ଚାଉଳ, ଗହମ ହେର୍‌ଫେର ମାମଲା: ସରପଞ୍ଚଙ୍କ ଗିରଫ ପ୍ରତିବାଦରେ ଭାଜପାର ଶୋଭାଯାତ୍ରା, ଉପଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୧୦ା୩(ଡି.ଏନ.ଏ)- ଚାଉଳ ଓ ଗହମ ହେର୍‌ଫେର ମାମଲାରେ ପୋଲିସ ଭଞ୍ଜନଗର ବ୍ଲକ ମୁଜାଗଡ଼ ସରପଞ୍ଚ ଶିବଶଙ୍କର ପ୍ରଧାନଙ୍କୁ ରବିବାର ଗିରଫ କରି କୋର୍ଟଚାଲାଣ କରିଥିଲା। ଏହାର ପ୍ରତିବାଦରେ ମଙ୍ଗଳବାର ଅପରାହ୍ନରେ ଭାଜପା ପକ୍ଷରୁ ଏକ ଶୋଭାଯାତ୍ରା କରାଯାଇ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଭଞ୍ଜନଗର ଉପଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଶିବଶଙ୍କରଙ୍କୁ ଉଦ୍ଦେଶ୍ୟମୂଳକ ଭାବେ ଗିରଫ କରାଯାଇଛି, ହେର୍‌ଫେର ମାମଲାରେ ସେ ସମ୍ପୃକ୍ତ ନାହାନ୍ତି। ତେଣୁ ତାଙ୍କ ବିରୋଧରେ ହୋଇଥିବା ମାମଲା ତୁରନ୍ତ ପ୍ରତ୍ୟାହାର କରା ନ ଗଲେ ଆଗାମୀ ଦିନରେ ଭାଜପା ଆନ୍ଦୋଳନ କରିବ ବୋଲି ଦାବିପତ୍ରରେ ଦର୍ଶାଯାଇଛି।

ଭାଜପା ବିଧାୟକ ପ୍ରାର୍ଥୀ ପ୍ରଦ୍ୟୁମ୍ନ ନାୟକ, ସନ୍ତୋଷ ତିଆଡ଼ି, ସମିର ନାୟକ, ମାଟିଆ ନାୟକ, ସନ୍ତୋଷ ପାଳ, ଲେଲିନ ରାଉତ, ବେଲଗୁଣ୍ଠାର ବରିଷ୍ଠ ନେତା ରଞ୍ଜନ ରାଉତ, ଅଭିମନ୍ୟୁ ଭୂୟଁା, ବିଷ୍ଣୁ ପ୍ରସାଦ ପ୍ରଧାନ, ମାନସ ଜେନା ପ୍ରମୁଖ ଦାବିପତ୍ର ପ୍ରଦାନ ବେଳେ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ମୁଜାଗଡ଼ ପଞ୍ଚାୟତର ଚାଉଳ ହେର୍‌ଫେର ହୋଇଥିବା ନେଇ ଗତ ଶନିବାର ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଥିଲା। ବିଡିଓଙ୍କ ନିର୍ଦ୍ଦେଶରେ ବ୍ଲକ ଯୋଗାଣ ଅଧିକାରୀ ଘଟଣାର ତଦନ୍ତ କରିବା ପରେ ପ୍ରାୟ ୨ଲକ୍ଷ ଟଙ୍କାର ଗହମ ଓ ଚାଉଳ ହେରଫେର୍‌ ହୋଇଥିବା ଜଣାପଡ଼ିଥିଲା। ଏ ନେଇ ବିଡିଓ ସରପଞ୍ଚ, ପିଇଓ ଏବଂ ଯୋଗାଣ ସହାୟକଙ୍କ ବିରୋଧରେ ଭଞ୍ଜନଗର ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ପୋଲିସ ନଂ. ୯୯/୨୦ରେ ମାମଲା ରୁଜୁ କରି ସରପଞ୍ଚଙ୍କୁ ଗିରଫ କରିଥିବା ବେଳେ ଅନ୍ୟ ଦୁଇ ଅଭିଯୁକ୍ତଙ୍କ ସମ୍ପର୍କରେ ତଦନ୍ତ ଚଳାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଡ଼ାରୀକୁ ରେଳପଥ ସଂଯୋଗ ପାଇଁ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ଏମ୍‌ପି, ଗୋପାଳପୁର-ରାୟଗଡ଼ା…

ଗୁଡ଼ାରୀ,୧୧ା୭(ପ୍ରମୋଦ କୁମାର ପତି): କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା ଗୋପାଳପୁର-ରାୟଗଡ଼ା ପ୍ରସ୍ତାବିତ ନୂତନ ରେଳପଥର ଫାଇନାଲ ଲୋକେଶନ ସର୍ଭେ(FLS)ରେ ସାମାନ୍ୟ ପରିବର୍ତ୍ତନ କରି ଗୁଡ଼ାରୀକୁ ରେଳ ସଂଯୋଗ…

ରାତିଅଧରେ ଏଟିଏମ୍‌ ତାଡ଼ି ଥାର୍‌ ଗାଡ଼ିରେ ବାନ୍ଧି ନେଉଥିଲେ ଦୁର୍ବୃତ୍ତ, ଭୁକିଲା କୁକୁର, ଆଉ ତା’ ପରେ…

ଖଇରା,୧୧ା୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ତୁଡ଼ିଗଡିଆ ବଜାରରେ ଥିବା ଇଣ୍ଡିଆ -୧ ଏଟିଏମ୍‌ ମେଶିନ ତାଡ଼ି ଦୃବୁର୍ତ୍ତମାନେ ଥାର୍‌ ଗାଡ଼ି ପଛରେ ବାନ୍ଧି…

ଗାଧୋଇବାକୁ ଯାଇ ଫେରିଲେନି ଯୁବକ, ପାଣିରୁ ମୃତଦେହ କାଢ଼ି…

ଖଲ୍ଲିକୋଟ,୧୧ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଭେଜିପୁଟ ଗ୍ରାମ ୧୬ ନଂ ଜାତୀୟ ରାଜପଥ କଡ଼ରେ ଥିବା ଦୋଳା ପୋଖରୀରେ ବୁଡ଼ି ଜଣେ…

ବିଦେଶୀ ମଦ ଦୋକାନ ଉପରେ ବୋମାମାଡ଼ କରି ଫେରାର ହୋଇଗଲେ ଦୁର୍ବୃତ୍ତ, ପୁରୁଣା କର୍ମଚାରୀଙ୍କ…

କୋଣାର୍କ,୧୧ା୭(ଜ୍ୟୋତିରାଜ ମହାନ୍ତି): କୋଣାର୍କ ବସ୍‌ଷ୍ଟାଣ୍ଡ ନିକଟରେ ନୂତନ କରି ଖୋଲିଥିବା ବିଦେଶୀ ମଦ ଦୋକାନକୁ ଜଣେ ଦୁର୍ବୃତ୍ତ ଶନିବାର ପୂର୍ବାହ୍ନରେ ତିନୋଟି ବୋମାମାଡ଼ କରି ଫେରାର ହୋଇଯାଇଥିବାବେଳେ…

ପାଠ୍ୟପୁସ୍ତକ ତ୍ରୁଟି: କଡ଼ା ପଦକ୍ଷେପ ନେଲେ ମୁଖ୍ୟମନ୍ତ୍ରୀ, SCERT ନିର୍ଦ୍ଦେଶକଙ୍କୁ ଏଫ୍‌ଆଇଆର୍‌ ଦାୟର କରିବାକୁ କହି…

ଭୁବନେଶ୍ୱର,୧୧ା୭(ସୁନିତ୍‌ ମିଶ୍ର): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏ ସମ୍ପର୍କରେ…

କେଜିରୁ ପିଜି ନାମଲେଖା ଦ୍ୱନ୍ଦ୍ୱ ଦୂର ପାଇଁ ଆସିବ ଏସ୍‌ଓପି: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୧୧।୭: ରାଜ୍ୟରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନା କାର୍ଯ୍ୟକାରୀ ହେବା ପରେ ନାମଲେଖା ପ୍ରକ୍ରିୟାକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଦୂର କରିବା…

ବୁଦାରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ : ହତ୍ୟା ସନ୍ଦେହ

ବିନିକା,୧୦।୭: ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଅଇଁଲାସାରି ଗାଁ ନିକଟ ରାସ୍ତାକଡ଼ରୁ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହେବା ପରେ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ, ଆଉ ୩…

ଝରିଗାଁ,୧୧ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ନୂତନ କୋର୍ଟ ନିକଟରେ ବାଇକ୍‌ ଦୁର୍ଘଟଣା ଯୋଗୁ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ବାଇକ୍‌ରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri