ଚାଷୀଙ୍କୁ ଗୋଇଠା ମାରିଲେ ପୂର୍ବତନ ସଭାପତି

କାମାକ୍ଷାନଗର, ୨୫।୨(ଡି.ଏନ.ଏ.)

ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ଜଗନ୍ନାଥପୁର ସେବା ସମବାୟ ସମିତିର ପୂର୍ବତନ ସଭାପତି ଅଶୋକ ନାୟକ ଏବଂ ତାଙ୍କ ପୁଅ ତଥା ସମିତିର ଡାଟା ଏଣ୍ଟ୍ରି ଅପରେଟର ଅମରେଶଙ୍କ ଦବଙ୍ଗଗିରିକୁ ନେଇ ଏବେ ସୋସିଆଲ ମିଡିଆରେ ଆରମ୍ଭ ହୋଇଛି ଚର୍ଚ୍ଚା। ମଣ୍ଡି ଚାଲିଥିବା ବେଳେ ଜଣେ ଚାଷୀଙ୍କୁ ଅଶୋକ ଗୋଇଠା ମାରୁଥିବା ଏବଂ ଅମରେଶ ବାଡ଼ି ଧରି ଧମକାଉଥିବାର ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଘଟଣା ପରେ ଅଞ୍ଚଳର ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।
ମିଳିଥିବା ସୂଚନା ଅନୁଯାୟୀ, କୋରିଆପାଳ ଗ୍ରାମର ଚାଷୀ ଗୌତମ ସାହୁ ମଣ୍ଡିକୁ ଧାନ ବିକ୍ରି କରିବାକୁ ଆଣିଥିଲେ। ହେଲେ ତାଙ୍କର ଟୋକନ ନମ୍ବର କଟିଯାଇଥିଲା। ଏ ନେଇ ସେ ଅମରେଶଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। ଏଥ ତ୍ରେ ଉତ୍ତ୍ୟକ୍ତ ହୋଇ ସେଠାରେ ଉପସ୍ଥିତ ଅଶୋକ ତାଙ୍କୁ ଗୋଇଠା ମାରିଥିଲେ। ଅମରେଶ ବାଡ଼ି ଧରି ଧମକାଇଥିଲେ। ଏହାର ଭିଡିଓ କେହି ଜଣେ ଉତ୍ତୋଳନ କରି ସୋସିଆଲ ମିଡିଆରେ ଭାଇରାଲ କରିଦେଇଛି। ଏ ନେଇ ସମବାୟ ସମିତି ସମୂହର ସହକାରୀ ରେଜିଷ୍ଟ୍ରାର (ଏଆର୍‌ସିଏସ୍‌) ପ୍ରିୟବ୍ରତ ମହାନ୍ତି କୁହନ୍ତି, ଘଟଣାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏ ନେଇ ଅଶୋକ କିମ୍ବା ଅମରେଶଙ୍କ ମତାମତ ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର କୋର୍ଟକୁ ବୋମା ଧମକ, ବ୍ୟାପକ ସୁରକ୍ଷା ବ୍ୟବସ୍ଥା; ବୋମା ନିଷ୍କ୍ରିୟକାରୀ ଦଳର ଛାନଭିନ୍ ଜାରି

ଭୁବନେଶ୍ୱର, ୮।୭: ରାଜଧାନୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ ମିଳିବା ପରେ ସମଗ୍ର କୋର୍ଟ ପରିସରରେ ହାଇ ଆଲର୍ଟ ଜାରି କରାଯାଇଛି। ଧମକ ଖବର ପାଇବା ମାତ୍ରେ…

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର…

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର

ବରଗଡ଼,୮ା୭(ପ୍ରେମାନନ୍ଦ ଖମାରୀ/ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଝାଞ୍ଜ ପାହାଡ଼ରୁ ନିଖୋଜ ହୋଇଥିବା ୨ଯୁବକ ପ୍ରାୟ ୨୦ ଘଣ୍ଟାର ସନ୍ଧାନ ପରେ ସୁରକ୍ଷିତ ଉଦ୍ଧାର…

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

ଭିଜିଲାନ୍ସ ଜାଲରେ ରେଞ୍ଜର, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ ସ୍ଥାନରେ ଚଢାଉ

କେନ୍ଦ୍ରାପଡା, ୮।୭ (ଜଗନ୍ନାଥ ଧଳ): କଟକସ୍ଥ ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ରେଞ୍ଜର ରବିନ୍ଦ୍ର କୁମାର ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

ଭିଜିଲାନ୍ସ ପଞ୍ଝାରେ ଖଣି ଉପନିର୍ଦ୍ଦେଶକ: ଏକକାଳୀନ ଚଢ଼ାଉବେଳେ ଘରୁ ମିଳିଲା ଏତେ ଟଙ୍କା

କୋରାପୁଟ/ଜୟପୁର,୮।୭ (ଅମିତାଭ ବେହେରା/ପବନ ପାଣିଗ୍ରାହୀ): ଜୟପୁରସ୍ଥିତ ଖଣି ବିଭାଗର ଉପନିର୍ଦ୍ଦେଶକ ସତ୍ୟଜିତ୍‌ ରାଉତ ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଧରାପଡିଛନ୍ତି। ବାଲିଘାଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri