Posted inଜାତୀୟ

ଚାଇନା ସାମଗ୍ରୀ ବହିଷ୍କାର କରିବାକୁ କହିଲେ ରାମଦେବ

ନୂଆଦିଲ୍ଲୀ, ୬।୬: ଭାରତ-ଚାଇନା ସୀମାରେ ଉତ୍ତେଜନା ବୃଦ୍ଧି ପାଇଥିବାବେଳେ ଏବେ ଯୋଗଗୁରୁ ବାବା ରାମଦେବଙ୍କ ମନ୍ତବ୍ୟ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ରାମଦେବ କହିଛନ୍ତି ଯେ, ଚାଇନାକୁ ବୁଦ୍ଧି ଶିଖାଇବା ପାଇଁ ଅସ୍ତ୍ରଶସ୍ତ୍ରର ଆବଶ୍ୟକତା ନାହିଁ। ଭାରତର ଲୋକେ ଚାଇନା ସାମଗ୍ରୀ ବହିଷ୍କାର କଲେ ଏହା ସମ୍ଭବ ହୋଇପାରିବ ବୋଲି ରାମଦେବ କହିଛନ୍ତି। ଚାଇନା ଭାରତରେ ୧୫ରୁ ୨୦ ଲକ୍ଷ କୋଟି ଟଙ୍କାର କାରବାର କରିଥାଏ। ଭାରତରେ ଟଏଲେଟ୍‌ ସିଟ୍‌ଠାରୁ ଆରମ୍ଭ କରି କଣ୍ଢେଇ ପର୍ଯ୍ୟନ୍ତ ସମସ୍ତ ସାମଗ୍ରୀ ଚାଇନାରୁ ହିଁ ଆସିଥାଏ। ଏହାର ବ୍ୟବହାର ବନ୍ଦ କରିବା ଲାଗି ଭାରତୀୟଙ୍କୁ ସଂକଳ୍ପ ନୋବକୁ ପଡ଼ିବ ବୋଲି ରାମଦେବ ଆହ୍ବାନ ଦେଇଛନ୍ତି। କରୋନା ସଙ୍କଟରେ ଆର୍ଥିକ ସୁଧାର ପାଇଁ ରାମଦେବ ସରକାରଙ୍କୁ ୩ଟି ପରାମର୍ଶ ଦେଇଛନ୍ତି। ଏକ ସ୍ବତନ୍ତ୍ର ଆର୍ଥିକ କ୍ଷେତ୍ର ନିର୍ମାଣ କରି ଚାଇନା ସାମଗ୍ରୀର ବିକଳ୍ପ ଉପଲବ୍ଧ କରାଇବା ଲାଗି ପ୍ରୟାସ କରୁଥିବା କମ୍ପାନୀଙ୍କୁ ପ୍ରୋତ୍ସାହନ ଦେବାକୁ ସେ କହିଛନ୍ତି। ଏହା ସହିତ ଚାଇନାରୁ ଆସୁଥିବା ସାମଗ୍ରୀ ଉପରେ ଶୁଳ୍କ ବଢ଼ାଇବାକୁ ସେ କହିଛନ୍ତି। ସେହିପରି ଦେଶରେ ଶିଳ୍ପ ବିକାଶ ଉପଯୋଗୀ ପରିବେଶ ସୃଷ୍ଟି ଉପରେ ସରକାର ଗୁରୁତ୍ୱଦେବା ଆବଶ୍ୟକ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri