ଚନ୍ଦ୍ରଭାଗା ବେଳାଭୂମି ବୁଲିଲେ ମୁଖ୍ୟ ଶାସନ ସଚିବ

କୋଣାର୍କ,୧୯ା୧(ଡି.ଏନ.ଏ): କୋଣାର୍କ ନିକଟରେ ଚାଲିଥିବା ମେରାଇନ୍‌ ଡ୍ରାଇଭ୍‌ ଇକୋ ରିଟ୍ରିଟ୍‌ ଉତ୍ସବସ୍ଥଳରେ ଶନିବାର ବରିଷ୍ଠ ଅଧିକାରୀମାନଙ୍କର ବୈଠକ ହୋଇଛି। ଏଥିରେ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀଙ୍କ ସମେତ ବହୁ ଆଇଏଏସ୍‌ ଅଧିକାରୀମାନେ ଯୋଗଦେଇଥିଲେ। ଏହି ଅବସରରେ ସକାଳ ୭ଟାରେ ମୁଖ୍ୟ ଶାସନ ସଚିବ ଏବଂ ବରିଷ୍ଠ ଅଧିକାରୀମାନେ ଚନ୍ଦ୍ରଭାଗା ବେଳାଭୂମି ପରିଦର୍ଶନ କରିଛନ୍ତି। ଚନ୍ଦ୍ରଭାଗା ବେଳାଭୂମିରେ ପର୍ଯ୍ୟଟକଙ୍କ ନିମନ୍ତେ ବିଭିନ୍ନ ଉନ୍ନୟନ କାର୍ଯ୍ୟକ୍ରମ, ପର୍ଯ୍ୟଟନ ଶିଳ୍ପର ଅଭିବୃଦ୍ଧି ସହ ପର୍ଯ୍ୟଟକଙ୍କ ସ୍ବାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା ସମ୍ପର୍କରେ କୋଣାର୍କ ଏନ୍‌ଏସି ନିର୍ବାହୀ ଅଧିକାରୀ ଏମ୍‌. ଶ୍ରୀନିବାସଙ୍କ ସହ ମୁଖ୍ୟ ଶାସନ ସଚିବ ଆଲୋଚନା କରିଥିଲେ। ପର୍ଯ୍ୟଟକଙ୍କ ପାଇଁ ଆବଶ୍ୟକ ସଂଖ୍ୟକ ଶୌଚାଳୟ ଓ ବେଳାଭୂମିରେ ଅଧିକ ଡଷ୍ଟବିନ ରଖିବା ସହିତ ବେଳାଭୂମିକୁ ପରିଷ୍କାର ପରିଚ୍ଛନ୍ନ ରଖିବା ପାଇଁ ଏନ୍‌ଏସି ନିର୍ବାହୀ ଅଧିକାରୀଙ୍କୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ ା ମୁଖ୍ୟ ଶାସନ ସଚିବଙ୍କ ସହିତ ଅତିରିକ୍ତ ଶାସନ ସଚିବ ସୁରେଶ କୁମାର ମହାପାତ୍ର, ନଗର ଉନ୍ନୟନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଏବଂ ପୁରୀ ଜିଲାପାଳ ବଲୱନ୍ତ ସିଂ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

ମଙ୍ଗଳବାର ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ: ମା’ କନ୍ଧୁଣି ଦେବୀଙ୍କୁ କରିବେ ପୂଜାର୍ଚ୍ଚନା, ସୁରକ୍ଷା ବ୍ୟବସ୍ଥା କଡାକଡି

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି…

୧୦ ଦିନରେ ୩ ସ୍ଥାନରେ ବଡ଼ଧରଣର ଲୁଟ୍‌କୁ ନେଇ ଖେଳିଗଲା ଆତଙ୍କ: ସିସିଟିଭି ଲଗାଇବାକୁ ପରାମର୍ଶ ଦେଲେ ଏସଡିପିଓ

ଦାରିଙ୍ଗବାଡି, ୩ ।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗତ କିଛି ଦିନ ହେଲା ଲୁଟେରା ମାତିଛନ୍ତି । ୧୦ ଦିନ ମଧ୍ୟରେ ୩ଟି…

ଜରି ବ୍ୟାଗରେ ନେଇ ଯାଉଥିଲେ ଦେଶୀ ମଦ ପାଉଚ, ଅଚାନକ ପଛରୁ ଧରିଲା ଅବକାରୀ ଥାନା ପୋଲିସ, ତା’ପରେ…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଅବକାରୀ ଥାନା ପୋଲିସ ବି. ତୁରୁୁବୁଡ଼ି ଗ୍ରାମର ରମେଶ ରେଡ୍ଡୀଙ୍କୁ ଅବକାରୀ ଥାନା ମାମଲା ନଂ.୭୫/୨୬-୨୭ ଅନୁଯାୟୀ ଗିରଫ କରିଛନ୍ତି। ତାଙ୍କ…

ଖେମୁଣ୍ଡି କଲେଜରେ ନବାଗତ ଛାତ୍ରୀଛାତ୍ରଙ୍କ ଅଭିମୁଖୀକରଣ କାର୍ଯ୍ୟକ୍ରମ: ଛାତ୍ରୀଛାତ୍ରଙ୍କୁ ଦିଆଗଲା ଏହି ପରାମର୍ଶ

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ପରିସରରେ ସୋମବାର ଯୁକ୍ତ ୩ ପ୍ରଥମ ବର୍ଷର ନବାଗତ ଛାତ୍ରୀଛାତ୍ରଙ୍କ ପାଇଁ ଏକ ଅଭିମୁଖୀକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri