ଯୋଡ଼ା,୧୨।୮(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ବାସୁଦେବପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ରବିବାର ଅପରାହ୍ନ ପ୍ରାୟ ୩ଟାରେ ଚମ୍ପୁଆ ବିଧାୟିକା ମୀନାକ୍ଷୀ ମହାନ୍ତ ଅଚାନକ ଗସ୍ତ କରିଥିଲେ। ମାତ୍ର ସ୍ବାସ୍ଥ୍ୟକେନ୍ଦ୍ରରେ ତାଲା ପଡ଼ିଥିବା ଦେଖି ସେ ବିରକ୍ତି ପ୍ରକାଶ କରିଥିଲେ। ଏଥିସହ ସେଠାରେ ଥିବା ପାନୀୟ ଜଳ ପ୍ରକଳ୍ପରେ ମଧ୍ୟ ତାଲା ପଡ଼ିଥିଲା। ରୋଗୀମାନେ ପାନୀୟ ଜଳ ପାଇଁ ହଇରାଣ ହରକତ ହେଉଥିବା ଦେଖିବାକୁ ପାଇଥିଲେ। ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଓ କର୍ମଚାରୀ ଅନୁପସ୍ଥିତ ଥିବା ଦେଖି ବିଧାୟିକା କ୍ଷୁବ୍ଧ ହୋଇଥିଲେ। ପରେ ଡାକ୍ତରଖାନାର ସ୍ବାସ୍ଥ୍ୟସେବା ନେଇ ରୋଗୀଙ୍କ ସହ କଥାବାର୍ତ୍ତା କରିଥିଲେ। ରୋଗୀଙ୍କୁ ଉପଯୁକ୍ତ ସ୍ବାସ୍ଥ୍ୟ ସେବା ମିଳୁ ନ ଥିବା ଅଭିଯୋଗ ହୋଇଥିଲା। ବିଧାୟିକାଙ୍କ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ ଖବର ପାଇବା ପରେ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀମାନେ ପହଞ୍ଚିଥିଲେ । ସ୍ବାସ୍ଥ୍ୟକେନ୍ଦ୍ରର ପରିବେଶ ମଧ୍ୟ ଅସ୍ବାସ୍ଥ୍ୟକର ଥିଲା। ଅଳିଆ, ଆବର୍ଜନା ଏଣେତେଣେ ପଡିଥିବା ଦେଖିବାକୁ ମିଳିଥିଲା। ସ୍ବାସ୍ଥ୍ୟକେନ୍ଦ୍ର ପରିବେଶ ସଫାସୁତୁରା ରଖିବା ସହ ରୋଗୀଙ୍କୁ ଉପଯୁକ୍ତ ସ୍ବାସ୍ଥ୍ୟସେବା ଯୋଗାଇଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ସ୍ବାସ୍ଥ୍ୟକେନ୍ଦ୍ରର କର୍ମଚାରୀମାନଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ ।
ଚମ୍ପୁଆ ବିଧାୟିକାଙ୍କ ଅଚାନକ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ: ତାଲା ପଡ଼ିଥିବା ଦେଖି ବିରକ୍ତି ପ୍ରକାଶ
Posted inଆମ ଜିଲା ଖବର, କେନ୍ଦୁଝର View All

ଗୋଟିଏ ପୋଲ: ୨ ଥର ଶିଳାନ୍ୟାସ
ଲଙ୍ଗଳେଶ୍ୱର,୫।୧୨(କମଳାକାନ୍ତ ଦାସ): ଗୋଟିଏ ପୋଲକୁ ଦୁଇଥର ଶିଳାନ୍ୟାସ। ସକାଳେ ବିଧାୟକ ଏବଂ ବିଭାଗୀୟ ଯନ୍ତ୍ରୀ ଉପସ୍ଥିତ ରହି ଗୋଟିଏ ଜାଗାରେ ଫଳକ ଶିଳାନ୍ୟାସ କରିଥିବା ବେଳେ...

ଜାଲ୍ ତଥ୍ୟ ଦେଇ ଆବାସ ହାତେଇଥିଲେ ନାଏବ ସରପଞ୍ଚ
ରସୁଲପୁର,୫ା୧୨(ରଞ୍ଜତ ରାଉତ): ରସୁଲପୁର ବ୍ଲକ ଅନ୍ତର୍ଗତ ବାହାଦଲାପୁର ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ବଣ୍ଟନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା। ପଞ୍ଚାୟତର ନାଏବ ସରପଞ୍ଚ ତିଳୋତ୍ତମା ନାୟକ...

ବାତ୍ୟା ‘ମିଗ୍ଜୋମ’: ପ୍ରବଳ ବର୍ଷା ନେଇ ଚିନ୍ତାରେ ଚାଷୀ
ଛତ୍ରପୁର,୫।୧୨(ଦିଲୀପ ସାମଲ): ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗ୍ଜୋମ’ ଭୟଙ୍କର...

କୋରେଇରେ ଛପି ରହିଛନ୍ତି ନକଲି ଶିକ୍ଷକ
କୋରେଇ,୫ା୧୨(ଚନ୍ଦ୍ରକାନ୍ତ ପତି) : ରାଜ୍ୟରେ ଜାଲ ସାର୍ଟିଫିକେଟ ବଳରେ ଚାକିରିକୁ ନେଇ ତୁମ୍ବିତୋଫାନ ଚାଲିଛି। ରାଜ୍ୟର ବିଭିନ୍ନ ଜିଲାର ଅନେକ ଯୁବତୀଯୁବକ ନକଲି ପ୍ରମାଣପତ୍ର ଦେଇ...

ବାତ୍ୟା ‘ମିଗଜୋମ’ର ପ୍ରଭାବ: ଆସନ୍ତାକାଲି ଗଜପତିରେ ସବୁ ସ୍କୁଲ ଛୁଟି ଘୋଷଣା
ଭୁବନେଶ୍ୱର,୫।୧୨: ବାତ୍ୟା ‘ମିଗଜୋମ’ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ କୋହଲା ରହିଛି। ଏହାସହ କିଛି ସ୍ଥାନରେ ବର୍ଷା ମଧ୍ୟ ହେଉଛି। ଏହାକୁ ଦୃଷ୍ଟିରେ ରଖି...

ଓଲଟିଲା ପିକଅପ୍ ଭ୍ୟାନ: ୧୫ ଗୁରୁତର
ଟିଟିଲାଗଡ଼,୫।୧୨(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ କତରକେଲା ରେଲ ଫାଟକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ୍ ଯାଉଥିବା ଏକ ପିକଅପ୍...

ଖୁବଶୀଘ୍ର ଗଠନ ହେବ ପଦ୍ମପୁର ଜିଲା, ଜିଲାପାଳ କାର୍ଯ୍ୟାଳୟ ପାଇଁ ସ୍ଥାନ ନିରୂପଣ
ପଦ୍ମପୁର, ୪ା୧୨(ପ୍ରଦୀପ୍ତ ଦାଶ ) ପଦ୍ମପୁରରେ ନୂତନ ଜିଲାପାଳ କାର୍ଯ୍ୟାଳୟ ସ୍ଥାନ ନିରୂପଣ ପାଇଁ ଉତ୍ତରାଞ୍ଚଳ ଆରଡିସି ଡକ୍ଟର ସୁରେଶ ଚନ୍ଦ୍ର ଦଲାଇଙ୍କ ନେତୃତ୍ୱରେ ଏକ...

ବାଘ ଭୟରେ ଦୋକାନ ବଜାର ବନ୍ଦ
ହାଟଡିହୀ,୪l୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ବାଘ ବୁଲୁଥିବା ଗୁଜବକୁ ନେଇ ଭୟର ବାତାବରଣ ଖେଳିଯାଇଛି। ଏହି ବ୍ଲକ ଅଧୀନ ବିଭିନ୍ନ ଛକ...
Archives
