ଚାଇନାରେ କାହିଁକି କମୁଛି କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା

ବେଜିଂ,୮।୩: ଚାଇନାରେ ମହାମାରୀର ରୂପ ନେଇଥିବା କରୋନା ଭାଇରସ ଏବେ କଡ ଲେଉଟାଇଛି। ଗୋଟିଏ ଦିନରେ ଏଠାରେ ହଜାର ହଜାର ଲୋକ କରୋନା ଭାଇରସରେ ସଂକ୍ରମିତ ହୋଇଥିବା ବେଳେ ଏବେ ଏହି ସଂଖ୍ୟା ୧୦୦ରୁ ବି କମ୍‌ ହୋଇଯାଇଛି। ସାରା ବିଶ୍ୱରେ ଏବେ ପ୍ରାୟ ୧,୦୬,୨୧୧ ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ କେବଳ ଚାଇନାରେ ୮୦ ହଜାରରୁ ଉର୍ଦ୍ଧ୍ୱ ସଂକ୍ରମିତ ରହିଥିବା କୁହାଯାଏ। ଏବେ କିନ୍ତୁ ଏହା କିପରି କମ୍‌ ହୋଇଛି ତାହା ଜାଣିବା ପାଇଁ ନିକଟରେ ୧୩ ବିଦେଶୀ ବିଶେଷଜ୍ଞ ୧୨ ଜଣ ଚାଇନା ଏକ୍ସପର୍ଟଙ୍କ ସହ ସେଠାକାର ପ୍ରାୟ ୫ ସହର ବୁଲି ଯାଇଥିବା ଶୁଣିବାକୁ ମିଳିଛି। ଏହାପରେ ଯେଉଁ ତଥ୍ୟ ଆସିଛି ତାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଉକ୍ତ ବିଶେଷଜ୍ଞଙ୍କ କହିବା କଥା ହେଲା ଚାଇନା ପ୍ରଥମେ କରୋନା ଭାଇରସରେ ବେଶି ପ୍ରଭାବିତ ହୋଇଥିବା ସହର ବୁହାନ ଓ ହୁବଇକୁ ଜାନୁୟାରୀ ୨୩ରୁ ଲକଡାଉନ୍‌ କରି ଦେଇଥିଲା। ଏହାର ଅର୍ଥ ହେଉଛି ଏହି ୨ ସହରରେ ଅଧିକ ପରିମାଣରେ କରେନା ଭାଇରସ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଉକ୍ତ ସହରର କୌଣସି ଲୋକ ବାହାରକୁ ଯାଇ ପାରିବେ ନାହିଁ କି ବାହାରୁ କୌଣସି ଲୋକ ଉକ୍ତ ସହରକୁ ଯିବାକୁ ବାରଣ କରାଯାଇଥିଲା। ଏହାସହ ସମସ୍ତ ସ୍କୁଲ, କଲେଜ, ମଲ୍‌, ହୋଟେଲ, ସିନେମାହଲ ଆଦିକୁ ହସ୍ପିଟାଲରେ ପରିବର୍ତ୍ତନ କରାଯାଇଥିଲା। ଏହାସହ କିଛି ନୂଆ ହସ୍ପିଟାଲ ମଧ୍ୟ ନିର୍ମାଣ କରାଯାଇଥିଲା। ଏଭଳି ପଦକ୍ଷେପ ଫଳରେ ଏବେ ଚାଇନାରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା କମ୍‌ ହୋଇଛି ବୋଲି ବିଶେଷଜ୍ଞମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

ଗୁଡାରିରେ କଡ଼ାକଡ଼ି ଗାଡ଼ି ଯାଞ୍ଚ: ୭ ହଜାର ଟଙ୍କାର ଚାଲାଣ କାଟିଲା…

ଗୁଡାରି, ୧୧।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ପୋଲିସ ସୁପରିଣ୍ଟେଣ୍ଡେଣ୍ଟ (ଏସ୍‌ପି) ରାଜ ପ୍ରସାଦଙ୍କ ନିର୍ଦ୍ଦେଶକ୍ରମେ ଗୁଡାରି ଥାନା ଅଧିକାରିଣୀ ବିଶ୍ୱବନ୍ଦିନୀ ବାଗଙ୍କ ନେତୃତ୍ୱରେ ଶନିବାର…

ରାଜନୈତିକ ରାଲିରେ ସ୍କୁଲ ଛାତ୍ରୀଛାତ୍ରଙ୍କ ସାମିଲ: ୭ ଦିନ ମଧ୍ୟରେ ଜବାବ ତଲବ

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଆୟୋଜିତ ଏକ ରାଜନୈତିକ ପ୍ରତିବାଦ ସଭାରେ ସ୍କୁଲ ସମୟରେ ନାବାଳକ ଓ ନାବାଳିକା ଛାତ୍ରୀଛାତ୍ରଙ୍କୁ ସାମିଲ କରାଯାଇଥିବା…

ରାତିରେ ମହିଳାଙ୍କ ଘରେ ପ୍ରବେଶ କରୁଥିଲେଏଏସଆଇ: ଧରିପକାଇ ପିଟିଦେଇଗଲେ ଲୋକେ, ଭିଡିଓ ଭାଇରାଲ୍

ନୟାଗଡ, ୧୧।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ରଣପୁର ଥାନା ଅଞ୍ଚଳରେ ଜଣେ ଏଏସଆଇଙ୍କୁ ଅଟକ ରଖି ମାଡ଼ ମରାଯିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri