Posted inଖେଳ

ଚାପର ମୁକାବିଲା କରିବାରେ ରୋହିତ ସିଦ୍ଧହସ୍ତ: ଲକ୍ଷ୍ମଣ

ନୂଆଦିଲ୍ଲୀ,୨୯।୫(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଭାରତୀୟ ଓପନର ରୋହିତ ଶର୍ମା ନିଜକୁ ଜଣେ ସଫଳ ଅଧିନାୟକ ଭାବେ ଗଢି ତୋଳିଛନ୍ତି। ଚାପକୁ ମୁକାବିଲା କରିବାରରେ ରୋହିତ ବେଶ୍‌ ସଫଳ। ଏଥିପାଇଁ ସେ ଆଇପିଏଲ୍‌ର ସଫଳତମ ଅଧିନାୟକ ହୋଇପାରିଛନ୍ତି ବୋଲି ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ରୋହିତ ଶର୍ମା କହିଛନ୍ତି। କଷ୍ଟକର ପରିସ୍ଥିତିରେ ଓ ଚାପରେ ସେ ବେଶ୍‌ ଶାନ୍ତ ରହିଥାନ୍ତି। ମୁମ୍ବାଇ ଇଣ୍ଡିଆନ୍ସର ନେତୃତ୍ୱ ନେଇ ୩୩ ବର୍ଷୀୟ ରୋହିତଙ୍କ ୪ଥର ଆଇପିଏଲ୍‌ ଟାଇଟଲ ଅର୍ଜନ କରିଛନ୍ତି। ଏହି କ୍ରମରେ ସେ ମହେନ୍ଦ୍ର ସିଂ ଧୋନୀଙ୍କଠାରୁ ଗୋଟିଏ ପାଦ ଆଗରେ ରହିଛନ୍ତି। ଚେନ୍ନାଇ ସୁପର କିଙ୍ଗ୍ସର ନେତୃତ୍ୱ ନେଇ ଧୋନୀ ୩ଥର ଆଇପିଏଲ୍‌ ଟାଇଟଲ ଜିତିଛନ୍ତି।
ରୋହିତ ପ୍ରଥମେ ଡେକାନ ଚାର୍ଜର୍ସ ତରଫରୁ ଆଇପିଏଲ୍‌ ଖେଳିଥିଲେ। ସେବେଠାରୁ ସେ ନିଜକୁ ଜଣେ ଉଚ୍ଚକୋଟୀର ବ୍ୟାଟ୍ସମ୍ୟାନ ଓ ଅଧିନାୟକ ରୂପେ ଗଢି ତୋଳିଛନ୍ତି ବୋଲି ଲକ୍ଷ୍ମଣ କହିଛନ୍ତି। ଆଇପିଏଲ୍‌ ଇତିହାସରେ ରୋହିତ ତୃତୀୟ ସର୍ବାଧିକ ରନ୍‌ ସଂଗ୍ରହକାରୀ ବ୍ୟାଟ୍ସମ୍ୟାନ ସାବ୍ୟସ୍ତ ହୋଇଛନ୍ତି। ସେ ୧୮୮ଟି ମ୍ୟାଚ୍‌ ଖେଳି ୩୧.୬୦ ରନ ହାରରେ ୪୮୯୮ ରନ ସଂଗ୍ରହ କରିଛନ୍ତି। ଅପରାଜିତ ୧୦୯ ରନ ହେଉଛି ତାଙ୍କର ସର୍ବାଧିକ ବ୍ୟକ୍ତିଗତ ସ୍କୋର। ପ୍ରତ୍ୟେକ ମ୍ୟାଚ୍‌ ଖେଳିବା ସହ ସେ ତାଙ୍କ ଆତ୍ମବିଶ୍ୱାସ ବୃଦ୍ଧି କରିବାରେ ସଫଳ ହୋଇଛନ୍ତି। ତେବେ ସବୁଠାରୁ ବଡ଼ କଥା ହେଉଛି ସେ ଚାପକୁ ଅତି ସୁନ୍ଦର ଭାବେ ସମ୍ମୁଖୀନ ହୋଇଥାନ୍ତି। ଏହି ନିଶ୍ଚିତ ଭାବେ ଶିକ୍ଷଣୀୟ। ଚାପରେ ସେ ଆହୁରି ଅଧିକ ପ୍ରଭାବୀ ବ୍ୟାଟିଂ ପ୍ରଦର୍ଶନ କରିଥାନ୍ତି ଓ ଦଳକୁ ବିଜୟ ପ୍ରଦାନ କରିବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥାନ୍ତି। ଏ ନେଇ ଏକାଧିକ ଉଦାହରଣ ରହିଛି। ଏଥିପାଇଁ ସେ ଆଇପିଏଲ୍‌ ଇତିହାସରେ ସଫଳତମ ଅଧିନାୟକ ହୋଇପାରିଛନ୍ତି ବୋଲି ଲକ୍ଷ୍ମଣ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

୩୬ ଘଣ୍ଟାରେ ଜ୍ଞାନେଶ କୁମାରଙ୍କୁ ୩ ବଡ଼ ଆଶ୍ୱସ୍ତି, ନୀରବ ରହି ମଜବୁତ କଲେ ନିଜ ସ୍ଥିତି

ନୂଆଦିଲ୍ଲୀ,୨୮।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଗତ କିଛି ଦିନ ହେବ ରାଜନୀତି ସରଗରମ ରହିଛି। ସେପ୍ଟେମ୍ବର ୨୩ରେ ପ୍ରକାଶିତ ଏକ ରିପୋର୍ଟରେ…

କଲେଜ ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଯୁବକ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକରେ ସୋମବାର ସନ୍ଦେହ ଜନକ ଭାବେ ଠିଆ ହୋଇଥିବା ଜଣେ ଯୁବକଙ୍କ କଲେଜ ବ୍ୟାଗକୁ ପୋଲିସ ଯାଞ୍ଚ…

ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ

ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?