Posted inରାଜ୍ୟ

ଚାନ୍ଦପୁର ଗଡ଼ା ନିକଟରେ ଦୁର୍ଘଟଣା: ଅଟୋକୁ ଧକ୍କା ଦେଲା ସଫାରି; ୨ ମୃତ, ୪ ଗୁରୁତର

ରାହାମା,୨୧ା୫(ଡି.ଏନ.ଏ.): କଟକ-ପାରାଦୀପ ରୋଡ୍‌ର କୁଜଙ୍ଗ ଥାନା ଅନ୍ତର୍ଗତ ପଙ୍କପାଳ ପଞ୍ଚାୟତ ଚାନ୍ଦପୁର ଗଡ଼ାଠାରେ ମଙ୍ଗଳବାର ଅପରାହ୍ନ ୫ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଅଟୋକୁ ପଛପଟୁ ଦ୍ରୁତଗତିରେ ଏକ ସଫାରି ଧକ୍କା ଦେବା ଫଳରେ ୨ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪ ଜଣ ଗୁରୁତର ହୋଇଛନ୍ତି। ତେବେ ମୃତାହତଙ୍କ ପରିଚୟ ମିଳିପାରିନାହିଁ। ଆହତମାନଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ସୂଚନା ଅନୁଯାୟୀ, ଭୁବନେଶ୍ୱରର ଏକ ଅଟୋ (ନଂ.ଓଡି୩୩ଇ୮୭୦୪) ପାରାଦୀପ ଆସି ଅପରାହ୍ନରେ ଫେରୁଥିଲା। ବାଟରେ ବିଭିନ୍ନ ସ୍ଥାନରୁ ଅଟୋ ଚାଳକ ଯାତ୍ରୀ ଉଠାଇ ନେଉଥିଲେ। ସେଥିରେ ଚାଳକଙ୍କ ସମେତ ୬ ଜଣ ଥିଲେ। ଏହି ସମୟରେ ଚାନ୍ଦପୁର ଗଡ଼ା ନିକଟରେ ଦ୍ରୁତ ଗତିରେ ଆସୁଥିବା ଏକ ସଫାରି (ନଂ.ଓଆର୦୫ଏଭି୫୬୦୦) ଅଟୋକୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ଅଟୋଟି ପ୍ରାୟ ୨୦ଫୁଟ ଉପରକୁ ଉଠି ତଳେ ପଡି ଚୁରମାର ହୋଇଯାଇଥିଲା। ଘଟଣାସ୍ଥଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟ ୫ଜଣଙ୍କୁ ମଣିଜଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିବା ବେଳେ ସେଠାରେ ଜଣେ ମହିଳାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ୪ ଆହତଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି। ଅନ୍ୟପକ୍ଷରେ ଦୁର୍ଘଟଣା ପରେ ସଫାରିଟି ମଧ୍ୟ ଓଲଟି ପଡିଥିଲା। ସେଥିରେ ଥିବା ୩ଜଣ ଯୁବକଙ୍କୁ ଉଦ୍ଧାର କରି ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଯାଇଛି। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ରାସ୍ତାରୋକୋ କରିବାକୁ ପ୍ରସ୍ତୁତ ହେଉଥିବାବେଳେ କୁଜଙ୍ଗ ଥାନା ଆଇଆଇସି ଦିଲୀପ ସାହୁ ସଦଳବଳ ପହଞ୍ଚତ୍ ପରିସ୍ଥିତି ନିୟନ୍ତ୍ରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ କଲା ନାହିଁ, ନିଜେ ତିଆରି କଲେ ରାସ୍ତା

ଖଡ଼ିଆଳ,୧୭ା୭ (ସୁଜିତ କୁମାର ପ୍ରଧାନ)- ଖଡ଼ିଆଳ ଏନ୍‌ଏସି ୱାର୍ଡ ନଂ.୧୧ ପୁଟୁପଡ଼ା ମୁଖ୍ୟ ରାସ୍ତା ଖାଲଖମାପୂର୍ଣ୍ଣ ରହିଥିଲା। ବର୍ଷା ଦିନରେ ରାସ୍ତା କାଦୁଅ ହେବା ସହ ଖାଲରେ…

ହଠାତ ଲଣ୍ଡନରେ ପହଞ୍ଚିଲେ ରୋହିତଙ୍କ ମା’ବାପା, ଲର୍ଡସ ଦିନିକିଆ ପରେ ସନ୍ନ୍ୟାସ ନିଶ୍ଚିତ!

ନୂଆଦିଲ୍ଲୀ,୧୭।୭: ଭାରତୀୟ କ୍ରିକେଟ ଇତିହାସର ସବୁଠାରୁ ସଫଳ ବ୍ୟାଟରଙ୍କ ମଧ୍ୟରୁ ଅନ୍ୟତମ ରୋହିତ ଶର୍ମାଙ୍କ ପ୍ରଶଂସକଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ଇଂଲଣ୍ଡ ବିପକ୍ଷରେ…

ଦାରିଙ୍ଗବାଡି ଅଞ୍ଚଳରେ ଲଗାଣ ବର୍ଷା: ଏକାଧିକ ସ୍ଥାନରେ ଉପୁଡ଼ିଲା ଗଛ, ସମସ୍ୟା ଘେରରେ…

ଦାରିଙ୍ଗବାଡି, ୧୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗତ ତିନି ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ସମଗ୍ର ଅଞ୍ଚଳ…

ଏନ୍‌ଇଇଟିରେ କ୍ଷୀରୋଦଙ୍କ ସଫଳତା

କଲମପୁର,୧୭ା୭(ଗଣେଶରାମ ବାଗ): କଳାହାଣ୍ଡି ଜିଲା କଲମପୁର ବ୍ଲକ୍‌ ବଲାଗାଁର କ୍ଷୀରୋଦ କାଣ୍ଡ ଏନ୍‌ଇଇଟିରେ ସଫଳତା ହାସଲ କରି ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। ବଲାଗାଁର ତ୍ରିନାଥ କାଣ୍ଡ…

 ଥୁଆମୂଳ ରାମପୁର ବ୍ଲକରେ ଭବ୍ୟ ରଥଯାତ୍ରା: ପ୍ରବଳ ବର୍ଷା ସତ୍ତ୍ୱେ ଶ୍ରଦ୍ଧାଳୁ ଟାଣିଲେ ରଥ

ଥୁଆମୂଳ ରାମପୁର, ୧୭।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସଦର ମହକୁମା ସମେତ ଗୋପୀନାଥପୁର, ମହୁଲପାଟଣା, କର୍ଲାପାଟ ଓ ଗୁଣୁପୁର ଆଦି ସ୍ଥାନରେ…

ଫାଇନାଲ ଦେଖିବାକୁ ଯିବେ ନାହିଁ ଆର୍ଜେଣ୍ଟିିନା ରାଷ୍ଟ୍ରପତି, କାହିଁକି ଜାଣନ୍ତୁ..

ବୁଏନ୍ସ ଏରିଜ, ୧୭ା୭: ଆର୍ଜେଣ୍ଟିନା ରାଷ୍ଟ୍ରପତି ଜାଭିଏର୍‌ ମିଲେଇଙ୍କର ଏକ ଅନ୍ଧବିଶ୍ୱାସ ରହିଛି। ଏଥିପାଇଁ ସେ ରବିବାର ଆର୍ଜେଣ୍ଟିନା ଓ ସ୍ପେନ୍‌ ମଧ୍ୟରେ ଖେଳାଯିବାକୁ ଥିବା ବିଶ୍ୱକପ୍‌…

ରଥଟଣା ବେଳେ ଅଘଟଣ: ଶଳାକୁ ଖଣ୍ଡାରେ ହାଣିଥିବା ଭିଣୋଇଙ୍କୁ ବାନ୍ଧିଲା ପୋଲିସ

ପୁରୁଷୋତ୍ତମପୁର,୧୭।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ଗୁରୁବାର ରଥଟଣା ଚାଲିଥିବା ବେଳେ ପାରିବାରିକ ଶତ୍ରୁତାକୁ କେନ୍ଦ୍ର କରି ଭିଣୋଇ ଟିଟୁ…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖୁସିଖବର: ୩୧ ମାର୍ଚ୍ଚ ୨୦୨୭ ପର୍ଯ୍ୟନ୍ତ ଜେନେରାଲ୍ ଟିକେଟ୍‌ରେ ମିଳିବ ରିହାତି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୧୭।୭: ଭାରତୀୟ ରେଳବାଇ ରେଳ ଯାତ୍ରୀମାନଙ୍କୁ ଆଉ ଏକ ବଡ଼ ଉପହାର ଦେଇଛନ୍ତି। ଅଣ-ସଂରକ୍ଷିତ (Unreserved) ଅର୍ଥାତ୍ ଜେନେରାଲ୍ ଟିକେଟ୍ ବୁକିଂ ଉପରେ ମିଳୁଥିବା ୩% ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri