ଚାଉଳ ମିଳିଲା, ଡାଲି ନାହିଁ

ବନ୍ତ,୩।୫(ଡି.ଏନ୍‌.ଏ.) : କରୋନା୍‌ ଲକ୍‌ ଡାଉନ୍‌ ପାଇଁ କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ରାଶନକାର୍ଡଧାରୀଙ୍କୁ ମୁଣ୍ଡ ପିଛା ୫କିଗ୍ରା କରି ୩ ମାସର ୧୫କିଗ୍ରା ଚାଉଳ ସହ ପ୍ରତି କାର୍ଡ ପିଛା ୧ କିଗ୍ରା ଡାଲି ଯୋଗାଇ ଦେବାର ବ୍ୟବସ୍ଥା କରିଛନ୍ତି। ଏପରିସ୍ଥଳେ ଭଦ୍ରକ ଜିଲା ବନ୍ତ ବ୍ଳକରେ ରାଶନକାର୍ଡଧାରୀମାନଙ୍କୁ କେବଳ ଚାଉଳ ମିଳୁଥିବା ବେଳେ ଡାଲି ମିଳିବାରେ ବିଳମ୍ବ ଦେଖାଯାଇଛି । ଉଲ୍ଲେଖଯୋଗ୍ୟ ଯେ, ବନ୍ତ ବ୍ଲକରେ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ୨୬ ହଜାର ୪ ଶହ ୧୬, ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ୫୩୮, ଅନ୍ତ୍ୟୋଦୟ ଯୋଜନାରେ ୪ ହଜାର ୭ ଶହ ୯ ଏବଂ ଏଚ୍‌.ଆର.ଏମ୍‌.ଏସ୍‌ ଯୋଜନାରେ ୪୦ ଜଣ ହିତାଧିକାରୀ ଅନ୍ତର୍ଭୁକ୍ତ ଅଛନ୍ତି। ସମସ୍ତ ହିତାଧିକାରୀଙ୍କୁ ପୂର୍ବରୁ ୩ ମାସର ଚାଉଳ, ଗହମ ପ୍ରଦାନ କରାଯାଇଥିବା ବେଳେ ଏବେ ପି.ଏମ୍‌.ଜି.କେ.ଏ.ୱାଇ ଯୋଜନାରେ ୩ ମାସ ପାଇଁ ଚାଉଳ ପ୍ରଦାନ କରାଯାଇଛି ା ଗତ ଏପ୍ରିଲଠାରୁ ବ୍ଲକର ଗଣିଜାଙ୍ଗ, ଚାରିଗାଁ, ନିଳୋକ, ବନ୍ତ ସମେତ ବିଭିନ୍ନ ପଞ୍ଚାୟତରେ ଏହି ବଣ୍ଟନ ପ୍ରକ୍ରିୟା ଚାଲିଥିବା ବେଳେ ହିତାଧିକାରୀ ମାନଙ୍କୁ ଡାଲି ପ୍ରଦାନ କରାଯାଉ ନ ଥିବା ଦେଖାଯାଇଛି ା ଏସମ୍ପର୍କରେ ବ୍ଲକ ଯୋଗାଣ ଅଧିକାରୀ ଅଶୋକ କୁମାର ବେହେରାଙ୍କୁ ପଚାରିବାରୁ ଡାଲି ଆସିବାରେ ବିଳମ୍ବ ହେଉଥିବାରୁ ଏଭଳି ସମସ୍ୟା ଦେଖାଯାଇଛି ା ପ୍ରଥମ ପର୍ଯ୍ୟାୟରେ ଚାଉଳ ବଣ୍ଟନ ପରେ ପରବର୍ତ୍ତୀ ପର୍ଯ୍ୟାୟରେ ଡାଲି ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri