Posted inଜାତୀୟ

ଚନ୍ଦ୍ରାବାବୁଙ୍କୁ ଝଟକା:ଭାଜପାରେ ମିଶିଲେ ୪ ଟିଡିପି ଏମ୍‌ପି

ନୂଆଦିଲ୍ଲୀ,୨୧।୬:ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡ଼ୁଙ୍କ ନେତୃତ୍ୱାଧୀନ ତେଲୁଗୁ ଦେଶମ୍‌ ପାର୍ଟି(ଟିଡିପି)ର ୪ ରାଜ୍ୟ ସଭା ସଦସ୍ୟ ଗୁରୁବାର ଭାଜପାରେ ସାମିଲ ହୋଇଛନ୍ତି। ସେମାନେ ହେଲେ ଓ୍ବାଇ.ଏସ୍‌. ଚୌଧୁରୀ, ସି.ଏମ୍‌. ରମେଶ, ଜି. ପି. ମୋହନ ରାଓ ଏବଂ ଟି. ଜି. ଭେଙ୍କଟେଶ୍‌। ଏମାନେ ଗୃହର ଅଧ୍ୟକ୍ଷ ତଥା ଉପରାଷ୍ଟ୍ରପତି ଏମ୍‌. ଭେଙ୍କାୟା ନାଇଡ଼ୁଙ୍କୁ ସାକ୍ଷାତ କରି ଭାଜପାରେ ଯୋଗଦେବା ନେଇ ଏକ ଚିଠି ମାଧ୍ୟମରେ ଜଣାଇଛନ୍ତି। ଏହି ୪ ଏମ୍‌ପି ଭାଜପା କାର୍ଯ୍ୟକାରୀ ଅଧ୍ୟକ୍ଷ ଜେ. ପି. ନଡ୍ଡାଙ୍କ ସହ ମିଶି ରାଜ୍ୟ ସଭା ଅଧ୍ୟକ୍ଷଙ୍କୁ ଭେଟି ତୁରନ୍ତ ଭାଜପାରେ ସାମିଲ ହେବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେମାନଙ୍କ ଏହି ଦଳବଦଳ ଫଳରେ ଚନ୍ଦ୍ରାବାବୁଙ୍କୁ ଶକ୍ତ ଝଟକା ଲାଗିଛି। ସେପଟେ ଆମେରିକାରେ ଛୁଟି କାଟୁଥିବା ଚନ୍ଦ୍ରାବାବୁ କହିଛନ୍ତି, ଏଭଳି ସମସ୍ୟା ନୂଆ ନୁହେଁ । ଏନେଇ କର୍ମୀମାନେ ହତୋତ୍ସାହ ହେବା ଅନୁଚିତ। କେବଳ ଆନ୍ଧ୍ରର ସ୍ବାର୍ଥ ଲାଗି ଆମେ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦାବିକରି ଭାଜପାକୁ ବିରୋଧ କରୁଛୁ। ଟିଡିପିକୁ ଦୁର୍ବଳ କରିବା ଲାଗି ଭାଜପା ହୀନ ପ୍ରୟାସ ଚଳାଇଛି। ପ୍ରକାଶଥାଉ କି, ଗତବର୍ଷ ଚନ୍ଦ୍ରାବାବୁ ଏନ୍‌ଡିଏ ଛାଡ଼ିଥିଲେ। ଏବେ ଓ୍ବାଇଏସ୍‌ଆର୍‌ କଂଗ୍ରେସ ମୁଖ୍ୟ ଜଗନ୍‌ମୋହନ ରେଡ୍ଡୀ ଆନ୍ଧ୍ରପ୍ରଦେଶରେ କ୍ଷମତାକୁ ଫେରିଛନ୍ତି। ସେ କେବଳ ବିଧାନସଭା ଦଖଲ କରିନାହାନ୍ତି ବରଂ ଆନ୍ଧ୍ରରେ ମୋଟ ୨୫ରୁ ୨୨ ଏମ୍‌ପିଙ୍କୁ ଲୋକ ସଭାକୁ ପଠାଇବାରେ ସଫଳ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri