ଚନ୍ଦ୍ରୟାନ-୨ରେ ଲାଲବାଗ ରାଜା

ମୁମ୍ବାଇ: ଭାଦ୍ରବ ଶୁକ୍ଳପକ୍ଷରେ ଗଣେଶ ଚତୁର୍ଥୀ ପଡ଼ୁଥିବା ବେଳେ ଚଳିତ ବର୍ଷ ସେପ୍ଟେମ୍ବର ୨ରେ ଏହା ପାଳନ କରାଯିବ। ଏନେଇ ପଲ୍ଲୀଠାରୁ ଆରମ୍ଭ କରି ସହର ସବୁ ଚଳଚଞ୍ଚଳ ହୋଇପଡ଼ିଛି। ତେବେ ଗଣେଶ ଚତୁର୍ଥୀ ଆସିଲେ ପ୍ରଥମେ ମୁମ୍ବାଇର ଲାଲବାଗ ରାଜାଙ୍କ କଥା ମନରେ ଆସେ। ୧୯୩୪ରୁ ମୁମ୍ବାଇର ପରେଲ ଅଞ୍ଚଳରେ ବହୁ ଆଡ଼ମ୍ବରରେ ଗଣେଶ ଚତୁର୍ଥୀ ପାଳନ କରାଯାଇଆସୁଛି। ଲାଲବାଗର ରାଜାଙ୍କୁ ଏଠାରେ ବିରାଜମାନ କରାଇ ଦୀର୍ଘ ୧୦ ଦିନ ଧରି ଧୁମ୍‌ଧାମ୍‌ରେ ଗଣପତିଙ୍କ ପୂଜାର୍ଚ୍ଚନା କରାଯାଇଥାଏ। ଆଉ ୧୧ ଦିନରେ ଏକ ବଡ଼ ଶୋଭାଯାତ୍ରାରେ ମୁମ୍ବାଇ ଗିରଗାଁଓ ଚୌପାଟିରେ ଗଣପତି ବାପ୍ପାଙ୍କ ବିସର୍ଜନ କରାଯାଇଥାଏ। ହେଲେ ଚଳିତ ବର୍ଷ ଏଠାରେ ସ୍ବତନ୍ତ୍ର ବ୍ୟବସ୍ଥାର ଆୟୋଜନ କରାଯାଇଛି। ଲାଲବାଗ ରାଜାଙ୍କ ପ୍ରତିମା ସବୁଠାରୁ ବିଶାଳକାୟ ହୋଇଥିବା ବେଳେ ଏହି ମଣ୍ଡପରେ ଚଳିତ ଥର ଥିମ୍‌ ରହିଛି ଚନ୍ଦ୍ରୟାନ-୨। ମଣ୍ଡପକୁ ବହୁ ଆଡ଼ମ୍ବରରେ ସାଜସଜ୍ଜା କରାଯାଇଥିବା ବେଳେ ଗଣେଶଙ୍କ ଚାରିପାଖରେ ମହାକାଶର ଦୃଶ୍ୟ ଦେଖିବାକୁ ମିଳିବ। ତେବେ ପ୍ରତିବର୍ଷ ଏହି ଅବସରରେ ଏଠାରେ ଭିଡ଼ ଜମୁଥିବା ବେଳେ ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ନେତା ମନ୍ତ୍ରୀ ଓ ସେଲିବ୍ରିଟିଙ୍କର ଏଠାକୁ ସୂଅ ଛୁଟିଥାଏ। ଗଣେଶଙ୍କ ପୂଜାର୍ଚ୍ଚନା କିମ୍ବା ତାଙ୍କର ଦର୍ଶନ ପାଇଁ ଭକ୍ତଙ୍କୁ ଲମ୍ବା ଲାଇନ ଲଗାଇବାକୁ ପଡ଼ିଥାଏ। ଅନ୍ୟପଟେ ଲାଲବାଗ ରାଜାଙ୍କ ଏକ ବିଶେଷତଃ ରହିଛି। ଏଠାରେ ଗଣେଶଙ୍କ ଦର୍ଶନ କରିବା ମାତ୍ରେ ହିଁ ଭକ୍ତଙ୍କ ମନସ୍କାମନା ପୂରଣ ହୋଇଥାଏ ବୋଲି ବିଶ୍ୱାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?