ଚନ୍ଦକା ଗଲେ ୭ ଚିତ୍ରାହରିଣ: ଶାଗୁଣା ଅଣ୍ଡା, କଟାସ ଆସିଲା ଡାକ୍ତରଖାନା

ବାରଙ୍ଗ,୫।୧(ଡି.ଏନ୍‌.ଏ): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ଚିତ୍ରାହରିଣମାନଙ୍କ ସଂଖ୍ୟା ଗତ କିଛିଦିନ ମଧ୍ୟରେ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ନନ୍ଦନକାନନ କର୍ତ୍ତୃପକ୍ଷ ଚିତ୍ରାହରିଣଙ୍କୁ ଚନ୍ଦକା ଜଙ୍ଗଲରେ ଛାଡିବାର ଅଭିଯାନ ଆରମ୍ଭ କରିଛନ୍ତି। ଏ ନେଇ ଶନିବାର ଚତୁର୍ଥ ପର୍ଯ୍ୟାୟରେ ୭ଟି ଚିତ୍ରାହରିଣକୁ ନେଇ ଚନ୍ଦକାରେ ଛଡ଼ାଯାଇଥିବାବେଳେ ମୋଟ ୨୬ଟି ହରିଣ ଚନ୍ଦକାକୁ ଯାଇଥିବାର ଜଣାପଡିଛି। ସେହିଭଳି ବଟାନିକାଲ ଗାର୍ଡେନର ଶାଗୁଣା ପ୍ରଜନନ କେନ୍ଦ୍ରରେ ଥିବା ଗ୍ବାଲିଅରରୁ ଆସିଥିବା ଭାରତୀୟ ଲମ୍ବାଥଣ୍ଟିଆ ଶାଗୁଣା ଡିସେମ୍ବର ୨୪ତାରିଖରେ ପ୍ରଥମଥର ପାଇଁ ଦେଇଥିବା ଅଣ୍ଡାକୁ ଶୁକ୍ରବାର ନନ୍ଦନକାନନ କର୍ତ୍ତୃପକ୍ଷ ଡାକ୍ତରଖାନାକୁ ଆଣିଛନ୍ତି। ଏହି ଅଣ୍ଡାକୁ ଡାକ୍ତରଖାନାରେ ଥିବା ଅଣ୍ଡାଉଷୁମା ଯନ୍ତ୍ରରେ ରଖାଯାଇଛି। ଏହାସହ ୩୭ଏଫ ଏନକ୍ଲୋଜରରେ ରହୁଥିବା କଟାସ ଶନିବାର ସକାଳେ ୩ଟି ଛୁଆ ଦେଇଥିବାର କର୍ମଚାରୀମାନେ ଦେଖିଥିଲେ। ପୂର୍ବରୁ ୨ଥର ଜନ୍ମିତ ଛୁଆକୁ ମାରି ଚର୍ଚ୍ଚାରେ ରହିଥିବା ମା’ କଟାସଠାରୁ ଛୁଆ ୩ଟିକୁ ନନ୍ଦନକାନନ କର୍ତ୍ତୃପକ୍ଷ ଉଦ୍ଧାର କରିଛନ୍ତି। ଏହି ଛୁଆ ତିନିଟିକୁ ଡାକ୍ତରଖାନାର ଲାଳନପାଳନ କେନ୍ଦ୍ର ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ହସ୍ତାନ୍ତର କରିଛନ୍ତି। ଫଳରେ କଟାସ ସଂଖ୍ୟା ବୃଦ୍ଧିପାଇ ୭ରେ ପହଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଛକୁ ପିଟିଲା ବରଯାତ୍ରୀ ବସ୍‌: ବର-କନ୍ୟା ସମେତ…

ସିମୁଳିଆ, ୧୫।୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୧ କିମି. ଦୂର ୧୬ନଂ ଜାତୀୟ ରାଜପଥର କଣିଆରି ଛକ ନିକଟରେ ବରଯାତ୍ରୀ ମିନି ବସ…

ମେରୁ ଯାତ୍ରା ଦେଖିବାକୁ ଯାଉଥିବାବେଳେ ଅଘଟଣ: ଗଛକୁ ପିଟିଲା ବାଇକ, ଘଟଣାସ୍ଥଳରେ…

ବୌଦ୍ଧ,୧୫।୪( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ବଡବନ୍ଧଠରେ ମଙ୍ଗଳବାର ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ…

ପୁଣି ଇରାନ ଆଗରେ ୨ଟି ବଡ଼ ସର୍ତ୍ତ ରଖିଲା ଆମେରିକା, ଜାଣନ୍ତୁ କ’ଣ…

ଓ୍ବାଶିଂଟନ୍‌,୧୫।୪: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସପ୍ତାହରେ ଆମେରିକା…

ଆସୁଛି ଏଲ୍‌ ନିନୋ

ଆମେରିକାର ଜାତୀୟ ସାମୁଦ୍ରିକ ଏବଂ ବାୟୁମଣ୍ଡଳୀୟ ପ୍ରଶାସନ (ନ୍ୟାଶନାଲ ଓସେନିକ ଆଣ୍ଡ୍‌ ଆଟ୍‌ମୋସ୍ପିୟରିକ ଆଡ୍‌ମିନିଷ୍ଟ୍ରେଶନ ବା ”ନୋ ଆ (NO AA)“ ଦ୍ୱାରା ପରିଚାଳିତ ଜଳବାୟୁ ଆଗତ…

ବିଦ୍ୟାଳୟ ଶିକ୍ଷାରେ ଡ୍ରପ୍‌ଆଉଟ୍‌ ସମସ୍ୟା

ନିକଟରେ ଅନେକ ଦୈନିକ ଓଡ଼ିଆ ସମ୍ବାଦପତ୍ରରେ ଆଦିବାସୀ ଅଧ୍ୟୁଷିତ ଜିଲାଗୁଡ଼ିକରେ ଅଧାରୁ ପାଠ ଛାଡ଼ୁଥିବା ଶିଶୁଙ୍କ ସଂଖ୍ୟା ଉଦ୍‌ବେଗଜନକ ବୋଲି ପ୍ରକାଶ ପାଇଛି। ପ୍ରଶାସନିକ ସ୍ତରରେ ମଧ୍ୟ…

ଏକା ହୋଇଗଲା ଆମେରିକା, ଟ୍ରମ୍ପଙ୍କ ହାତ ଛାଡିଦେଲେ ଏହି ସବୁ ନିକଟତମ ବନ୍ଧୁ ଦେଶ

ଓ୍ବାଶିଂଟନ୍‌,୧୫।୪: ଇରାନ ସହିତ ଯୁଦ୍ଧରେ ଗଭୀର ଭାବରେ ଜଡିତ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି। ଏହି ଆଘାତ ତାଙ୍କ ନିଜ…

ଚାଇନାକୁ ଲାଗିବ ବଡ଼ ଝଟ୍‌କା: ଜୀବନରେଖା ଶେଷ କରିଦେବେ ଟ୍ରମ୍ପ! ଆମେରିକାର ସାଥ୍‌ ଦେବ ଭାରତ

ଓ୍ବାଶିଂଟନ୍‌,୧୫।୪: ମଧ୍ୟପ୍ରାଚ୍ୟରେ ହର୍ମୁଜ ପ୍ରଣାଳୀକୁ ନେଇ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଏକ ନୂତନ ପ୍ରସଙ୍ଗ ଉଭା ହୋଇଛି ଯାହା ବିଶ୍ୱ ଦୃଷ୍ଟି ଆକର୍ଷଣ କରିଛି। ଆମେରିକା ଇରାନ…

ଅନୁ ଗର୍ଗଙ୍କ ବଡ଼ ଘୋଷଣା: ଓଡ଼ିଶା ହେବ ‘ଏସିଆ’ର….

ଭୁବନେଶ୍ୱର,୧୫ା୪(ରବିନାରାୟଣ ଜେନା):ଓଡ଼ିଶାରେ ସମୃଦ୍ଧ ଐତିହ୍ୟ, ବିବିଧ ସଂସ୍କୃତି ଓ ପ୍ରାକୃତିକ ମନୋରମ୍ୟ ରହିଛି। ଏହାକୁ ନେଇ ବିଶ୍ୱସ୍ତରୀୟ ପର୍ଯ୍ୟଟକମାନଙ୍କୁ କିଭଳି ଆକର୍ଷିତ କରାଯାଇ ପାରିବ ସେନେଇ ପର୍ଯ୍ୟଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri