବିଭିନ୍ନ ଉପଖଣ୍ଡ ଅଧିକାରୀମାନେ ସେମାନଙ୍କ ଅଞ୍ଚଳ ଗସ୍ତବେଳେ ଅବଗତ ହୋଇଥିବା ସମସ୍ୟାଗୁଡିକର ସମାଧାନ ସମ୍ପର୍କରେ ଆଲୋଚନା ହୋଇଥିଲା। ଏପରି କି ପ୍ରତି ସପ୍ତାହରେ ବିଭାଗୀୟ ଅଧିକାରୀମାନେ ନିଜ ନିଜର କ୍ଷେତ୍ର ପରିଦର୍ଶନ କରିବା ସହ ଲୋକଙ୍କଠାରୁ ସିଧାସଳଖ ସମସ୍ୟା ବୁଝି ସମାଧାନ କରିବାକୁ ଜିଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲାସ୍ତରୀୟ ଅଧିକାରୀମାନଙ୍କ ସମୂହ ବୈଠକ ପରେ ପ୍ରତି ବିଭାଗର ଅଧିକାରୀଙ୍କୁ ଡାକି ଜିଲାପାଳ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଥିଲେ। ସ୍ବାସ୍ଥ୍ୟ ଓ ଶିକ୍ଷା ବିଭାଗ ଅଧିକାରୀଙ୍କୁ ଜିଲାପାଳ ବିଭିନ୍ନ ପ୍ରସଙ୍ଗ ପଚାରି ବୁଝିଥିଲେ। ଆସନ୍ତା ଗାନ୍ଧୀ ଜୟନ୍ତୀଠାରୁ ରାଜ୍ୟ ସରକାର ପ୍ରତିମାସରେ ସିଧାସଳଖ ପ୍ରତି ଜିଲାରୁ ୫ ଜଣ ଲୋକଙ୍କୁ ସ୍ବାସ୍ଥ୍ୟ ଓ ଶିକ୍ଷା ବିଭାଗ ସମ୍ବନ୍ଧୀୟ ୧୦ଟି ପ୍ରଶ୍ନ କରିବେ ବୋଲି ସ୍ଥିର ହୋଇଛି। ତେଣୁ ଏହି ଦୁଇଟି ବିଭାଗକୁ ପ୍ରଶାସନ ଗୁରୁତ୍ୱ ଦେଇଥିଲା। ପ୍ରତି ମାସ ଶେଷ ଶନିବାର ଜିଲାପାଳ ୫-ଟି ମନ୍ତ୍ର ଉପରେ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିବେ। ଏହି ବୈଠକରେ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ, ଜିଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ଅଧିକାରୀ ଅତୁଲ୍ୟ କୁମାର ଚମ୍ପତ୍ତିରାୟ, ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀ, ତାଳଚେର ଉପଜିଲାପାଳ, ଆଠମଲ୍ଲିକ ଉପଜିଲାପାଳ, ଜିଲା ଶିକ୍ଷା ଅଧିକାରୀ ସଚ୍ଚିଦାନନ୍ଦ ବେହେରା, ଡେପୁଟି କଲେକ୍ଟର ବଇତୁରା ଦୀପ ପ୍ରମୁଖଙ୍କ ସହ ଜିଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଳୁ ବୋଝେଇ ଟ୍ରକକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ୨ ଜୀବନ

ସୋର,୧୯।୩(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ନଂ ଜାତୀୟ ରାଜପଥ ତଳନଗରଠାରେ ଗୁରବାର ଭୋର ଏକ ଟ୍ରକ ଓ ଅନ୍ୟ ଏକ ଆଳୁ ବୋଝେଇ ଟ୍ରକ…

ଯୁଦ୍ଧରେ ଭାରତକୁ ସମର୍ଥନ… ଯୁଦ୍ଧ ଭିତରେ ପୁଟିନ୍‌ଙ୍କ ବଡ଼ ବୟାନ, ଟ୍ରମ୍ପ ଛାନିଆ!

ନୂଆଦିଲ୍ଲୀ,୧୯।୩: ଇସ୍ରାଏଲ ଇରାନ ଉପରେ ଆକ୍ରମଣକୁ ତୀବ୍ର କରୁଥିବାରୁ, ମଧ୍ୟପ୍ରାଚ୍ୟରେ ସଂଘର୍ଷ କ୍ରମଶଃ ଭୟଙ୍କର ହେବାରେ ଲାଗିଛି। ଇସ୍ରାଏଲ ଏକ ଇରାନୀ ଗ୍ୟାସ ପ୍ଲାଣ୍ଟ ଉପରେ ଆକ୍ରମଣ…

ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ: ଭକ୍ତ ଭାବବିହ୍ବଳ

ବଲାଙ୍ଗୀର,୧୯।୩ (ସୁନିଲ କୁମାର ମହାନ୍ତି): ଚୈତ୍ର ମାସରେ ଏବେ ଗାଁ ଗାଁରେ ଦେଖିବାକୁ ମିଳୁଛି ଦଣ୍ଡଯାତ୍ରା। ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ। ଧାର୍ମିକ ଆସ୍ଥା ଓ ମନୋରଞ୍ଜନର…

ଭାରତର ବଢିଲା ଟେନ୍‌ସନ: ଯେଉଁଠୁ ଆସେ ଗ୍ୟାସ୍‌, ସେଠି ଘଟିଲା…

ନୂଆଦିଲ୍ଲୀ,୧୯।୩:ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ସମଗ୍ର ବିଶ୍ୱକୁ ପ୍ରଭାବିତ କରୁଛି। ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଶତ୍ରୁତାର ପ୍ରଭାବ ଭାରତରେ ମଧ୍ୟ ପଡ଼ିବା…

ଶେଷରେ ନରମ ପଡ଼ିଲେ ଟ୍ରମ୍ପ: କହିଲେ, ମୁଁ ଆଉ ଚାହୁଁନାହିଁ…

ଓ୍ବାଶିଂଟନ୍‌,୧୯।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଟେନ୍‌ସନ୍‌ରେ ଅଛନ୍ତି। ସେ ଇରାନକୁ ଚେତାବନୀ ଦେଇ କହିଛନ୍ତି ଯେ, ଯଦି ତେହରାନ କତାରର ତରଳ ପ୍ରାକୃତିକ ଗ୍ୟାସ…

ପାକିସ୍ତାନ କରିବ ବଡ଼ ଆକ୍ରମଣ, ଡରିଲାଣି ଆମେରିକା!

ଓ଼୍ବାଶିଂଟନ,୧୯।୩: ଆମେରିକାର ଜାତୀୟ ଗୁପ୍ତଚର ନିର୍ଦ୍ଦେଶକ ତୁଲସୀ ଗାବାର୍ଡ ବୁଧବାର ପାକିସ୍ତାନକୁ ଆମେରିକା ସାମ୍ନା କରୁଥିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପରମାଣୁ ବିପଦ ମଧ୍ୟରୁ ଗୋଟିଏ ଭାବରେ ଚିହ୍ନଟ…

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri