Posted inଖେଳ

ଚାଲିଥିଲା ଭାରତ-ବାଂଲାଦେଶ ମ୍ୟାଚ୍‌, ଅଚାନକ ଷ୍ଟାଡିୟମରେ ଲାଗିଲା ଧୋନୀ..ଧୋନୀ ନାରା ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୪।୧୧: ମୁଶଫିକର ରହିମଙ୍କ ଲୁଆ ଅର୍ଦ୍ଧଶତକ ବଳରେ ବାଂଲାଦେଶ ପ୍ରଥମ ଟି-୨୦ ମ୍ୟାଚରେ ଭାରତକୁ ୭ ଉଇକେଟରେ ହରାଇ ଐତିହାସିକ ବିଜୟ ହାସଲ କରିଛି। ଭାରତ ବିପକ୍ଷରେ ବାଂଲାଦେଶର ଏହା ପ୍ରଥମ ଟି-୨୦ ବିଜୟ। ଏହି ବିଜୟ ସହ ବାଂଲାଦେଶ ତିନିମ୍ୟାଚ ମ୍ୟାଚ ବିଶିଷ୍ଟ ସିରିଜରେ ୧-୦ରେ ଆଗୁଆ ହୋଇଛି। ଦିଲ୍ଲୀରେ ବାୟୁ ପ୍ରଦୂଷଣ ସତ୍ତ୍ବେ ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ଭାରତ ଏକାଧିକ ଭୁଲ କରିଥିଲା। ଖରାପ ଫିଲ୍ଡିଂ, ବୋଲିଂ ଏବଂ ଡିଆରଏସର ଭୁଲ ପ୍ରୟୋଗ ଭାରତ ମ୍ୟାଚ୍‌ ପରାଜୟର ମୁଖ୍ୟ କାରଣ ଥିଲା। ତେବେ ଉଇକେଟ୍‌କିପର ରୁଷଭ ପନ୍ତ ୧୦ ଓଭରର ଶେଷ ବଲରେ ୟୁଜବେନ୍ଦ୍ର ଚହଲଙ୍କ ଏକ ବଲରେ ଆଉଟ୍‌ ଅପିଲ୍‌ କରିଥିଲେ। କିନ୍ତୁ ଅମ୍ପାୟାର ଶୁଣି ନ ଥିଲେ। ଏହାପରେ ସେ ଅଧିନାୟକ ରୋହିତ ଶର୍ମାଙ୍କୁ ଡିଆରଏସ ନେବା ପାଇଁ କହିଥିଲେ। ଆଉ ପନ୍ତଙ୍କ କଥା ମାନି ରୋହିତ ଡିଆରଏସ ନେଇଥିଲେ। ତାହା ଭୁଲ୍‌ ପ୍ରମାଣିତ ହୋଇଥିଲା। ଏତିକି ଷ୍ଟାଡିୟମରେ ଧୋନୀ ଧୋନୀ ନାରା ଲାଗିଥିଲା। ସୂଚନାଯୋଗ୍ୟ, ଧୋନୀ ଡିଆରଏସ ନେବାରେ ମାହିର ଥିଲେ। ସେ ଯେବେ ବି ଡିଆରଏସ ପାଇଁ ଅଧିନାୟକଙ୍କୁ କହିଛନ୍ତି ତାହା ସଠିକ୍‌ ପ୍ରମାଣିତ ହୋଇଛି। ଏବେ ଧୋନୀ କ୍ରିକେଟରୁ ଦୂରେଇ ଯାଇଥିଲେ ମଧ୍ୟ ତାଙ୍କ ପ୍ରଶଂସକ ପ୍ରତି ମ୍ୟାଚରେ ମନେପକାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୌନ ନିର୍ଯାତନା: ଅଭିମୁକ୍ତେଶ୍ୱରାନନ୍ଦଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ

ଲକ୍ଷ୍ନୌ,୨୨।୨: ଉତ୍ତରାଖଣ୍ଡ ବଦ୍ରିନାଥସ୍ଥିତ ଜ୍ୟୋର୍ତିମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବିରୋଧରେ ଶିଶୁ ଯୌନ ନିର୍ଯ୍ୟାତନା ମାମଲା ରୁଜୁ କରିବାକୁ ଆହ୍ଲାବାଦସ୍ଥିତ ସ୍ବତନ୍ତ୍ର ପକ୍‌ସୋ କୋର୍ଟ ଶନିବାର ନିର୍ଦ୍ଦେଶ…

ବର୍ଡରରେ ପାକିସ୍ତାନର ବଡ଼ ଏୟାରଷ୍ଟ୍ରାଇକ୍‌, ସକାଳୁ ସକାଳୁ ଥରିଲା…

ଇସଲାମବାଦ,୨୨।୨: ପାକିସ୍ତାନର ବଡ଼ ଏୟାର ଷ୍ଟ୍ରାଇକ୍‌। ଆଫଗାନିସ୍ତାନରେ ପାକିସ୍ତାନ ବଡ଼ ଷ୍ଟ୍ରାଇକ୍‌ କରିଥିବା ସମ୍ପର୍କରେ ସୂଚନା ମିଳିଛି। ରିପୋର୍ଟ ଅନୁଯାୟୀ ପାକିସ୍ତାନୀ ବାୟୁସେନା ଆଫଗାନିସ୍ତାନର ପାକତିକା ପ୍ରଦେଶର…

ଜଳିଗଲା ବଡ଼ପଡ଼ିଆ ପରିବା ମାର୍କେଟ୍, ୬୫ ରୁ ଅଧିକ ଦୋକାନ ପୋଡ଼ି ପାଉଁଶ

ପାରାଦୀପ,୨୨।୨(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ବନ୍ଦର ସହର ବଡପଡିଆ ମୁଖ୍ୟ ପରିବା ମାର୍କେଟରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି ।ଏଥିରେ ୬୫ ରୁ ଅଧିକ…

ଭାରତୀୟ ବ୍ୟବସାୟୀଙ୍କୁ ଆଶ୍ବସ୍ତି; ଶସ୍ତା ହେବ ଆମେରିକା ବଜାରକୁ ଯାଉଥିବା ସାମଗ୍ରୀ

ଓ୍ବାଶିଂଟନ୍‌,୨୨।୨: ଆମେରିକା ସୁପ୍ରିମକୋର୍ଟରୁ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା । ଟାରିଫକୁ ସୁପ୍ରିମକୋର୍ଟ ବେଆଇନ କହିବା ପରେ ବଢ଼ିଲା ଟ୍ରମ୍ପଙ୍କ ଅଡୁଆ । ଭାରତ ଉପରେ ୧୮…

ଗୁଜରାଟ ମଡେଲର ସ୍ଥିତି

ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାୟ ୩୦ ବର୍ଷ ଧରି ନିରବଚ୍ଛିନ୍ନ ଭାବରେ ଗୁଜରାଟରେ ଶାସନ କରିଆସୁଛି। ବାସ୍ତବରେ ଗୁଜରାଟ ଏକ ଦୁଇ-ଦଳୀୟ ରାଜ୍ୟ। କିନ୍ତୁ ବାବ୍ରୀ…

ଖାମେନେଇଙ୍କୁ ହତ୍ୟା କରିପାରେ ଆମେରିକା

ଓ୍ବାଶିଂଟନ୍‌,୨୨।୨: ଇରାନର ସର୍ବୋଚ୍ଚ ଧର୍ମଗୁରୁ ଆୟାତୋଲ୍ଲା ଅଲୀ ଖାମେନେଇ ଏବଂ ତାଙ୍କ ପୁଅ ମୋଜତାବାଙ୍କୁ ହତ୍ୟା କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୋଜନା ଚଳାଇଛନ୍ତି। ଇରାନର…

ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ବୈଠକ, ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ନଳକୂପ ମରାମତି ନହେଲେ….

ଭଞ୍ଜନଗର,୨୨।୨(ବାବୁଲା ପ୍ରଧାନ): ଫେବୃଆରୀ ମାସରୁ ରାଜ୍ୟରେ ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଆରମ୍ଭ ହେଲାଣି । ଏହାକୁ ଦେଖିଲେ ଆଗକୁ ସ୍ଥିତି ଆହୁରି ଭୟଙ୍କର ହେବା ନେଇ ଆଶା…

ଓଡ଼ିଶାର ୧୨ ଜିଲାରେ ବାଲ୍ୟବିବାହ ସର୍ବାଧିକ, ସବୁଠୁ ଆଗରେ…

ଭୁବନେଶ୍ୱର,୨୨।୨ (ରବିନାରାୟଣ ଜେନା) : ଓଡ଼ିଶାର ବାଲ୍ୟବିବାହ ସ୍ଥିତିକୁ ନେଇ ଏକ ଚିନ୍ତାଜନକ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ୧୨ ଜିଲାରେ ବାଲ୍ୟବିବାହ ହାର ଜାତୀୟ ହାରଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri