ଚନ୍ଦକାରେ ଭାରତବନ୍ଦକୁ ସମର୍ଥନ, ଆନ୍ଦୋଳନକାରୀଙ୍କ ରାସ୍ତାରୋକୋ

ବାରଙ୍ଗ,୮।୧(ଡି.ଏନ୍‌.ଏ.): କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ତରଫରୁ ଭାରତବନ୍ଦ ଡାକରାର ପ୍ରଭାବ ବାରଙ୍ଗ ଅଞ୍ଚଳରେ ଦେଖିବାକୁ ମିଳି ନ ଥିବାବେଳେ ଚନ୍ଦକାରେ ଏହାର ପ୍ରଭାବ ଦେଖାଦେଇଛି। ଚନ୍ଦକା ବଜାରରେ ଆନ୍ଦୋଳନକାରୀମାନଙ୍କ ତରଫରୁ ସକାଳ ୮ଟାରୁ ୧୨ଟା ପର୍ଯ୍ୟନ୍ତ ରାସ୍ତାରୋକୋ କରାଯାଇଥିଲା। ସିପିଆଇଏମ୍‌ର ରାଜ୍ୟସମ୍ପାଦକ ଅଳି କିଶୋର ପଟ୍ଟନାୟକ, କୃଷକସଭା ରାଜ୍ୟ ଉପସଭାପତି ଜଗନ୍ନାଥମିଶ୍ର, କୃଷକସଭା ରାଜ୍ୟ ସମ୍ପାଦକ ସୁରେଶ ପାଣିଗ୍ରାହୀ, ରାଜ୍ୟ ଆଦିବାସୀ ଶୋଷଣ ମଞ୍ଚ ଯୁଗ୍ମ ସମ୍ପାଦକ ରବିନ୍ଦ୍ର ଟୁଡୁ,ଦଳିତ ମୁକ୍ତିମଞ୍ଚ ରାଜ୍ୟସମ୍ପାଦକ ଜୟପ୍ରକାଶ ଭଞ୍ଜ ପ୍ରମୁଖ ନେତାମାନେ ଏହି ବିକ୍ଷୋଭରେ ସାମିଲ ହୋଇଥିଲେ। ଅନମୋଲବିସ୍କୁଟକମ୍ପାନୀର କର୍ମଚାରୀ, ଗୋଡିବାରୀ, ଭାଲୁଙ୍କା, ଆମ୍ବପଡିଆ, ଚନ୍ଦକାର ବିଭିର୍ଣ୍ଣ ସ୍ଥାନମାନଙ୍କରୁ ଆଦିବାସୀମାନେ ସକାଳ ୬ଟାରୁ ଶୋଭାଯାତ୍ରାରେ ବାହାରି ଚନ୍ଦକା ବଜାରଠାରେ ଏକାଠି ହେବାପରେ ୮ଟାରେ ରାସ୍ତା ଅବରୋଧ କରିଥିଲେ। ଏହି ସମୟରେ ଦରଦାମ ନିୟନ୍ତ୍ରଣ, ସର୍ବନିମ୍ନ ମାସିକ ମଜୁରୀ ୨୧ହଜାର ଟଙ୍କା କରିବା, ଶ୍ରମଆଇନର ସଂଶୋଧନ ଆଦି ୧୨ଦଫା ଦାବି ଉପରେ କେନ୍ଦ୍ରସରକାରଙ୍କୁ ଟାର୍ଗେଟ କରି ବକ୍ତବ୍ୟମାନ ଦେଇଥିଲେ। ୧୨ଟାରେ ପୋଲିସ ବିକ୍ଷୋଭକାରୀମାନଙ୍କୁ ଗିରଫ କରିବାପରେ ରାସ୍ତାରୋକୋ ହଟିଥିବା ଜଣାପଡ଼ିଛିା


Enter your email to get our daily news in your inbox.

All Right Reserved By Dharitri.Com

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

ଯୋଗ- ପ୍ରାଣାୟାମ ସାଙ୍ଗକୁ ବକ୍ତୃତା ପ୍ରତିଯୋଗିତା

ଦିଗପହଣ୍ଡି, ୨୮/୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ସ୍ମାର୍ଟ ପାର୍କ ପରିସରରେ ସ୍ଥାନୀୟ ଏନ୍ଏସି କାର୍ଯ୍ୟାଳୟ ପକ୍ଷରୁ ସ୍ୱାୟତ୍ତ ଶାସନ ସପ୍ତାହ ପାଳନ…

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri