ଚମ୍ପୁଆ ଥାନା ଅଞ୍ଚଳରୁ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

କେନ୍ଦୁଝର,୧୭।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅଞ୍ଚଳରୁ ନିଖୋଜ ବ୍ୟକ୍ତି ସଞ୍ଜୟ ସାହୁଙ୍କ ମୃତଦେହ ଶନିବାର ପୋଲିସ ତଡୁଆ ବାହାଳି ଜଙ୍ଗଲରୁ ଉଦ୍ଧାର କରିଛି।
ପ୍ରକାଶ ଯେ, ସଞ୍ଜୟଙ୍କ ଘର ନୟାଗଡ଼ ଜିଲା ବାସୁଦେବପୁର ଗାଁରେ ହୋଇଥିବା ବେଳେ ସେ ଚମ୍ପୁଆରେ ରହି ସୁପରଭାଇଜର ଭାବେ କାମ କରୁଥିଲେ । ଗତ ୧୪ ତାରିଖ ରାତିରେ ମାଲ୍‌ ଦେବାକୁ କହି ୨ ବ୍ୟକ୍ତି ତାଙ୍କୁ ଘରୁ ଡାକି ନେଇଥିଲେ । ଏହା ପରଠାରୁ ତାଙ୍କର ଆଉ ଖୋଜଖବର ନ ଥିଲା। ସେ ନିଖୋଜ ଥିବାନେଇ ସଞ୍ଜୟଙ୍କ ପୁଅ ଦୁର୍ଯ୍ୟୋଧନ ଚମ୍ପୁଆ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏ ନେଇ ଚମ୍ପୁଆ ଥାନା ଅଧିକାରୀ ମନୋରଞ୍ଜନ ପ୍ରଧାନ କୁହନ୍ତି, ସଞ୍ଜୟଙ୍କ ମୃତଦେହ ତଡୁଆ ବାହାଳି ଜଙ୍ଗଲରୁ ଜବତ ହୋଇଛି। ଏହା ଏକ ହତ୍ୟା ମାମଲା । ଏଣୁ ଶବ ବ୍ୟବଚ୍ଛେଦ ପରେ ହତ୍ୟା କିପରି ହୋଇଛି ଜଣାପଡିବ। ଘଟଣାର ଅଧିକ ତଦନ୍ତ କରାଯାଇ ଅଭିଯୁକ୍ତଙ୍କୁ ଧରିବା ପାଇଁ ଉଦ୍ୟମ ଜାରି ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଛକୁ ପିଟିଲା ବରଯାତ୍ରୀ ବସ୍‌: ବର-କନ୍ୟା ସମେତ…

ସିମୁଳିଆ, ୧୫।୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନାଠାରୁ ୧ କିମି. ଦୂର ୧୬ନଂ ଜାତୀୟ ରାଜପଥର କଣିଆରି ଛକ ନିକଟରେ ବରଯାତ୍ରୀ ମିନି ବସ…

ମେରୁ ଯାତ୍ରା ଦେଖିବାକୁ ଯାଉଥିବାବେଳେ ଅଘଟଣ: ଗଛକୁ ପିଟିଲା ବାଇକ, ଘଟଣାସ୍ଥଳରେ…

ବୌଦ୍ଧ,୧୫।୪( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ବଡବନ୍ଧଠରେ ମଙ୍ଗଳବାର ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ…

ପୁଣି ଇରାନ ଆଗରେ ୨ଟି ବଡ଼ ସର୍ତ୍ତ ରଖିଲା ଆମେରିକା, ଜାଣନ୍ତୁ କ’ଣ…

ଓ୍ବାଶିଂଟନ୍‌,୧୫।୪: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସପ୍ତାହରେ ଆମେରିକା…

ଆସୁଛି ଏଲ୍‌ ନିନୋ

ଆମେରିକାର ଜାତୀୟ ସାମୁଦ୍ରିକ ଏବଂ ବାୟୁମଣ୍ଡଳୀୟ ପ୍ରଶାସନ (ନ୍ୟାଶନାଲ ଓସେନିକ ଆଣ୍ଡ୍‌ ଆଟ୍‌ମୋସ୍ପିୟରିକ ଆଡ୍‌ମିନିଷ୍ଟ୍ରେଶନ ବା ”ନୋ ଆ (NO AA)“ ଦ୍ୱାରା ପରିଚାଳିତ ଜଳବାୟୁ ଆଗତ…

ବିଦ୍ୟାଳୟ ଶିକ୍ଷାରେ ଡ୍ରପ୍‌ଆଉଟ୍‌ ସମସ୍ୟା

ନିକଟରେ ଅନେକ ଦୈନିକ ଓଡ଼ିଆ ସମ୍ବାଦପତ୍ରରେ ଆଦିବାସୀ ଅଧ୍ୟୁଷିତ ଜିଲାଗୁଡ଼ିକରେ ଅଧାରୁ ପାଠ ଛାଡ଼ୁଥିବା ଶିଶୁଙ୍କ ସଂଖ୍ୟା ଉଦ୍‌ବେଗଜନକ ବୋଲି ପ୍ରକାଶ ପାଇଛି। ପ୍ରଶାସନିକ ସ୍ତରରେ ମଧ୍ୟ…

ଏକା ହୋଇଗଲା ଆମେରିକା, ଟ୍ରମ୍ପଙ୍କ ହାତ ଛାଡିଦେଲେ ଏହି ସବୁ ନିକଟତମ ବନ୍ଧୁ ଦେଶ

ଓ୍ବାଶିଂଟନ୍‌,୧୫।୪: ଇରାନ ସହିତ ଯୁଦ୍ଧରେ ଗଭୀର ଭାବରେ ଜଡିତ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି। ଏହି ଆଘାତ ତାଙ୍କ ନିଜ…

ଚାଇନାକୁ ଲାଗିବ ବଡ଼ ଝଟ୍‌କା: ଜୀବନରେଖା ଶେଷ କରିଦେବେ ଟ୍ରମ୍ପ! ଆମେରିକାର ସାଥ୍‌ ଦେବ ଭାରତ

ଓ୍ବାଶିଂଟନ୍‌,୧୫।୪: ମଧ୍ୟପ୍ରାଚ୍ୟରେ ହର୍ମୁଜ ପ୍ରଣାଳୀକୁ ନେଇ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଏକ ନୂତନ ପ୍ରସଙ୍ଗ ଉଭା ହୋଇଛି ଯାହା ବିଶ୍ୱ ଦୃଷ୍ଟି ଆକର୍ଷଣ କରିଛି। ଆମେରିକା ଇରାନ…

ଅନୁ ଗର୍ଗଙ୍କ ବଡ଼ ଘୋଷଣା: ଓଡ଼ିଶା ହେବ ‘ଏସିଆ’ର….

ଭୁବନେଶ୍ୱର,୧୫ା୪(ରବିନାରାୟଣ ଜେନା):ଓଡ଼ିଶାରେ ସମୃଦ୍ଧ ଐତିହ୍ୟ, ବିବିଧ ସଂସ୍କୃତି ଓ ପ୍ରାକୃତିକ ମନୋରମ୍ୟ ରହିଛି। ଏହାକୁ ନେଇ ବିଶ୍ୱସ୍ତରୀୟ ପର୍ଯ୍ୟଟକମାନଙ୍କୁ କିଭଳି ଆକର୍ଷିତ କରାଯାଇ ପାରିବ ସେନେଇ ପର୍ଯ୍ୟଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri