ଚଳନ୍ତା ଭ୍ୟାନ୍‌ରେ ଲାଗିଲା ନିଆଁ

ଓଡ଼ଗାଁ,୯।୬(ସ୍ବ.ପ୍ର.): ସ୍ଥାନୀୟ ଆଦର୍ଶ ଥାନା ସମ୍ମୁଖରେ ରବିବାର ମଧ୍ୟାହ୍ନରେ ଏକ ଚଳନ୍ତା ଗ୍ୟାସ୍‌ ସୋଡ଼ା ଭ୍ୟାନ୍‌ରେ ନିଆଁ ଲାଗିଯାଇଛି। ହାଇସ୍କୁଲ ଓ ଥାନା ସମ୍ମୁଖରେ ଭ୍ୟାନ୍‌ଟି ଅତିକ୍ରମ କରୁଥିବା ଏବଂ ପଛରୁ ହୁତହୁତ ହୋଇ ନିଆଁ ଜଳୁଥିବା ଲୋକମାନେ ଦେଖିବାକୁ ପାଇଥିଲେ। ସେମାନେ ବଡ଼ ପାଟିରେ ପାଟି କରିବା ପରେ ଡ୍ରାଇଭର ଗାଡ଼ି ଅଟକାଇ ଗାଡ଼ିରୁ ଚମ୍ପଟ ମାରିଥିଲେ। ସୌଭାଗ୍ୟବଶତଃ ସେ ବଞ୍ଚିଯାଇଥିବା ବେଳେ ଭ୍ୟାନ୍‌ଟି ପ୍ରାୟ ପୋଡ଼ି ଯାଇଛି। ଖବର ପାଇ ଦମକଳବାହିନୀ ପହଞ୍ଚି ନିଆଁ ଲିଭାଇ ଥିବା ବେଳେ ପୋଲିସ ଗାଡ଼ିକୁ ଜବତ କରି ତଦନ୍ତ କରୁଛି। ବ୍ୟବସାୟ ଲାଗି ଭ୍ୟାନ୍‌ଟିକୁ ମୋଡିଫାଏଡ୍‌ କରାଯାଇଥିଲା। ତେବେ ଗାଡ଼ି ମାଲିକ ସୁନାମୁହିଁ ଅଞ୍ଚଳର ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ବନ୍ଧୁକରୁ ଗୁଳି କରି ଜୀବନ ହାରିଲେ କନଷ୍ଟେବଳ, ଛୁଟି ନମିଳିବାରୁ…

ନୟାଗଡ଼,୫।୨(ଲୋକନାଥ ମିଶ୍ର): ନୟାଗଡ଼ର ଏପିଆର କନଷ୍ଟେବଳଙ୍କ ଆତ୍ମହତ୍ୟା । ମୃତକ ହେଲେ ସୁନୀଲ ସେଠୀ । ଗୁରୁବାର ସେ ରିଜର୍ଭ ପୋଲିସ କ୍ୟାମ୍ପସରେ ଜୀବନ ହାରିଥିବା ସୂଚନା…

ମିଳିନି ୪ମାସର ଭତ୍ତା, ଜିଲାପାଳଙ୍କୁ ଭେଟିଲେ ବୃଦ୍ଧାବୃଦ୍ଧ

ନୟାଗଡ଼,୫।୨(ଲୋକନାଥ ମିଶ୍ର): ୪ମାସ ଧରି ଭତ୍ତା ନ ପାଇବାରୁ ନୟାଗଡ଼ ବ୍ଲକ ବାଲୁଗଁା ଓ ଲାଠିପଡା ଗ୍ରାମର ବୃଦ୍ଧାବୃଦ୍ଧ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ।…

କୂଅରୁ ମିଳିଥିଲା ଛାତ୍ରଙ୍କ ମୃତଦେହ: ୨ ଶିକ୍ଷୟିତ୍ରୀ ନିଲମ୍ବିତ

ନୟାଗଡ଼, ୪।୨( ଲୋକନାଥ ମିଶ୍ର/ ସନ୍ତୋଷ ପ୍ରଧାନ): ନୟାଗଡ଼ ଜିଲା ଗଣିଆ ଥାନା ବିଜୟନଗର ଗ୍ରାମର ନିଖୋଜ ଜଣେ ସ୍କୁଲ ଛାତ୍ରଙ୍କ ମୃତଦେହ ବୁଧବାର କୂଅରୁ ଉଦ୍ଧାର…

ସ୍କୁଲରୁ ଶୌଚ ପାଇଁ ଯାଇ ଆଉ ଫେରିନଥିଲେ, ଆଜି କୂଅରୁ ମିଳିଲା ମୃତଦେହ

ନୟାଗଡ଼, ୪।୨( ଲୋକନାଥ ମିଶ୍ର/ ସନ୍ତୋଷ ପ୍ରଧାନ): ନୟାଗଡ଼ ଜିଲା ଗଣିଆ ଥାନା ବିଜୟନଗର ଗ୍ରାମର ନିଖୋଜ ଜଣେ ସ୍କୁଲ ଛାତ୍ରଙ୍କ ମୃତଦେହ ବୁଧବାର କୂଅରୁ ଉଦ୍ଧାର…

କଶ୍ମୀରରେ ହୃଦ୍‌ଘାତରେ ଓଡ଼ିଆ ଯବାନଙ୍କ ମୃତ୍ୟୁ, ଗାଁରେ ଶୋକାକୁଳ ପରିବେଶ

ନୟାଗଡ଼,୨୯।୧(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଇଟାମାଟି ଥାନା ଆନନ୍ଦପଲ୍ଲୀ ଗାଁର ଯବାନ ଜିତୁ ବେହେରା(୩୧) ଜାନୁଆରୀ ୨୬ରେ କଶ୍ମୀରରେ ହୃଦ୍‌ଘାତରେ ପ୍ରାଣ ହରାଇଛନ୍ତି। ଜିତୁଙ୍କ ମରଶରୀର ବୁଧବାର…

ପିସ୍ତଲ ଗୁଳିଠାରୁ ରଣପୁର ଠେଙ୍ଗାପ୍ରହାର ଶକ୍ତିଶାଳୀ: ବ୍ରିଟିଶ ପାର୍ଲିଆମେଣ୍ଟକୁ ଯାଇଥିଲା ୫୦୦ ଠେଙ୍ଗା

ନୟାଗଡ,୨୬।୧(ଲୋକନାଥ ମିଶ୍ର): ନୟାଗଡ ଜିଲା ସଦର ମହକୁମାସ୍ଥିତ ପିଟିଏସ୍‌ ପଡ଼ିଆରେ ଜିଲାସ୍ତରୀୟ  ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି।  ଏଥିରେ ୫୦ଟି ପାରେଡ ଟିମ ଭାଗ ନେଇଥିଲେ।…

ଘର ଆଗରେ ଖେଳୁଥିବା ସମୟରେ ଡାକି ନେଇ ନାବାଳିକାଙ୍କୁ ବଳାତ୍କାର କଲେ ୨ ଯୁବକ, ଖୋଜି ଖୋଜି ପହଞ୍ଚିଗଲେ ମା’

ରଣପୁର, ୨୪ା୧(ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଥାନା ଅଞ୍ଚଳରେ ଗୁରୁବାର ଏକ ଲଜ୍ଜାଜନକ ଘଟଣା ଘଟିଯାଇଛି। ଜଣେ ନାବାଳିକାଙ୍କୁ ୨ଜଣ ଦୁଆରୁ ଡାକି ନେଇ…

ପୂଜାର୍ଚ୍ଚନା ପରେ ନୟାଗଡ଼ରୁ ପୁରୀ ଅଭିମୁଖେ ଗଲା ରଥକାଠ

ନୟାଗଡ଼,୨୦।୧(ଲୋକନାଥ ମିଶ୍ର): ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ  ନୟାଗଡ଼ ଜିଲା ଦଶପଲ୍ଲା ଅଞ୍ଚଳରୁ ମଙ୍ଗଳାର ୩ଟି ଟ୍ରକ୍‌ରେ ଅସନ ୪୦,  ଧଉରା ୪୩ ଓ ମତରେ ୮୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri