ଚଳିତବର୍ଷ ୩୮ଟି ଜେଏମ୍‌ଏଫ୍‌ସି କୋର୍ଟ ଖୋଲିବ

ଭୁବନେଶ୍ୱର, ୩୦।୭(ବ୍ୟୁରୋ):ରାଜ୍ୟରେ ଆଉ ୬୦ଟି ସ୍ଥାନରେ କୋର୍ଟ ଖୋଲିବ। ଚଳିତବର୍ଷ ୩୮ଟି ସ୍ଥାନରେ ଜେଏମ୍‌ଏଫ୍‌ସି କୋର୍ଟ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ମଙ୍ଗଳବାର ପ୍ରଶ୍ନକାଳବେଳେ ଆଇନ୍‌ ମନ୍ତ୍ରୀ ପ୍ରତାପ ଜେନା ଏହି ସୂଚନା ଦେଇଛନ୍ତି। ବିଜେଡି ସଭ୍ୟ ଧ୍ରୁବଚରଣ ସାହୁ ପଟ୍ଟାମୁଣ୍ଡାଇଠାରେ ଏକ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ସ୍ଥାପନ ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି କି। ରାଜନଗରଠାରେ ଜେଏମ୍‌ଏଫ୍‌ସି କୋର୍ଟ କାର୍ଯ୍ୟ କରୁଥିଲେ ମଧ୍ୟ ଏହାର ନିଜସ୍ବ ଗୃହ ନାହିଁ। କେବେ ସୁଦ୍ଧା ଗୃହ ନିର୍ମାଣ କରାଯିବ ବୋଲି ପଚାରିଥିଲେ। ବିଜେଡି ସଭ୍ୟ ଅନନ୍ତ ଦାସ, ପ୍ରଭୁ ଜାନୀ, ପ୍ରଦୀପ ଅମାତ୍‌, କଂଗ୍ରେସ ସଭ୍ୟ ସନ୍ତୋଷ ସିଂ ସାଲୁଜା, ଭାଜପା ସଭ୍ୟ ନିତ୍ୟାନନ୍ଦ ଗଣ୍ଡ, ସୁକାନ୍ତ ନାୟକ ପ୍ରମୁଖ ଅତିରିକ୍ତ ପ୍ରଶ୍ନରେ ଜେଏମ୍‌ଏଫ୍‌ସି କୋର୍ଟ ସ୍ଥାପନ କରିବା ନେଇ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ନୂତନ କୋର୍ଟ ଉଦ୍‌ଘାଟନବେଳେ ଜନପ୍ରତିନିଧିମାନଙ୍କୁ କାହିଁକି ସାମିଲ କରାଯାଉନାହିଁ ବୋଲି ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ କଡା ଆପତ୍ତି ଉଠାଇଥିଲେ। ସେମାନେ ଅଭିଯୋଗ କରିଥିଲେ ଯେ, ରାଜ୍ୟ ସରକାରଙ୍କ ସମସ୍ତ ଯୋଜନା କାର୍ଯ୍ୟକାରୀବେଳେ ଜନପ୍ରତିନିଧିଙ୍କୁ ସାମିଲ କରାଯାଉଥିବାବେଳେ କୋର୍ଟ ଉଦ୍‌ଘାଟନ ବେଳେ କାହିଁକି କରାଯାଉନାହିଁ। ଜନପ୍ରତିନିଧିମାନଙ୍କୁ ସେଥିରେ ସାମିଲ କରାଯାଉ ବୋଲି ସଦସ୍ୟମାନେ ଦାବି କରିଥିଲେ। ଏନେଇ ମନ୍ତ୍ରୀ ହାଇକୋର୍ଟ ଜଜ୍‌ଙ୍କ ସହ ଆଲୋଚନା କରନ୍ତୁ ବୋଲି କହିଥିଲେ। ଏଥିସହ ସମସ୍ତ ଜିଲାରେ ଲୋକମାନଙ୍କୁ ନ୍ୟାୟ ଦେବା ସକାଶେ ଅଧିକ ଜେଏମ୍‌ଏଫ୍‌ସି କୋର୍ଟ ପ୍ରତିଷ୍ଠା କରନ୍ତୁ ବୋଲି ଦାବି କରିଥିଲେ। ମନ୍ତ୍ରୀ କହିଥିଲେ ଯେ, ପଟ୍ଟାମୁଣ୍ଡାଇଠାରେ ଏକ ଅତିରିକ୍ତ ଜିଲା ଓ ସେସନ୍ସ ଜଜ୍‌ କୋର୍ଟ ସ୍ଥାପନ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ଆବଶ୍ୟକ ପଦବୀ ସୃଷ୍ଟି କରିବାପରେ କୋର୍ଟ ପ୍ରତିଷ୍ଠା ପାଇଁ ପଦକ୍ଷେପ ନିଆଯିବ। ରାଜନଗରଠାରେ ଜେଏମ୍‌ଏଫ୍‌ସି କୋର୍ଟ ନାହିଁ, ସେଠାରେ ଏକ ଗ୍ରାମ୍ୟ ନ୍ୟାୟାଳୟ ସ୍ଥାପନ କରାଯାଇଛି। ଗ୍ରାମ୍ୟ ନ୍ୟାୟ ପାଇଁ ନିଜସ୍ବଗୃହ ନିର୍ମାଣ କରିବା ଲାଗି ସରକାର ନିଷ୍ପତ୍ତିନେଇନାହାନ୍ତି। ନୂତନ କୋର୍ଟ ଉଦ୍‌ଘାଟନବେଳେ ହାଇକୋର୍ଟଙ୍କ ଦ୍ୱାରା ହୋଇଥାଏ। ଏଥିରେ ଜନପ୍ରତିନିଧିଙ୍କୁ ସାମିଲ କରାଯାଇ ନ ଥାଏ। ଗୃହର ଉଦ୍‌ବେଗକୁ ଦୃଷ୍ଟିରେ ରଖି ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ସହ ଆଲୋଚନା କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ରାଜ୍ୟରେ ୩୧ଟି ଗ୍ରାମ୍ୟ ନ୍ୟାୟାଳୟ ରହିଛି, ସେଗୁଡିକୁ ଜେଏମ୍‌ଏଫ୍‌ସି କୋର୍ଟ କ୍ଷମତା ଦିଆଯାଇଛି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri