ଚାଳ ଘର ଓ ଗଛରେ ଓହଳୁଛି ମୋବାଇଲ

ହାଟଡିହୀ,୨୮।୧୨(ଡି.ଏନ.ଏ.)-ପ୍ରଧାନମନ୍ତ୍ରୀଙ୍କ ଡିଜିଟାଲ ଇଣ୍ଡିଆ ଯୋଜନା କାର୍ଯ୍ୟକାରୀ ହେବା ସତ୍ତ୍ୱେ ଏବେବି କେନ୍ଦୁଝର ଜିଲାର ବଣପାହାଡ ଘେରା ବହୁ ଅଞ୍ଚଳରେ ଟାୱାର ସେବା ନ ଥିବାରୁ ମୋବାଇଲ ଫୋନ କାମକୁୁ ଆସୁ ନାହିଁ ା ସିମ୍‌ କାର୍ଡ଼ ପଡିଥିଲେ ବି ଟାୱାର ସିଗ୍‌ନାଲ ଆସୁ ନ ଥିବାରୁ ଲୋକେ ମୋବାଇଲ ସେବା ପାଇବାରୁ ବଞ୍ଚିତ ହେଉଛନ୍ତି।
କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକର ଆଦିବାସୀ ବହୁଳ କେ.ବାଲପାଳ ପଞ୍ଚାୟତର ରାଇଘାଟି-୧, ରାଇଘାଟି-୨, ଭଅଁରା, ମଇରା ଆଦି ଗ୍ରାମରେ ମୋବାଇଲ ସେବା ପାଇବା ଲାଗି ଲୋକେ ଗଛ ଡ଼ାଳ ଏବଂ ଚାଳ ଘର ବାଉଁଶରେ ଓହଳାଇ କଥାବାର୍ତ୍ତା କରୁଥିବା ଦେଖିବାକୁ ମିଳୁଛି । ଆଦିବାସୀ କେ.ବାଲିପାଳ ପଞ୍ଚାୟତ କାର୍ଯ୍ୟାଳୟରେ ଇଣ୍ଟରନେଟ୍‌ ସୁବିଧା ନାହିଁ । ଗ୍ରାମ ଓ ଏହାପାଖରେ ଟାୱାର ନ ଥିବାରୁ ଲୋକେ ଯେଉଁ ଗୋଟିଏ ଗୋଟିଏ ସ୍ଥାନକୁ ଟାୱାର ଆସୁଛି, ସେଠାକୁ ଯାଇ ସେହି ସ୍ଥାନରେ ମୋବାଇଲକୁ ଓହଳାଇ ରଖି କଥା ହେଉଛନ୍ତି। ସେହି ଗାଁର ଲୋକେ ଉଚ୍ଚା ପଥର, ଗଛ କିମ୍ବା ପିଣ୍ଢା ଉପରେ ଠିଆ ହୋଇ ଫୋନ୍‌ରେ କଥାବାର୍ତା କରୁଛନ୍ତି। ଡ଼ିଜିଟାଲ ଇଣ୍ଡିଆ ଯୋଜନା ଏଠାକାର ଆଦିବାସୀ ଅଞ୍ଚଳ ଲାଗି ବର୍ତ୍ତମାନ ସୁଦ୍ଧା ସ୍ବପ୍ନ ହୋଇ ରହିିଛି ।


Enter your email to get our daily news in your inbox.

All Right Reserved By Dharitri.Com

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

ପାଟଣା କଲେଜର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଜଗନ୍ନାଥ ମହାନ୍ତ

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ମହାବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ତଥା ରିଡର ଜଗନ୍ନାଥ…

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହେଲା ପାକିସ୍ତାନ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

କରାଚି,୪ା୮: ପୁଣି ଥରେ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହୋଇଛି ପାକିସ୍ତାନ। ନିକଟରେ ଶେଷ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିବା ପାକିସ୍ତାନୀ ବକ୍ସର କୁଦ୍ରାତୁଲା ଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri