ଚାଲାଣ ବେଳେ ଓରକେଲ ପୋଲିସର ଚଢ଼ାଉ: ୮୪ ବସ୍ତା ଗଞ୍ଜେଇ ଜବତ, ୧୧ ଗିରଫ

କୋରୁକୋଣ୍ଡା,୨୧ା୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଓରକେଲ ଥାନା ସୋରଲୁକୋଣ୍ଡାଠାରୁ ଏମ୍‌ଭି ୫୧ ମୁଖ୍ୟ ରାସ୍ତାରୁ ସୋମବାର ରାତିରେ ପୋଲିସ ୮୪ଟି ବସ୍ତାରେ ଥିବା ୧,୬୯୨ କିଲୋ ୬୦୦ ଗ୍ରାମ ଗଞ୍ଜେଇ ଜବତ କରିଛି। ଘଟଣାରେ ସମ୍ପୃକ୍ତ ୧୧ଜଣଙ୍କୁ ଗିରଫ କରାଯାଇଛି। ତେବେ ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୩୪ ଲକ୍ଷ ଟଙ୍କା ହେବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି। ଉକ୍ତ ଗଞ୍ଜେଇ ଚିତ୍ରକୋଣ୍ଡା ଅଞ୍ଚଳର ପୁରୁଣାପାଣିଠାରୁ କୋଟପାଡ଼କୁ ନିଆଯାଉଥିବା ତଦନ୍ତକାରୀ ଅଧିକାରୀ କୃଷ୍ଣା କୁମାରୀ ପ୍ରଧାନ ସୂଚନା ଦେଇଛନ୍ତି। ଗିରଫ ଅଭିଯୁକ୍ତମାନେ ହେଲେ ଶ୍ରୀଧର ହରିଜନ, ହରିରାମ ଗଣ୍ଡ, ସଦାଶିବ ହରିଜନ, ଧନୁର୍ଜୟ ସାକ୍ରା, ପଦ୍ମନ ହରିଜନ, ମନବୋଲା ରନ୍ଧାରୀ, ସୋମନାଥ ଅମୈତ, ବଳରାମ ଗୌଡ଼, ବୁଟି ଅମୈତ, ପଦ୍ମନାଭ କୋଡ଼ି ଏବଂ ମଙ୍ଗଳା ଦିଶାରୀ। ଏମାନଙ୍କ ମଧ୍ୟରୁ କିଛି ପଡ଼ୋଶୀ ରାଜ୍ୟ ଛତିଶଗଡ଼ ଜଗଦଲପୁରର ହୋଇଥିବା ବେଳେ ଅନ୍ୟମାନେ କୋରାପୁଟ ଏବଂ ନବରଙ୍ଗପୁରର ହୋଇଥିବା ପୋଲିସ ସୂଚନା ଦେଇଛି। ମଙ୍ଗଳବାର କେସ୍‌ (ନଂ.୧୩/୨୦)ରେ ମାମଲା ରୁଜୁ କରି ପୋଲିସ କୋର୍ଟଚାଲାଣ କରିଥିବା ଓରକେଲ ଥାନାଧିକାରୀ ଜଗଦୀଶ ବାରା ସୂଚନା ଦେଇଛନ୍ତି।

ସୂଚନାନୁଯାୟୀ, ବିଶେଷ ସୂତ୍ରରୁ ଖବର ପାଇ ଚିତ୍ରକୋଣ୍ଡା ଏସ୍‌ଡିପିଓ ସୁନାରାମ ହେମ୍ବ୍ରମଙ୍କ ନିର୍ଦ୍ଦେଶକ୍ରମେ ଥାନାଧିକାରୀ ଜଗଦୀଶ ବାରା ୧୨ ଜଣିଆ ଟିମ୍‌ ଗଠନ କରି ଉକ୍ତ ରାସ୍ତାରେ ଜଗି ରହିଥିଲେ। ରାତି ପ୍ରାୟ ୧୧ଟା ପରେ ପାଖାପାଖି ୪୩ ଜଣ ଭାରରେ ଗଞ୍ଜେଇ ବୋହି ନେଉଥିବା ଦେଖିଥିଲେ। ତେବେ ସେମାନଙ୍କୁ ଅଟକାଇବାରୁ ସମସ୍ତେ ନିଜ ଗଞ୍ଜେଇ ବସ୍ତାକୁ ଛାଡ଼ି ଲୁଚି ପଳାଇବାକୁ ଉଦ୍ୟମ କରିଥିଲେ। ସେମାନଙ୍କ ମଧ୍ୟରୁ ପୋଲିସ ମାତ୍ର ୧୧ ଜଣଙ୍କୁ ଧରିବାରେ ସଫଳ ହୋଇଥିବା ବେଳେ ଆଉ ୩୨ ଜଣ ଲୁଚି ପଳାଇଥିବା ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ପରିବେଶ ସୁରକ୍ଷା ପ୍ରତି ଧ୍ୟାନ ଦେବା ଜରୁରୀ: ଏନଏସଏସ ସ୍ବେଚ୍ଛାସେବୀଙ୍କ ଦ୍ୱାରା ମେଗା ଚାରାରୋପଣ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା କୋ ୟୁନିଟ ଏବଂ ମହିଳା ଶାଖା ପକ୍ଷରୁ ମଙ୍ଗଳବାର କଲେଜ ପରିସରରେ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ଆଳି ବ୍ରାହ୍ମଣୀ ନଦୀରେ ଭାସୁଛି ବିରାଟକାୟ କୁମ୍ଭୀର, ଆତଙ୍କିତ ସ୍ଥାନୀୟ ଲୋକେ

ପଟ୍ଟାମୁଣ୍ଡାଇ,୭।୭(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଳି ଦେଇ ବହିଯାଇଥିବା ବ୍ରାହ୍ମଣୀ ନଦୀର ପତ୍ରପୁର ସେତୁ ନିକଟରେ ଏକ ବିରାଟକାୟ ବଉଳା କୁମ୍ଭୀର ଭାସୁଥିବା ଦେଖିବାକୁ ମିଳିଛି…

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri