ଚାଲିଛି ମହାପ୍ରଭୁଙ୍କ ଗୁପ୍ତ ସେବା: ପୂଜା ପାଇଲେ ପଟି ଦିଅଁ

ପୁରୀ ଅଫିସ,୭।୬: ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନବେଦୀରେ ୧୦୮ଗଡୁ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ପିଣ୍ଡିରେ ଚାଲିଛି ଦାରୁବିଗ୍ରହଙ୍କ ଗୁପ୍ତ ସେବା। ମହାପ୍ରଭୁଙ୍କ ସେବାରେ ଲାଗି ପଡ଼ିଛନ୍ତି ଶ୍ରୀଅଙ୍ଗ ସେବକ ଦଇତାପତି। ମଧ୍ୟାହ୍ନ ଧୂପ ସରିବା ପରେ ଅଣସରରେ ମହାପ୍ରଭୁଙ୍କଠାରେ ଚକଟା ଭୋଗ ଏବଂ ପଣା ଭୋଗ କରାଯାଇଥିଲା। ବାହୁଡା ପହଣ୍ଡି ସରିବା ପରେ ଶୁକ୍ରବାର ରାତିରେ ଚିତା ଓଲାଗି ହୋଇ ଅଣସର ନୀତି ହୋଇଥିଲା। ଶନିବାର ଭୋର ସମୟରେ ତାଟିରେ ପଟିଦିଅଁଙ୍କୁ ରୁନ୍ଧା ଯାଇଥିଲା। ଶ୍ରୀଜଗନ୍ନାଥ ଶ୍ରୀଅନନ୍ତ ନାରାୟଣ ରୂପରେ, ମା ସୁଭଦ୍ରା ଭୁବନେଶ୍ୱରୀ ରୂପେ ଓ ଶ୍ରୀବଳଭଦ୍ର ଅନନ୍ତ ବାସୁଦେବ ଭାବେ ମହାଅଣସର ପଟିରେ ପରମ୍ପରା ଅନୁଯାୟୀ ସ୍ଥାନିତ ହୋଇଥିଲେ। ପରେ ଦଶାବତାର ବିଜେ, ମହାସ୍ନାନ ଆଦି ନୀତି ସମ୍ପନ୍ନ କରାଯାଇ ଅନବସର ନୀତି ଆରମ୍ଭ ହୋଇଥିଲା। ଅନ୍ୟପକ୍ଷରେ ଶ୍ରୀମନ୍ଦିର ସିଂହଦ୍ୱାର ଗୁମୁଟରେ ରହିଥିବା ପତିତପାବନ ଅନନ୍ତ ନାରାୟଣ ରୂପରେ ପଟିରେ ସ୍ଥାନିତ ହୋଇଛନ୍ତି। କିନ୍ତୁ ପଟି ଦିଅଁଙ୍କୁ ଭକ୍ତମାନେ ଦର୍ଶନ କରିପାରିବେ ନାହିଁ। କାରଣ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗତ ମାର୍ଚ୍ଚ ୨୦ରୁ ଶ୍ରୀମନ୍ଦିରକୁ ଭକ୍ତଙ୍କ ପ୍ରବେଶ ବନ୍ଦ କରାଯାଇଛି । ଯାହା ଏବେ ବି ବଳବତ୍ତର ରହିଛି। ତେବେ ଶହ ଶହ ବର୍ଷ ଧରି ଯାହା ସମ୍ଭବ ହୋଇପାରୁ ନ ଥିଲା ଏଥର ତାହା ସମ୍ଭବ ହୋଇଛି। ସ୍ନାନପୂର୍ଣ୍ଣିମା ଦିନ ଅଣସର ନୀତି ହେବାର ପରମ୍ପରା ଥିଲେ ହେଁ ସମୟ ଅଭାବରୁ ଏହା ହୋଇପାରି ନ ଥାଏ। ତେଣୁ ଏହା ପରଦିନଠାରୁ ଅଣସର ବିଧି ଆରମ୍ଭ ହୁଏ। ଫଳରେ ୧୫ ଦିନ ବଦଳରେ ୧୪ ଦିନିଆ ଅଣସର ହୁଏ। କିନ୍ତୁ ଏଥର ଦଇତାପତି ସେବକଙ୍କ ଉଦ୍ୟମ ଏବଂ ଅନ୍ୟ ସେବାୟତଙ୍କ ସମ୍ପୂର୍ଣ୍ଣ ସହଯୋଗରେ ୧୫ଦିନିଆ ଅଣସର ସମ୍ଭବ ହୋଇପାରିଛି ବୋଲି ଦଇତାପତି ନିଯୋଗ ସଭାପତି ରବୀନ୍ଦ୍ର ଦାସମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ପରିବାରଲୋକେ କରୁଥିଲେ ନାପସନ୍ଦ, ପ୍ରେମିକଙ୍କୁ ପାଇବାକୁ ଅପହରଣ ନାଟକ ରଚିଥିଲେ ପ୍ରେମିକା, ଏବେ ପୋଲିସ…

ଫୁଲବାଣୀ, ୨ା୧(ରାକେଶ କୁମାର ରାଉତ)- କନ୍ଧମାଳ ଜିଲା ଗୋଛାପଡା ଥାନା ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ କେତେ ଜଣ ଯୁବକ ତାଙ୍କ ଗାଁ ନିକଟରୁ...

ରେଳବାଇ ଷ୍ଟାଣ୍ଡିଂ କମିଟି ବୈଠକ: ଜିଲାର ଦାବି ଉପସ୍ଥାପନ କଲେ ପାରଳାଖେମୁଣ୍ଡି ବିଧାୟକ

ପାରଳାଖେମୁଣ୍ଡି,୨ା୧(ଗିରିଧାରୀ ପରିଚ୍ଛା)-ରେଳବାଇ ଷ୍ଟାଣ୍ଡିଂ କମିଟି ବୈଠକ ପୁରୀଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି। ଏଥିରେ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ତଥା ରାଜ୍ୟସଭା ଏମ୍‌ପି ଡ. ସିଏମ୍‌ ରମେଶ...

ପ୍ରଭାକର ସ୍ମାରକୀ ଭଲିବଲ୍‌ ଟୁର୍ନାମେଣ୍ଟ; ଫାଇନାଲକୁ ଗଲା ବ୍ରହ୍ମପୁର ପାଓ୍ବାର ସିକ୍ସ

ଦିଗପହଣ୍ଡି, ୨।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୫ମ ଦିବସ ଶୁକ୍ରବାର ପ୍ରଥମ...

କଲରାପତରିଆ ସହ ସମ୍ବର ଶିଙ୍ଘ ଜବତ ମାମଲା: ୬ଜଣଙ୍କୁ କୋର୍ଟ ଚାଲାଣ କଲା ଖଡ଼ିଆଳ ବନଖଣ୍ଡ

ଖଡ଼ିଆଳ,୨।୧(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ବନଖଣ୍ଡ ପକ୍ଷରୁ କଲରାପତରିଆ ବାଘ ଛାଲ ଏବଂ ଦୁଇଟି ସମ୍ବର ଶିଙ୍ଘ ଜବତ ମାମଲାରେ ଛଅଜଣ କୋର୍ଟ...

ନୂଆବର୍ଷ ଦିନ ହୋଇଯାଇଥିଲେ ନିଖୋଜ, ସକାଳୁ ଗଛରେ ଝୁଲୁଥିଲା ମୃତଦେହ; କୋକସରା ପୋଲିସ…

କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧିନସ୍ଥ ଜୟନ୍ତପୁର ପଞ୍ଚାୟତ ରଏନଗୁଡା ଗ୍ରାମରୁ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର...

ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଅଜାଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍

ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ  ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ  ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...

ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri