Posted inଜାତୀୟ

ଚାଇନାରୁ ଫେରିଲା ସ୍ବତନ୍ତ୍ର ବିମାନ

ନୂଆଦିଲ୍ଲୀ,୧।୨: ଚାଇନାର ଉହାନରୁ ଫେରିଥିବା ଏୟାର ଇଣ୍ଡିଆର ସ୍ବତନ୍ତ୍ର ବିମାନ ଶନିବାର ସକାଳେ ନୂଆଦିଲ୍ଲୀରେ ପହଞ୍ଚିଛି। ଏଥିରେ ୩୨୪ ଭାରତୀୟ ଚାଇନାରୁ ସ୍ବଦେଶ ଫେରିଛନ୍ତି। ଏମାନଙ୍କ ଭିତରେ ୩ ଶିଶୁ ଓ ୧୧ ଛାତ୍ର ରହିଛନ୍ତି। ଦିଲ୍ଲୀ ବିମାନ ବନ୍ଦରରେ ପହଞ୍ଚିବା ପରେ ସେମାନଙ୍କୁ ଦିଲ୍ଲୀର ଚାଓ୍ବଲାରେ ଆଇଟିବିପି ଯବାନଙ୍କ ଦ୍ୱାରା ପ୍ରସ୍ତୁତ ଆଇସୋଲେଶନ ସେଣ୍ଟର ଓ ହରିୟାଣାର ମାନେସରଠାରେ ଭାରତୀୟ ସେନା ଦ୍ୱାରା ପ୍ରସ୍ତୁତ ଶିବିରକୁ ପଠାଇ ଦିଆଯାଇଛି। ସେଠାରେ ଏହି ଭାରତୀୟମାନେ ମେଡିକାଲ ଅବଜରଭେଶନରେ ରହିବେ। ସୂଚନାଯୋଗ୍ୟ, ଚାଇନାରେ ଥିବା ଭାରତୀୟଙ୍କୁ ଆଣିବା ଲାଗି ଶୁକ୍ରବାର ସକାଳୁ ନୂଆଦିଲ୍ଲୀରୁ ଯାତ୍ରା କରିଥିବା ଏୟାର ଇଣ୍ଡିଆର ସ୍ବତନ୍ତ୍ର ବିମାନ ଚାଇନାର ଉହାନ ସହରରେ ସନ୍ଧ୍ୟା ସୁଦ୍ଧା ପହଞ୍ଚିଥିଲା। କରୋନା ଭୂତାଣୁ ଚାଇନାରେ ମହାମାରୀ ରୂପ ନେଇଥିବା ବେଳେ ସେଠାରେ ଥିବା ଭାରତୀୟଙ୍କୁ ନିଜ ଦେଶକୁ ଫେରାଇ ଆଣିବାକୁ ଏହି ସ୍ବତନ୍ତ୍ର ବିମାନ ଚାଇନା ଯାଇଥିଲା। କରୋନା ଭୂତାଣୁ ସଂକ୍ରମଣରେ ଚାଇନାରେ ଏପର୍ଯ୍ୟନ୍ତ ପ୍ରାୟ ୨୫୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୧ ହଜାରରୁ ଊର୍ଦ୍ଧ୍ୱ ଲୋକ ଆକ୍ରାନ୍ତ ହୋଇଛନ୍ତି। ଶନିବାର ଦିନ ୧୨ଟା ୫୦ରେ ଏୟାର ଇଣ୍ଡିଆର ଆଉ ଏକ ବିମାନ ଉହାନ ଯାତ୍ରା କରିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଥାନା CUG ନମ୍ବର ଲୁଚାଇଲେ ହେବ କାର୍ଯ୍ୟାନୁଷ୍ଠାନ! ସାର୍ବଜନୀନ କରିବାକୁ ପୋଲିସ୍ HQରୁ କଡ଼ା ନିର୍ଦ୍ଦେଶ

କଟକ ସଦର, ୨୭/୧୦ (ସୁଶାନ୍ତ କୁମାର ଜେନା): ରାଜ୍ୟର ବିଭିନ୍ନ ଥାନାରେ ଥିବା BSNL ଲ୍ୟାଣ୍ଡଫୋନ୍ ଲାଇନ୍‌ଗୁଡ଼ିକ ଅଚଳ ହୋଇପଡ଼ିଥିବାରୁ, ଜରୁରୀ ସେବା ଓ ପୋଲିସ୍ ସହାୟତା…

ବଡ଼ ଖବର: କାଲି ନୁହେଁ ଆଜି ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା, ହଠାତ୍‌ ବଦଳିଲା ସମୟ

ଭୁବନେଶ୍ୱର, ୨୭।୧୦: କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ । ହଠାତ୍ ବଦଳିଲା ବାତ୍ୟା ଲ୍ୟାଣ୍ଡଫଲର ସମୟ । ଆଜି ରାତି…

କୋଟିଆ ମାଟିରେ ତାତିଲେ ତାରା, ଗର୍ଜିଲେ ଭକ୍ତ: ଆନ୍ଧ୍ର ପୋଲିସ୍ ତୁରନ୍ତ ସ୍ଥାନ ଛାଡ଼, ଏହା କାହାର ପୈତୃକ ସମ୍ପତ୍ତି ନୁହେଁ…

ପଟ୍ଟାଙ୍ଗି, ୨୭।୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନରୁ ଲାଗିରହିଥିବା ସୀମା ବିବାଦକୁ ନେଇ ସ୍ଥିତି ପୁଣି ସଙ୍ଗୀନ…

ଦ୍ବୀପରେ ଅଟକି ରହିଥିଲେ କଙ୍କଡ଼ା ଧରାଳି, ଉଦ୍ଧାର ହୋଇ ଆସିଲେ

ମହାକାଳପଡ଼ା,୨୭।୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ଶବରପଡ଼ାର ୨୦ଜଣ କଙ୍କଡ଼ା ଧରାଳି ଗହୀରମଥା ସାମୁଦ୍ରିକ ଅଭୟରଣ୍ୟ ହୁକିଟୋଲା ଅନତୀ ଦୂରରେ ଥିବା…

ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

ଭୁବନେଶ୍ୱର, ୨୭।୧୦: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ପ୍ରକୋପକୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ଚଳାଚଳ କରୁଥିବା ସମସ୍ତ ଘରୋଇ ବସ୍‌ ସେବାକୁ ସାମୟିକ ଭାବେ…

Featured Video Play Icon

ଅର୍ଣ୍ଣବ ପ୍ରକୋପ: ଭୟଙ୍କର ଦେଖାଗଲା ସମୁଦ୍ର! ବିଶେଷଜ୍ଞ କହିଲେ…

ଭୁବନେଶ୍ୱର,୨୭।୧୦: ସମୁଦ୍ରରେ ଭୀଷଣ ରୂପ ଧରି ସ୍ଥଳଭାଗକୁ ମାଡ଼ି ଆସୁଛି ସାମୁଦ୍ରିକ ଝଡ଼ ଅର୍ଣ୍ଣବ। ଘଣ୍ଟା ପ୍ରତି ୨୦ କିମି ବେଗରେ ଆଗକୁ ବଢୁଥିବା ବାତ୍ୟା ଅର୍ଣ୍ଣବ…

ମାଡ଼ି ଆସୁଛି ବାତ୍ୟା ‘ଅର୍ଣ୍ଣବ’: କାଲି ବଲାଙ୍ଗୀର, କନ୍ଧମାଳ-କେନ୍ଦ୍ରାପଡ଼ାରେ ସବୁ ସ୍କୁଲ୍ ଛୁଟି; ଶିକ୍ଷକଙ୍କ ପାଇଁ…

ଭୁବନେଶ୍ୱର, ୨୭।୧୦: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ଜିଲାରେ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ବୁଧବାର (କାଲି) ବଲାଙ୍ଗୀର,…

ବଦଳିଗଲା ବାତ୍ୟାର ଲ୍ୟାଣ୍ଡଫଲ୍‌ ସ୍ଥାନ! ରାତି ହେଉ ହେଉ ଏସବୁ ଜିଲାକୁ ହାଇ ଆଲର୍ଟ…

ଭୁବନେଶ୍ୱର,୨୭।୧୦: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଭୀଷଣ ସାମୁଦ୍ରିକ ଝଡ଼ ଅର୍ଣ୍ଣବ ବିଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୧୮ କିଲୋମିଟର ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?