ଚଳନ୍ତା କାର୍‌ରେ ଯୁବତୀଙ୍କୁ ବଳାତ୍କାର କରି ଫିଙ୍ଗିଦେବା ଘଟଣା: ଗିରଫ ହେଲେ ଅଭିଯୁକ୍ତ, କାର୍‌ ଜବତ

ଖୋର୍ଦ୍ଧା ଅଫିସ,୭।୧୧: ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ପିଏନ୍‌ କଲେଜ ନିକଟ ଶ୍ମଶାନ ନିକଟରେ ଜଣେ ଯୁବତୀଙ୍କୁ ଚଳନ୍ତା କାର୍‌ରେ ବଳାତ୍କାର କରିବା ପରେ ଦୁର୍ବୃତ୍ତ ଫିଙ୍ଗି ଦେଇ ଚାଲିଯାଇଥିଲେ। ଏହି ଘଟଣାରେ ଗୁରୁବାର ଅଭିଯୁକ୍ତଙ୍କ ସହ ଉକ୍ତ କାର୍‌କୁ ଜବତ କରାଯାଇଛି। ଅଭିଯୁକ୍ତ ହେଲେ ଜଟଣୀ ଥାନା କୁଦିଆରୀ ଗ୍ରାମର ମନୋରଞ୍ଜନ ମହାନ୍ତି। ଏଥିସହ ଖଣ୍ଡଗିରି ଥାନା ପୋଲିସ ପକ୍ଷରୁ ତଦନ୍ତ ଜାରି ରହିବା ସହ ପୀଡ଼ିତାଙ୍କ ବୟାନ ରେକର୍ଡ କରିବା ଲାଗି କୋର୍ଟକୁ ମଧ୍ୟ ନିଆଯାଇଛି। ସେହିଭଳି ଖୋର୍ଦ୍ଧାରେ ମହିଳା କମିଶନ ପହଞ୍ଚି ଏସ୍‌ପିଙ୍କ ସହ ବଳାତ୍କାର ଘଟଣା ସମ୍ପର୍କରେ ଆଲୋଚନା କରିଥିବା ସୂଚନା ମିଳିଛି।

ପ୍ରକାଶଯୋଗ୍ୟ, ନୟାଗଡ଼ ଜିଲା ଗଣିଆ ଅଞ୍ଚଳର ପୀଡ଼ିତା ଯୁବତୀ ଜଣକ ଖୋର୍ଦ୍ଧାରେ ରୁହନ୍ତି। ବୁଧବାର କୌଣସି କାର୍ଯ୍ୟରେ ସେ ଭୁବନେଶ୍ୱର ଯାଇଥିଲେ। ଅପରାହ୍ନରେ ଖଣ୍ଡଗିରି ଛକରୁ ଏକ କାର୍‌ରେ ଲିଫ୍ଟ ମାଗି ଖୋର୍ଦ୍ଧା ଫେରୁଥିଲେ। ଫେରିବା ସମୟରେ କାର୍‌ରେ ଥିବା ଯୁବକମାନେ ତାଙ୍କୁ ବଳାତ୍କାର କରିବା ସହ ସେ ପିନ୍ଧିଥିବା ପୋଷାକକୁ ଚିରି ଦେଇଥିଲେ। ଯୁବତୀଜଣକ ଚିତ୍କାର କରିବାରୁ ଦୁର୍ବୃତ୍ତମାନେ ତାଙ୍କୁ ଖୋର୍ଦ୍ଧା ନିକଟସ୍ଥ ୧୬ନଂ ଜାତୀୟ ରାଜପଥ ପାର୍ଶ୍ୱ ଶ୍ମଶାନ ନିକଟରେ କାର୍‌ରୁ ଠେଲିଦେଇ ଚାଲି ଯାଇଥିଲେ। ଯୁବତୀଜଣକ ମୁମୂର୍ଷୁ ଅବସ୍ଥାରେ ପଡ଼ି କାନ୍ଦୁ ଥିବାବେଳେ କିଛି ଲୋକ ଶୁଣି ସେଠାରେ ପହଞ୍ଚିଥିଲେ। କାରଣ ପଚାରିବାରୁ ଯୁବତୀ ଜଣକ ଆଉ ବଞ୍ଚିବାକୁ ଚାହୁଁ ନାହିଁ, ମୁଁ ଆତ୍ମହତ୍ୟା କରିବାକୁ ଚାହୁଁଛି ବୋଲି କହି ଭୋ ଭୋ କାନ୍ଦିଥିଲେ। ପରେ ପାରିପାର୍ଶ୍ୱିକ ଅବସ୍ଥାକୁ ଦେଖି ଲୋକମାନେ ସ୍ଥାନୀୟ ପୋଲିସ, ଆମ୍ବୁଲାନ୍ସ ଏବଂ ଦମକଳକୁ ଖବର ଦେଇଥିଲେ। ପରେ ଦମକଳ ବାହିନୀ ସେଠାରେ ପହଞ୍ଚି ପୀଡ଼ିତା ଯୁବତୀଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳରେ ଭର୍ତ୍ତି କରିଥିଲେ। ଖବର ପାଇ ପୀଡ଼ିତାଙ୍କ ମା’ ହସ୍ପିଟାଲରେ ପହଞ୍ଚିବା ପରେ ଯୁବତୀ ଜଣକ ସବୁ କଥା ପୋଲିସ ନିକଟରେ ପ୍ରକାଶ କରିଥିଲେ। ପୀଡ଼ିତାଙ୍କ ବୟାନ ଓ ଅଭିଯୋଗକୁ ଭିତ୍ତି କରି ଖୋର୍ଦ୍ଧା ପୋଲିସ ଘଟଣାର ପରବର୍ତ୍ତୀ ତଦନ୍ତ ପାଇଁ ଏଫଆଇଆରକୁ ଖଣ୍ଡଗିରି ଥାନାକୁ ହସ୍ତାନ୍ତର କରିଥିଲା। ଖଣ୍ଡଗିରି ଆଇଆଇସି ଖୋର୍ଦ୍ଧା ହସ୍ପିଟାଲରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ପୀଡ଼ିତା ଖଣ୍ଡଗିରିରୁ ଲିଫ୍ଟ ମାଗି ଆସିବାବେଳେ ଘଟଣା ଘଟିଥିବାରୁ ଅଭିଯୋଗକୁ ସେଠାକୁ ସ୍ଥାନାନ୍ତର କରାଗଲା ବୋଲି ଖୋର୍ଦ୍ଧା ପୋଲିସ କହିଛି। ଭାଜପା ମହିଳା ମୋର୍ଚ୍ଚାର ଖୋର୍ଦ୍ଧା ମଣ୍ଡଳ ସଭାନେତ୍ରୀ ମୀନା ଦାସ ହସ୍ପିଟାଲ ଯାଇ ପୀଡିତାଙ୍କ ସହ ଆଲୋଚନା କରିଛନ୍ତି। ଏହା ଏକ ସମ୍ବେଦନଶୀଳ ଘଟଣା ହୋଇଥିବାରୁ ପୋଲିସ ତୁରନ୍ତ ତଦନ୍ତ କରି ଅଭିଯୁକ୍ତଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାସ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?