ଚାନ୍ଦିପୁର ବେଳାଭୂମି ସଫେଇ: ଜିଲାପାଳଙ୍କ ନେତୃତ୍ୱରେ ସାମିଲ ହେଲେ ଛାତ୍ରୀଛାତ୍ର

ବାଲେଶ୍ୱର ଅଫିସ,୨୨।୧୨-ବାଲେଶ୍ୱର ଜିଲା ଚାନ୍ଦିପୁର ସ୍ବର୍ଣ୍ଣିମ ବେଳାଭୂମିରେ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ନେତୃତ୍ୱରେ ଜିଲା ପ୍ରଶାସନ ଓ ହୋଟେଲ ଆସୋସିଏଶନର ମିଳିତ ଆନୁକୂଲ୍ୟରେ ଏକ ମେଗା ସଫେଇ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସହର ସମେତ ସ୍ଥାନୀୟ ବିଦ୍ୟାଳୟଗୁଡ଼ିକର ପ୍ରାୟ ୧ହଜାର ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିଲେ। ସେମାନଙ୍କ ସହ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟା, କ୍ରୀଡ଼ା ଛାତ୍ରାବାସ, ଦୀନଦୟାଲ ଗ୍ରାମୀଣ କୌଶଳ କେନ୍ଦ୍ରର ଛାତ୍ରୀଛାତ୍ର, ସ୍ବେଚ୍ଛାସେବୀ ସଙ୍ଗଠନ ବାଲେଶ୍ୱର ସାମାଜିକ ସେବା ସମିତିର ସଦସ୍ୟାସଦସ୍ୟଗଣ କାର୍ଯ୍ୟକ୍ରମରେ ସାମିଲ ହୋଇ ସଫେଇ କରିଥିଲେ।
ଛାତ୍ରୀଛାତ୍ରମାନଙ୍କୁ ସଫେଇ ସକାଶେ ହାତରେ ଗ୍ଲୋଭସ୍‌ ଲଗାଇ ପରିତ୍ୟକ୍ତ ବସ୍ତୁ ଉଠାଇବାକୁ ସଫେଇ ପୂର୍ବରୁ କୁହାଯାଇଥିଲା। କାର୍ଯ୍ୟକ୍ରମରେ ନିୟୋଜିତ ପ୍ରାୟ ୨୦ଜଣ କ୍ରୀଡ଼ା ଶିକ୍ଷକ ୧୦ଟି ଦଳରେ ଛାତ୍ରୀଛାତ୍ରଙ୍କୁ ବିଭକ୍ତ କରି ବେଳାଭୂମିରେ ବୁଲି ଜରି, କାଗଜ, ଶୋଲ, ପ୍ଲାଷ୍ଟିକ ପାଉଚ୍‌ ଖୋଳ, ପଇଡ଼ ଖୋଳ, ଥର୍ମୋକୁଲ, ଛିଣ୍ଡା ମାଛଧରା ଜାଲ, କାଠିକୁଟା ଆଦିକୁ ସଫେଇ କରି ଏକ ସ୍ଥାନରେ ଜମା କରିଥିଲେ। କାର୍ଯ୍ୟରେ ସହଯୋଗ ପାଇଁ ଦୁଇଟି ଟ୍ରାକ୍ଟର ଏବଂ ଗୋଟିଏ ଜେସିବିକୁ କାର୍ଯ୍ୟରେ ଲଗାଯାଇଥିଲା। ଏସବୁ କାର୍ଯ୍ୟକୁ ତଦାରଖ ପାଇଁ ଜିଲାପାଳଙ୍କ ସମେତ ଏସ୍‌ପି ବି. ଯୁଗଳ କିଶୋର, ଜିଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ରାମଚନ୍ଦ୍ର ଜେନା, ଅତିରିକ୍ତ ଜିଲାପାଳ ସମ୍ବିତ ନାୟକ, ଜିଲା ଶିକ୍ଷାଧିକାରୀ ପ୍ରମୋଦ କୁମାର ଷଡ଼ଙ୍ଗୀ, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୁବାଷ ନିଆଲ, ଜିଲା ମଙ୍ଗଳ ଅଧିକାରୀ ରାଜୀବଲୋଚନ ସାହୁ, ଜିଲା କ୍ରୀଡ଼ାଧିକାରୀ ପୂର୍ଣ୍ଣଚନ୍ଦ୍ର ଜେନା, ଜିଲା ପର୍ଯ୍ୟଟନ ଅଧିକାରୀ ଗଗନ କୁମାର ସାହୁ, ଜିଲା ଅବକାରୀ ଅଧୀକ୍ଷକ ବିବେକାନନ୍ଦ ନାୟକ, ଜିଲା ପ୍ରକଳ୍ପ ସଂଯୋଜକ, ସର୍ବଶିକ୍ଷା ଅଭିଯାନ ସୁରେନ୍ଦ୍ର ପ୍ରସାଦ ଶଙ୍ଖୁଆଙ୍କ ସମେତ ହୋଟେଲ ଆସୋସିଏଶନ ତରଫରୁ ବିପ୍ଳବ ମହାନ୍ତି, ଉଜ୍ଜ୍ୱଳ ମହାନ୍ତି ପ୍ରମୁଖ ଛାତ୍ରୀଛାତ୍ରଙ୍କୁ ଗାଇଡ଼ କରିଥିଲେ। ସଫେଇରେ ସଂଗୃହୀତ ବର୍ଜ୍ୟବସ୍ତୁକୁ ଗୋଟିଏ ସ୍ଥାନରେ ସଂଗ୍ରହ କରି ପରେ ତାକୁ ନିଆଁରେ ପୋଡ଼ି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri