ଚାନ୍ଦପଶି ନିକଟରେ ଦୁଇ ଟ୍ରକ୍‌ ମୁହାଁମୁହିଁ ଧକ୍କା, ଦୁଇ ଚାଳକ ମୃତ

କେନ୍ଦୁଝର,୨।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ବ୍ଲକ ଗୋପାଳପୁର ଚାନ୍ଦପଶି ନିକଟ ୨୦ନଂ ଏନ୍‌ଏଚ୍‌ରେ ଶନିବାର ବିଳମ୍ବିତ ରାତିରେ ଦୁଇଟି ଟ୍ରକ୍‌ ମୁହାଁମୁହିଁ ଧକ୍କା ହେବା ଯୋଗୁ ଦୁଇଜଣ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳିପାରିନାହିଁ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସୂଚନାନୁଯାୟୀ, କେନ୍ଦୁଝରରୁ ଆଇରନ୍‌ ବୋଝେଇ କରି ନେଇ ଯାଉଥିବା ଏକ ଟ୍ରକ୍‌କୁ କେନ୍ଦୁଝରରୁ କୋଇଲା ନେଇ ଆସୁଥିବା ଅନ୍ୟ ଏକ ଟ୍ରକ୍‌ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଦୁଇଜଣ ଚାଳକ ଚାପି ହେବା ଯୋଗୁ ସେମାନଙ୍କର ମୃତ୍ୟୁ ଘଟିଛି। ଏହି ରାସ୍ତାରେ ଶନିବାର ଅନ୍ୟ ଏକ ଦୁର୍ଘଟଣାରେ ୩ଜଣ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ, ଆଉ ୩…

ଝରିଗାଁ,୧୧ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ନୂତନ କୋର୍ଟ ନିକଟରେ ବାଇକ୍‌ ଦୁର୍ଘଟଣା ଯୋଗୁ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ବାଇକ୍‌ରେ ଥିବା…

ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri