ଚାରିଛକ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଘଟଣ: ରୋଗୀଙ୍କ ଉପରେ ପଡ଼ିଲା କଂକ୍ରିଟ୍‌ ଖଣ୍ଡ, ୩ ଆହତ

ନିମାପଡ଼ା,୧୨ା୧(ଡି.ଏନ୍‌.ଏ.): ନିମାପଡ଼ା ବ୍ଲକ ଅନ୍ତର୍ଗତ ଚାରିଛକ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ମହିଳା ଓ୍ବାର୍ଡର ଛାତରୁ କଂକ୍ରିଟ୍‌ ଖଣ୍ଡ ଖସିପଡ଼ିବା ଯୋଗୁ ୨ ଜଣ ମହିଳା ରୋଗୀଙ୍କ ସହ ୩ ଜଣ ଆହତ ହୋଇଛନ୍ତି। ଆହତମାନେ ହେଲେ ବାହାରେଣା ଗ୍ରାମର ମୁନି ବିବି, ମେହେବୁନ୍‌ ବିବି ଏବଂ ଇଫ୍‌ତେଶ୍ୟାମ ବିବି। ଗୁରୁତ୍ୱପୂର୍ଣ୍ଣ ବିଷୟ ହେଲା ଜଣେ ୫ଦିନର ଶିଶୁ ଏହି ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ପ୍ରସୂତି ଏବଂ ସେମାନଙ୍କ ଆଟେଣ୍ଡାଣ୍ଟ ଶୋଇଥିବା ବେଳେ ହଠାତ୍‌ ଛାତରୁ କଂକ୍ରିଟ ଖଣ୍ଡ ଖସିପଡିଥିଲା। ଓ୍ବାର୍ଡରେ ଚିକିତ୍ସିତ ହେଉଥିବା ରଶ୍ମିତା ମୁଦୁଲି, ରୀତାଞ୍ଜଳି ନାୟକ ଏବଂ ବର୍ଷା ଭୋଇ ପ୍ରମୁଖ ଘଟଣାକୁ ନେଇ ଭୟଭୀତ ଥିବା କହିଛନ୍ତି । ତେବେ ଏହା ପ୍ରଥମ ଘଟଣା ନୁହଁ, ପୂର୍ବରୁ ମଧ୍ୟ ବହୁଥର ଛାତରୁ ସିମେଣ୍ଟ ଖଣ୍ଡ ଖସିଛି । ଏ ନେଇ ଚିକିତ୍ସା ଦାୟିତ୍ୱରେ ଥିବା ଡା.ସୁକାନ୍ତ କୁମାର ଜେନା କୁହନ୍ତି, ସିମେଣ୍ଟ ଖଣ୍ଡ ଖସିପଡ଼ିବା ଯୋଗୁ ଦୁଇ ଜଣ ମହିଳା ସାମାନ୍ୟ ଆହତ ହୋଇଛନ୍ତି। ସେମାନଙ୍କୁ ଅନ୍ୟ ରୁମ୍‌କୁ ସ୍ଥାନାନ୍ତର କରାଯାଇଥିବା ସେ କହିଛନ୍ତି । ଅଞ୍ଚଳର ଶହଶହ ରୋଗୀ ଏହି ଡାକ୍ତରଖାନା ଉପରେ ନିର୍ଭର କରୁଛନ୍ତି। ବାରମ୍ବାର ଦୁର୍ଘଟଣା ଘଟୁଥିବା ଫଳରେ ରୋଗୀମାନେ ଭୟରେ ରହୁଛନ୍ତି । ଏଠାରେ ଚିକିତ୍ସିତ ହେବାକୁ ସୁରକ୍ଷିତ ମଣୁନାହାନ୍ତି। ସ୍ବାସ୍ଥ୍ୟସେବା ଦିଗରେ ରାଜ୍ୟ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ୫-ଟି ମଧ୍ୟ ଲାଗୁ ହୋଇଛି । କିନ୍ତୁ ଚାରିଛକ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏହାର ସୁଫଳ ପହଞ୍ଚିପାରୁନି। ତୁରନ୍ତ ଅସୁରକ୍ଷିତ କୋଠାଗୁଡ଼ିକର ମରାମତି ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ଦାବି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ଲହରୀ’ ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ

ଭୁବନେଶ୍ୱର,୧୯।୭ (ସୌମ୍ୟରଞ୍ଜନ ରାଉତ): ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ୨୦୨୪ ବର୍ଷ ପାଇଁ ଶନିବାର ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ‘ଲହରୀ’ ଶ୍ରେଷ୍ଠ…

ଆଡ଼ପମଣ୍ଡପରେ ଦାରୁଦିଅଁ: ଆଜିଠୁ ଭକ୍ତ ପାଇବେ ଆଡ଼ପ ଅବଢ଼ା

ପୁରୀ,୧୯।୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ରଥାରୂଢ଼ ହୋଇ ରତ୍ନସିଂହାସନ ଛାଡ଼ି ନବଦିନ ଯାତ୍ରାରେ ଆସି…

ଜଗା ମଥାରେ ଝଟକିଲା ଟାହିଆ, ଜନ୍ମବେଦିକୁ ବିଜେ କଲେ ମହାପ୍ରଭୁ

ପୁରୀ,୧୮।୭: ମହାପ୍ରଭୁ ଜଗନ୍ନାଥଙ୍କ ମଥାରେ ଝଟକିଲା ଟାହିଆ। ଆଡ଼ପ ବିଜେରେ ମହାପ୍ରଭୁ ମସ୍ତକରେ ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ ମଣ୍ଡିତ ହୋଇ ଭକ୍ତଜନଙ୍କୁ…

ବୀରଗୋବିନ୍ଦପୁର ନିକଟରେ ଅଜଣା କାର୍ ଧକ୍କା ଯୁବକଙ୍କ ମୃତ୍ୟୁ; ୩ ଘଣ୍ଟା ଧରି ଜାତୀୟ ରାଜପଥ ଅବରୋଧ

ବଞ୍ଚୋ, ୧୮।୭(ପ୍ରଦୋଷ ବିଶ୍ୱାଳ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ ବୀରଗୋବିନ୍ଦପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ…

ପ୍ରତିଦିନ ୮ ଘଣ୍ଟାର ଅଧ୍ୟବସାୟ: ଦ୍ୱିତୀୟ ପ୍ରୟାସରେ ନିଟ୍‌ରେ ସଫଳ ହେଲେ ଚିନ୍ମୟନନ୍ଦ

ଅମରପାଲି, ୧୮।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ମହଦା ଗ୍ରାମ ପଞ୍ଚାୟତର ତିକୁଡ଼ା ଗ୍ରାମର ପ୍ରତିଭାବାନ ଛାତ୍ର ଚିନ୍ମୟନନ୍ଦ ମିଶ୍ର ଚଳିତ ବର୍ଷର ନିଟ୍…

ମସ୍ତିଷ୍କ ରୋଗରେ ଆକ୍ରାନ୍ତ ଯୁବକଙ୍କୁ ଭେଟିଲେ ବିଜେଡି ପ୍ରତିନିଧି ଦଳ, କଲେ ଆର୍ଥିକ ସହାୟତା

ଗଞ୍ଜାମ, ୧୮।୭(ବିଦ୍ୟାଧର ସାହୁ ):ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଦ୍ୟାଧର ପଲାଇ ବର୍ତ୍ତମାନ ଏକ ଗୁରୁତର ମସ୍ତିଷ୍କ ରୋଗରେ ପୀଡିତ ହୋଇ ଚିକିତ୍ସାଧୀନ ଥିବା ଜଣାପଡିଛି।…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଘର ଛାତରୁ ଖସି ପଡ଼ିଲେ ମହିଳା: ଗୁରୁତର ଅବସ୍ଥାରେ ବ୍ରହ୍ମପୁର…

ଦିଗପହଣ୍ଡି, ୧୮।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ପଞ୍ଚାୟତ ବରମୁଣ୍ଡୁଳି ଗ୍ରାମରେ ଶନିବାର ସକାଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ଘର…

ପ୍ରେରଣାର ଉତ୍ସ ଯୁବ ସ୍ୱେଚ୍ଛାସେବୀ: ଜନ୍ମଦିନରେ ମୃତ୍ୟୁଞ୍ଜୟଙ୍କ ରକ୍ତଦାନ ଓ ବୃକ୍ଷରୋପଣ

ହାଟଡିହୀ, ୧୮।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡ଼ରମ୍ପାସ ଗ୍ରାମର ଯୁବ ସ୍ୱେଚ୍ଛାସେବୀ ମୃତ୍ୟୁଞ୍ଜୟ ବେହେରା ନିଜ ଜନ୍ମଦିନକୁ ଅତ୍ୟନ୍ତ ନିଆରା ଓ ପ୍ରେରଣାଦାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri