ଚାକିରି ଦେବା ନଁ।ରେ ଠକେଇ ଘଟଣା: ୨ ଦିନ ରିମାଣ୍ଡରେ ରୋହିତ

ଫୁଲବାଣୀ ଅଫିସ, ୨୬ା୧୦-ଚାକିରି କରାଇ ଦେବା ନାମରେ ଲକ୍ଷାଧିକ ଟଙ୍କା ଠକି ନେଇ ଗିରଫ ହୋଇଥିବା ରେହିତ ବେହେରାଙ୍କୁ ଶୁକ୍ରବାର ଫୁଲବାଣୀ ଟାଉନ ଥାନା ପୋଲିସ ୨ ଦିନିଆ ରିମାଣ୍ଡରେ ନେଇଛି। ସେ କାହାଠୁ କେତେ ଟଙ୍କା ଆଣିଛନ୍ତି, ଏହି ଘଟଣାରେ ଆଉ କିଏ ସମ୍ପୃକ୍ତ ଅଛନ୍ତି ସେ ବିଷୟରେ ପୋଲିସ ଖୋଳତାଡ କରିବ। କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାରେ ଚାକିରି କରାଇ ଦେବାକୁ କହି ଫୁଲବାଣୀସ୍ଥିତ ନାରାୟଣୀ ସାହିର ରୋହିତ ଅନେକ ଶିକ୍ଷିତ ଯୁବକଙ୍କଠାରୁ ଲକ୍ଷାଧିକ ଟଙ୍କା ଠକି ନେଇଥିଲେ। ଏନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ତାଙ୍କୁ ଗିରଫ କରିଥିଲା। ଏହି ର଼୍ୟାକେଟରେ କେତେଜଣ ସରକାରୀ ଅଧିକାରୀ ଓ କର୍ମଚାରୀ ସମ୍ପୃକ୍ତ ଥିବା ବିଶେଷ ସୂତ୍ରରୁ ଜଣାପଡିଛି। ସୂଚନାଯୋଗ୍ୟ, ରୋହିତ ଚାକିରି କରାଇ ଦେବା ନାମରେ ଟଙ୍କା ଠକି ନେଇଥିବା ନେଇ ୧୭ ତାରିଖରେ କିଛି ଲୋକେ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ୧୪୯/୧୯ରେ ମାମଲା ରୁଜୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

ଦାରିଙ୍ଗବାଡି ଶୀତ ମହୋତ୍ସବ: ରାଜ୍ୟର ୪ ମୁଖିଆଙ୍କୁ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର...

ରାଇକଲା ଜଙ୍ଗଲରେ ୧୩ ଟିକିଆ ହାତୀପଲ: ଭୟରେ ଆତଙ୍କିତ ଗ୍ରାମବାସୀ

ଜି.ଉଦୟଗିରି,୨୩।୧୨(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ରେଞ୍ଜ ଲିଙ୍ଗାଗଡ଼ ବନାଞ୍ଚଳ ଅନ୍ତର୍ଗତ ରାଇକଲା ଜଙ୍ଗଲକୁ ୧୩ ଟିକିଆ ହାତୀପଲ ମଙ୍ଗଳବାର ଭୋର ସକାଳୁ ଆସିଥିବା...

କଥା ଦେଲେ ମୁଖ୍ୟମନ୍ତ୍ରୀ, ଦାରିଙ୍ଗବାଡ଼ି ଶୀତ ମହୋତ୍ସବକୁ ଆସିବେ କହିବା ପରେ…

ଦାରିଙ୍ଗବାଡ଼ି,୨୩ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଶୀତ ମହୋତ୍ସବ ପାଳନ ପାଇଁ ଦିନ ଯେତେ ନିକଟତର ହେଉଛି ସେତିକି ଉତ୍ସାହ ଦେଖାଯାଉଛି। ଆସନ୍ତା ୮ରୁ ୧୧...

ବଡ଼ଦିନ ପାଇଁ ଜି.ଉଦୟଗିରିରେ ଫ୍ଲାଗମାର୍ଚ୍ଚ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଜି.ଉଦୟଗିରି,୨୩/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ପର୍ବ ବଡ଼ଦିନ ଖ୍ରୀଷ୍ଟମାସ୍ ଉତ୍ସବ ପାଳନକୁ ଆଉ ଦୁଇ ଦିନ ବାକି ଥିବା ବେଳେ...

କ୍ୟାଡର ମାଓବାଦୀଙ୍କୁ ଧରିବା ପାଇଁ ପୁରସ୍କାର ରାଶି ଘୋଷଣା: ଲାଗିଲା ପୋଷ୍ଟର

ରାଇକିଆ,୨୩।୧୨ (ପ୍ରଦୀପ ବେହେରା): କେନ୍ଦ୍ର ସରକାର ୨୦୨୬ ମାର୍ଚ୍ଚ ସୁଦ୍ଧା ମାଓବାଦୀ ମୁକ୍ତ ପାଇଁ ଲକ୍ଷ୍ୟ ରଖୁଛନ୍ତି। ଏହି ସମୟ ପାଖେଇ ଆସୁଥିବାରୁ ପୋଲିସ ମାଓବାଦୀଙ୍କୁ...

ଭାଜପାର ନୂତନ କମିଟି ଗଠନ: ସୁକାନ୍ତ-ଅଜିତଙ୍କୁ ଗୁରୁଦାୟିତ୍ୱ

ଦାରିଙ୍ଗବାଡି, ୨୩/୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଭାଜପାର ଜିଲାସ୍ତରୀୟ ନୂତନ କମିଟି ଜିଲା ସଭାପତି ପଣ୍ଡିତ ବିଶି ମାଝୀଙ୍କ ନେତୃତ୍ୱରେ ଚୟନ ହୋଇଯାଇଛି। ଜିଲାର...

ଶୀତ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ବାଚସ୍ପତି, ଆଜି ମୁଖ୍ୟମନ୍ତ୍ରୀଙ୍କୁ ଦିଆଯିବ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri