Posted inରାଜ୍ୟ

ଚାନ୍ଦପୁର ଗଡ଼ା ନିକଟରେ ଦୁର୍ଘଟଣା: ଅଟୋକୁ ଧକ୍କା ଦେଲା ସଫାରି; ୨ ମୃତ, ୪ ଗୁରୁତର

ରାହାମା,୨୧ା୫(ଡି.ଏନ.ଏ.): କଟକ-ପାରାଦୀପ ରୋଡ୍‌ର କୁଜଙ୍ଗ ଥାନା ଅନ୍ତର୍ଗତ ପଙ୍କପାଳ ପଞ୍ଚାୟତ ଚାନ୍ଦପୁର ଗଡ଼ାଠାରେ ମଙ୍ଗଳବାର ଅପରାହ୍ନ ୫ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଅଟୋକୁ ପଛପଟୁ ଦ୍ରୁତଗତିରେ ଏକ ସଫାରି ଧକ୍କା ଦେବା ଫଳରେ ୨ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪ ଜଣ ଗୁରୁତର ହୋଇଛନ୍ତି। ତେବେ ମୃତାହତଙ୍କ ପରିଚୟ ମିଳିପାରିନାହିଁ। ଆହତମାନଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ସୂଚନା ଅନୁଯାୟୀ, ଭୁବନେଶ୍ୱରର ଏକ ଅଟୋ (ନଂ.ଓଡି୩୩ଇ୮୭୦୪) ପାରାଦୀପ ଆସି ଅପରାହ୍ନରେ ଫେରୁଥିଲା। ବାଟରେ ବିଭିନ୍ନ ସ୍ଥାନରୁ ଅଟୋ ଚାଳକ ଯାତ୍ରୀ ଉଠାଇ ନେଉଥିଲେ। ସେଥିରେ ଚାଳକଙ୍କ ସମେତ ୬ ଜଣ ଥିଲେ। ଏହି ସମୟରେ ଚାନ୍ଦପୁର ଗଡ଼ା ନିକଟରେ ଦ୍ରୁତ ଗତିରେ ଆସୁଥିବା ଏକ ସଫାରି (ନଂ.ଓଆର୦୫ଏଭି୫୬୦୦) ଅଟୋକୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ଅଟୋଟି ପ୍ରାୟ ୨୦ଫୁଟ ଉପରକୁ ଉଠି ତଳେ ପଡି ଚୁରମାର ହୋଇଯାଇଥିଲା। ଘଟଣାସ୍ଥଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟ ୫ଜଣଙ୍କୁ ମଣିଜଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିବା ବେଳେ ସେଠାରେ ଜଣେ ମହିଳାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ୪ ଆହତଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି। ଅନ୍ୟପକ୍ଷରେ ଦୁର୍ଘଟଣା ପରେ ସଫାରିଟି ମଧ୍ୟ ଓଲଟି ପଡିଥିଲା। ସେଥିରେ ଥିବା ୩ଜଣ ଯୁବକଙ୍କୁ ଉଦ୍ଧାର କରି ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଯାଇଛି। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ରାସ୍ତାରୋକୋ କରିବାକୁ ପ୍ରସ୍ତୁତ ହେଉଥିବାବେଳେ କୁଜଙ୍ଗ ଥାନା ଆଇଆଇସି ଦିଲୀପ ସାହୁ ସଦଳବଳ ପହଞ୍ଚତ୍ ପରିସ୍ଥିତି ନିୟନ୍ତ୍ରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଶ୍ରୁତି ପୂରଣ କଲାନି ଏସ୍‌ଆର୍‌ ଷ୍ଟିଲ୍‌ କମ୍ପାନୀ, ଅନଶନରେ ବସିଲେ ବଡକାଳୀମାଟି ଗ୍ରାମବାସୀ

ଚମ୍ପୁଆ ୧୮ା୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡର ଦୁବୁନାଠାରେ ଥିବା ଏସ୍‌ଆର୍‌ ଷ୍ଟିଲ୍‌ କମ୍ପାନୀ ଦେଇଥିବା ପ୍ରତିଶ୍ରୁତି ପୂରଣ ନ କରିବାରୁ ବଡକାଳୀମାଟି ଗ୍ରାମବାସୀ ଚମ୍ପୁଆ ଉପଜିଲାପାଳ...

ସ୍ବାମୀଙ୍କ ଚାପୁଡ଼ାରେ ସ୍ତ୍ରୀଙ୍କ ଜୀବନ ଗଲା: ୩ ଦିନ ପରେ ମାଟିତଳୁ ଉଦ୍ଧାର ହେଲା ମୃତଦେହ

ସବଡେଗା,୨୯।୧୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ତଲସରା ଥାନା ଅଧୀନ ସବଡ଼େଗା ରୁନିପଡ଼ାରେ ସ୍ବାମୀଙ୍କ ଚାପୁଡ଼ାରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିିଛି। ଘଟଣାର ୩ ଦିନ ପରେ ପୋଲିସ ମଙ୍ଗଳବାର...

ପହଞ୍ଚିଲା କଳ୍ପନାଙ୍କ ମରଶରୀର

ଭୁବନେଶ୍ୱର,୨ା୬(ସ୍ପୋଟର୍‌ସ ବ୍ୟୁରୋ)- ଓଡ଼ିଶାର ପ୍ରଥମ ଏଭରେଷ୍ଟ ପର୍ବତ ଆରୋହଣକାରୀ କଳ୍ପନା ଦାସଙ୍କ ମରଶରୀର ଏଠାରେ ପହଞ୍ଚିଛି। ଶନିବାର ତାଙ୍କ ମରଶରୀରକୁ କାଠମାଣ୍ଡୁରୁ ନୂଆଦିଲ୍ଲୀ ଅଣାଯାଇଥିଲା। ବିମାନ...

ଜେଲରୁ ମୁକୁଳିଲେ ୨୯୬୩ କଏଦୀ

ଭୁବନେଶ୍ୱର,୧୧ା୪ (ବ୍ୟୁରୋ): ଜେଲ୍‌ ବିଭାଗକୁ ଘାରିଛି କରୋନା ଭୟ। ଏପଟେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସାମାଜିକ ଦୂରତ୍ୱ ରକ୍ଷା ଓ ସଂକ୍ରମଣ ଏଡ଼ାଇବା ପାଇଁ ରାଜ୍ୟର ବିଭିନ୍ନ...

ଦୁର୍ଦ୍ଦାନ୍ତ ଅପରାଧୀ କିଶୋର କୁମାର ଗିରଫ

ଭୁବନେଶ୍ୱର,୧୧।୨(ବ୍ୟୁରୋ): ଚଣ୍ଡିଖୋଲ ବଜାରରେ ଏକ ହତ୍ୟା ମାମଲାରେ ଫେରାର ଥିବା ଜଣେ ହାର୍ଡକୋର୍‌ ଅପରାଧୀଙ୍କୁ ଗୁରୁବାର କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ୭ ବର୍ଷ...

ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲରେ ‘ଦେବଦୂତ’

ଭୁବନେଶ୍ୱର, ୨୨ା୭(ବ୍ୟୁରୋ): ଈଶା ଭିଜନ ବ୍ୟାନରରେ ପ୍ରସ୍ତୁତ କ୍ଷୁଦ୍ର ଚଳଚ୍ଚିତ୍ର ‘ଦେବଦୂତ’ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ପ୍ରଶଂସା ସାଉଁଟିଛି। ମହାରାଷ୍ଟ୍ରର ଔରଙ୍ଗାବାଦ ସହରରେ ଅନୁଷ୍ଠିତ ରୋଷନି...

ଆଇଏଫ୍‌ଏଫ୍‌ଏମ୍‌ରେ ପ୍ରଦର୍ଶିତ ହେବ ‘କାଲିର ଅତୀତ’

ଭୁବନେଶ୍ୱର,୧୩ା୮(ବ୍ୟୁରୋ): ପଦ୍ମଶ୍ରୀ ଓ ଜାତୀୟ ପୁରସ୍କାର ବିଜେତା ଫିଲ୍ମ ନିର୍ଦ୍ଦେଶକ ନୀଳ ମାଧବ ପଣ୍ଡାଙ୍କ ଓଡ଼ିଆ ଚଳଚ୍ଚିତ୍ର ‘କାଲିର ଅତୀତ’ ଇଣ୍ଡିଆନ୍‌ ଫିଲ୍ମ ଫେଷ୍ଟିଭାଲ୍‌ ଅଫ୍‌...

୩ ଦିନ ପ୍ରବଳ ବର୍ଷିବ: ଦକ୍ଷିଣ ଓଡ଼ିଶାରେ ବନ୍ୟା ହେବାର ଆଶଙ୍କା

ଭୁବନେଶ୍ୱର,୯। ୮(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୩ ଦିନ ଯାଏ ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ...

Advertisement
Archives

Model This Week