ଚନ୍ଦନକାଠ ଚୋରି ଘଟଣାର ପର୍ଦ୍ଦାଫାଶ, ୬ ଗିରଫ

ଅନୁଗୋଳ ଅଫିସ, ୨୭।୮

ଅନୁଗୋଳ ପୋଲିସ ଟ୍ରେନିଂ କଲେଜ (ପିଟିସି) ଓ ଅଙ୍ଗାରବନ୍ଧ ମହିମା ଗାଦି ମଠରୁ ଚନ୍ଦନ ଗଛ ଚୋରି ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଏହି ଚୋରି ଗ୍ୟାଙ୍ଗର ୬ ସଦସ୍ୟଙ୍କୁ ଗିରଫ ପରେ କୋର୍ଟଚାଲାଣ କରାଯାଇଥିବା ବେଳେ ୨ଜଣ ଏବେ ବି ଫେରାର ରହିଥିବା ପୋଲିସ ସୂଚନା ଦେଇଛି। ଅଭିଯୁକ୍ତମାନଙ୍କ ନିକଟରୁ ଦୁଇଟି ଅଢ଼େଇ ଫୁଟର ଚନ୍ଦନ କାଠ ଓ ଗଛ କଟା କରତ ଜବତ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ପ୍ରଗତିନଗର ଅଞ୍ଚଳର ଶିଶିର ବାରିକ, ବଉଳିଗଡ଼ ଅଞ୍ଚଳର ଯୁଗଳ ବାରିକ, ଅଙ୍ଗାରବନ୍ଧ ଚଟିଆମୁଣ୍ଡା ଅଞ୍ଚଳର ସନ୍ତୋଷ ବାରିକ, ଶଙ୍କର ବାରିକ, ତୁରଙ୍ଗ ଅଞ୍ଚଳର କୁନା ବେହେରାଓ ଚଟିଆମୁଣ୍ଡା ଅଞ୍ଚଳର ଜଣେ ନାବାଳକ। ନଂ. ୬୦୧/୧୯ ଓ ୬୦୩/୧୯ରେ ଏମାନଙ୍କୁ କୋର୍ଟଚାଲାଣ କରାଯାଇଛି।
ପୋଲିସ କହିଛି, ଗତ ୬ ତାରିଖ ରାତିରେ ପିଟିସି ପରିସରରୁ ଚନ୍ଦନ ଗଛ ଚୋରି ହୋଇଥିଲା। ଏହା ପର ଦିନ ଅର୍ଥାତ ୭ ତାରିଖ ରାତିରେ ଅଙ୍ଗାରବନ୍ଧ ମହିମା ମଠରୁ ମଧ୍ୟ ଏକ ଚନ୍ଦନ ଗଛକୁ ଦୁର୍ବୃତ୍ତମାନେ କାଟି ନେଇଥିବା ଅଭିଯୋଗ ହୋଇଥିଲା। ଅଭିଯୋଗ ପରେ ପୋଲିସ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରି ତଦନ୍ତ ଚଳାଇଥିଲା। ପ୍ରଥମେ ସମ୍ପୃକ୍ତ ନାବାଳକଙ୍କୁ ଧରିବା ପରେ ପୋଲିସ ଅନ୍ୟମାନଙ୍କ ନିକଟରେ ପହଞ୍ଚିଥିଲା। ଚୋରି ଘଟଣାରେ ସମ୍ପୃକ୍ତ ଏହି ୮ ଜଣିଆ ଗ୍ୟାଙ୍ଗ ସୌକ ମେଣ୍ଟାଇବାକୁ ଏପରି ଚୋରି କରୁଥିବା ପୋଲିସ ଆଗରେ ସ୍ବୀକାର କରିଛନ୍ତି। ପିଟିସି ପରିସରରୁ ଚୋରି ଚନ୍ଦନ ଗଛକୁ ୩ ପିସ୍‌ କରାଯାଇଥିବା ବେଳେ ଦୁଇ ପିସ୍‌ ବିକ୍ରି ହୋଇଯାଇଛି। ଅନ୍ୟ ଏକ ପିସ୍‌କୁ ପୋଲିସ ଜବତ କରିଛି। ସେହିପରି ଅଙ୍ଗାରବନ୍ଧ ମହିମା ମଠରୁ ଚୋରି ଚନ୍ଦନ ଗଛର ଗୋଟିଏ ପିସ୍‌କୁ ପୋଲିସ ଜବତ କରିଛି। ଏହି ଗ୍ୟାଙ୍ଗକୁ ଧରିବା ପାଇଁ ପୋଲିସ ୧୫ ଦିନ ଧରି ଉଦ୍ୟମ ଚଳାଇଥିଲା। ଏସ୍‌ଆଇ ପ୍ରକାଶ ମାଝିଙ୍କ ନେତୃତ୍ୱରେ ଗଢ଼ାଯାଇଥିବା ଟିମ୍‌ରେ ତଦନ୍ତକାରୀ ଅଧିକାରୀ ଏସ୍‌ଆଇ ବିପ୍ଳବ ସାହୁ, ଏଏସ୍‌ଆଇ ଜୟ ସାହୁ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିଲେ ଚକ୍ରଧର: ଘରେ ପଶିଲେ ଦୁବୃର୍ତ୍ତ, ଆଉ ତା’ପରେ…

ସିମୁଳିଆ,୧୯।୩(ସନ୍ତୋଷ କୁମାର ନାୟକ) ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଭୁଗୁପୁର ଶାସନରେ କୃଷ୍ଣ ଚନ୍ଦ୍ର ଉପାଧ୍ୟାୟ ଓ ଚକ୍ରଧର ଉପାଧ୍ୟାୟଙ୍କ ପରିବାର ଶୋଇଥିବାବେଳେ…

ଆଳୁ ବୋଝେଇ ଟ୍ରକକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ୨ ଜୀବନ

ସୋର,୧୯।୩(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ନଂ ଜାତୀୟ ରାଜପଥ ତଳନଗରଠାରେ ଗୁରବାର ଭୋର ଏକ ଟ୍ରକ ଓ ଅନ୍ୟ ଏକ ଆଳୁ ବୋଝେଇ ଟ୍ରକ…

ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ: ଭକ୍ତ ଭାବବିହ୍ବଳ

ବଲାଙ୍ଗୀର,୧୯।୩ (ସୁନିଲ କୁମାର ମହାନ୍ତି): ଚୈତ୍ର ମାସରେ ଏବେ ଗାଁ ଗାଁରେ ଦେଖିବାକୁ ମିଳୁଛି ଦଣ୍ଡଯାତ୍ରା। ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ। ଧାର୍ମିକ ଆସ୍ଥା ଓ ମନୋରଞ୍ଜନର…

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ…

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ…

ପୁରାଣ କଥାରେ ସୃଷ୍ଟିତତ୍ତ୍ୱ

ଆମ ଦେଶରେ ଆମେ ଯେତେବେଳେ ସୃଷ୍ଟିର ପୌରାଣିକ କଥା ସମ୍ପର୍କରେ ବିଚାର କରୁ, ସେତେବେଳେ ସଂସ୍କୃତ କାହାଣୀ ଉପସ୍ଥାପନ କରିଥାଉ। ବିଶେଷକରି ବିଷ୍ଣୁ ଅନନ୍ତନାଗ ଉପରେ ଶୟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri