ଚାଲି ଚାଲି ବିଶାଖାପାଟଣାରୁ ଉତ୍ତରପ୍ରଦେଶ

ନୂଆପଡା ଅଫିସ,୧୨ା୫: କରୋନା ପାଇଁ ସାରା ଦେଶ ଲକ୍‌ ଡାଉନ୍‌ ରହିଛି। କାମ ଧନ୍ଦା ବନ୍ଦ ହୋଇଯିବାରୁ ଶ୍ରମିକମାନେ ଚିନ୍ତାରେ ପଡ଼ିଛନ୍ତି। ଗାଡ଼ିମୋଟର ବନ୍ଦ ଥିବାରୁ ଲୋକେ ଯିଏ ଯେଉଁଠି ଅଟକି ରହିଛନ୍ତି। ଆଉ କେତେକ ସାଇକେଲ ଅଥବା ଚାଲି ଚାଲି ଘରମୁହାଁ ହୋଇଛନ୍ତି। ଭିଟାମାଟିରେ ପହଞ୍ଚିବାକୁ ଲୋକେ ଗୋଟିଏ ରାଜ୍ୟରୁ ଆଉ ଗୋଟିଏ ରାଜ୍ୟକୁ ଚାଲି ଚାଲି ଚାଲି ହଜାର ହଜାର କି.ମି. ରାସ୍ତା ଅତିକ୍ରମ କରୁଛନ୍ତି। ମଙ୍ଗଳବାର ୧୫ଜଣ ଶ୍ରମିକ ବିଶାଖାପାଟଣାରୁ ଚାଲି ଚାଲି ଉତ୍ତର ପ୍ରଦେଶର ଗୋରଖପୁର ଓ ଛତିଶଗଡ ଯିବାବାଟରେ ନୂଆପଡ଼ାରେ ଆସି ପହଞ୍ଚିଛନ୍ତି। ଏଠାରେ ସ୍ଥାନୀୟ କଲ୍ୟାଣ ମଣ୍ଡପ ନିକଟରେ ଥିବା ଅସ୍ଥାୟୀ ଶ୍ରମିକ ଶିବିର ନିକଟରେ ଏନ୍‌ଏସି ତରଫରୁ ଏମାନଙ୍କୁ ଆଶ୍ରୟ ଦିଆଯାଇଥିଲା। ରାଷ୍ଟ୍ରୀୟ ସ୍ବଂୟ ସେବକ ସଂଘର କର୍ମକର୍ତ୍ତା ଏମାନଙ୍କୁ ଖାଦ୍ୟ ପାନୀୟ ଯୋଗାଇ ଦେଇଥିଲେ। ମଧ୍ୟାହ୍ନରେ ସେମାନେ ନୂଆପଡ଼ା ଛାଡିବାବେଳେ କହିଛନ୍ତି ଯେ, ବାଟରେ ସେମାନଙ୍କୁ କୌଣସି ଗାଡ଼ିମୋଟର ଉଠାଉ ନାହାନ୍ତି। ଏଣୁ ଚାଲି ଚାଲି ଯିବାକୁ ପଡ଼ୁଛି। ପାଖରେ ଥିବା ଟଙ୍କା ସର ିଯାଇଛି। ବାଟରେ ଯିଏ ଯାହା ଦେଲା ଖାଇପିଇ ଆଗକୁ ଚାଲୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ବିପୁଳ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri