ଚାଷୀଙ୍କୁ ନେଇ ବିଜେଡି-ଭାଜପା ଟଣାଓଟରା

ଭୁବନେଶ୍ୱର,୧୯।୧(ବ୍ୟୁରୋ): ଚାଷୀ ଓ ଚାଷକ୍‌ୁ ନେଇ ବିଜେଡି ଓ ଭାଜପା ମଧ୍ୟରେ ଟଣା ଓଟରା ଲାଗିଛି। କେନ୍ଦ୍ର ସରକାର ଚାଉଳ ସଂଗ୍ରହ ନୀତିରେ ପରିବର୍ତ୍ତନ କରିବା ସହିତ ଧାନ ସଂଗ୍ରହ ବାବଦରେ ଓଡ଼ିଶାକୁ ଦେବାକୁ ଥିବା ୬୦୪୦ କୋଟି ଟଙ୍କାର ସବ୍‌ସିଡି ଅର୍ଥ ତୁରନ୍ତ ପ୍ରଦାନ କରିବାକୁ ରାଜ୍ୟ ଭାଜପା ନେତାମାନେ କେନ୍ଦ୍ର ସରକାରଙ୍କ ଉପରେ ଚାପ ପକାନ୍ତୁ ବୋଲି ସୋମବାର ଏଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ବିଜେଡି ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ, ବିଧାୟକ ରୋହିତ ପୂଜାରୀ ଏବଂ ରାଜେନ୍ଦ୍ର ଢୋଲକିଆ ଏହି ଦାବି କରିଛନ୍ତି।
କୋଭିଡ୍‌ ମହାମାରୀ ସମୟରେ ଓଡ଼ିଶାର ଚାଷୀମାନେ ୨୦୨୦-୨୧ରେ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କ ନୀତି ଓ କାର୍ଯ୍ୟ ଏବେ ଓଡ଼ିଶା ଚାଷୀଙ୍କ ପାଇଁ କାଳ ହୋଇଛି। ନିକଟରେ କେନ୍ଦ୍ର ସରକାର ୨୦୨୦-୨୧ ରବି ଋତୁରେ ମୂଳ ଆକଳନର ୫୦ ପ୍ରତିଶତ ଉଷୁନା ଚାଉଳ ଉଠାଇବା ସହିତ ବଳକା ଚାଉଳ ନେବେନି ବୋଲି କହିଛନ୍ତି। କେନ୍ଦ୍ର ସରକାରଙ୍କ ଏହି ଚାଷୀ ବିରୋଧୀ ନୀତି ରାଜ୍ୟର ରାଷୀଙ୍କୁ ଗୁରୁତର ଭାବେ ପ୍ରଭାବିତ କରିଛି। ୨୦୨୦-୨୧ ଖରିଫ୍‌ ଋତୁରେ ୩୫.୪୯ ଲକ୍ଷ ମେଟ୍ରିକ ଟନ୍‌ ଧାନ ସଂଗ୍ରହ ହୋଇଥିବା ବେଳେ ଆହୁରି ୩୦ ଲକ୍ଷ ମେଟ୍ରିକ ଟନ୍‌ ଧାନ ସଂଗ୍ରହ ହେବ। ମୋଟ ୬୫ ଲକ୍ଷ ମେଟ୍ରିକ ଟନ୍‌ ଓ ରବି ଋତୁରେ ୧୭ ଲକ୍ଷ ମେଟ୍ରିକ ଟନ୍‌କୁ ମିଶାଇ ମୋଟ ୮୨ ଲକ୍ଷ ମେଟ୍ରିକ ଟନ୍‌ ଧାନ ସଂଗ୍ରହ ହେବ। ସେଥିରୁ ପ୍ରାୟ ୫୫ ଲକ୍ଷ ମେଟ୍ରିକ ଟନ୍‌ ଉଷୁନା ଚାଉଳ ମିଳିବ। ସେଥିରୁ ୨୪ ଲକ୍ଷ ମେଟ୍ରିକ ଟନ୍‌ ଓଡ଼ିଶାରେ ବ୍ୟବହୃତ ହେବ। ଏଫ୍‌ସିଆଇ ୧୦ ଲକ୍ଷ ମେଟ୍ରିକ ଟନ୍‌ ସଂଗ୍ରହ କରିବ। ଅବଶିଷ୍ଟ ପ୍ରାୟ ୨୧ ଲକ୍ଷ ଟନ୍‌ ଚାଉଳ ଯାହାର ମୂଲ୍ୟ ପାଖାପାଖି ୭୩୫୦ କୋଟି ଟଙ୍କା ହେବ, ଏହାକୁ କେନ୍ଦ୍ର ସରକାର ଉଠାଇବାକୁ ରାଜି ହେଉନାହାନ୍ତି । କେନ୍ଦ୍ର ସରକାର ଓଡ଼ିିଶାର ଚାଷୀ ବିରୋଧୀ ନୀତି ପ୍ରତ୍ୟାହାର କରିବା ସହ ସମସ୍ତ ଚାଉଳ ଉଠାଇବାକୁ ବିଜେଡି ନେତାମାନେ ଦାବି କରିଛନ୍ତି। ଓଡ଼ିଶା ରାଜ୍ୟ ଯୋଗାଣ ନିଗମ ଋଣ କରି ରାଜ୍ୟରୁ ଧାନ ସଂଗ୍ରହ କରୁଛି। ବର୍ତ୍ତମାନ ସୁଦ୍ଧା ଚାଷୀଙ୍କୁ ୬୫୫୦ କୋଟି ଟଙ୍କା ପ୍ରଦାନ କରାଯାଇ ସାରିଲାଣି। କେନ୍ଦ୍ର ସରକାର ତ୍ରୈମାସିକର ପ୍ରଥମ ମାସରେ ସବ୍‌ସିଡି ବାବଦରେ ଓଡ଼ିଶାକୁ ୬୦୪୦ କୋଟି ଟଙ୍କା ଦେବାକୁ ବାକି ରହିଛି। ତୁରନ୍ତ ଉକ୍ତ ଅର୍ଥ ପ୍ରଦାନ କରିବାକୁ ଦଳ ପକ୍ଷରୁ ଦାବି କରାଯାଇଛି। ନଚେତ ଓଡ଼ିଶାର ଚାଷୀମାନେ ରାଜରାସ୍ତାକୁ ଓହ୍ଲାଇବେ। ବିଜେଡି ଚାଷୀଙ୍କ ସପକ୍ଷରେ ଛିଡା ହେବ ବୋଲି ଦଳୀୟ ନେତାମାନେ ଚେତାବନୀ ଦେଇଛନ୍ତି।
ସେହିପରି ଭାଜପା ମଧ୍ୟ ବିଜେଡି ଅଭିଯୋଗର ପାଲଟା ଯବାବ ଦେଇଛି। ଭାଜପା ରାଜ୍ୟ କାର୍ଯ୍ୟାଳୟ ଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଭାଜପା ରାଜ୍ୟ ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତିଯେ ବିଜେଡିର ୩ ଜଣ ବିଧାୟକ ଚାଷୀଙ୍କ ସମସ୍ୟାକୁ ନେଇ କେନ୍ଦ୍ର ସରକାରଙ୍କୁ ଆକ୍ଷେପ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ବିଜେଡି ବିଧାୟକମାନେ ଠିକ୍‌ ତଥ୍ୟ ନ ଜାଣି କେବଳ ରାଜ୍ୟବାସୀଙ୍କୁ ମିଥ୍ୟା କହି ଭ୍ରମିତ କରିଛନ୍ତି। ଶାସକ ବିଜେଡି ଚାଷୀଙ୍କୁ ଶୋଷଣ କରି ମିଲରମାନଙ୍କ ପାଇଁ ଓକିଲାତି କରୁଛି ବୋଲି ସେ ଅଭିଯୋଗ କରିଛନ୍ତି। କେନ୍ଦ୍ର ସରକାର ଧାନର ଏମ୍‌ଏସପି ୧୮୬୮ଟଙ୍କା ଦେଉଥିବା ବେଳେ ମଣ୍ଡିରେ ୩କେଜିରୁ ୮କେଜି ପର୍ଯ୍ୟନ୍ତ କଟ୍‌ନି ଛଟ୍‌ନି ହେଉଥିବାରୁ ଚାଷୀ ପ୍ରକୃତ ମୂଲ୍ୟ ପାଇପାରୁନାହିଁ। ମଣ୍ଡି ଭିତ୍ତିଭୂମି ପାଇଁ କେନ୍ଦ୍ର ସରକାର ଅର୍ଥର ବ୍ୟବସ୍ଥା କରିଥିବା ସ୍ଥଳେ ଅଦ୍ୟାବଧି ଓଡିଶାରେ ମଣ୍ଡି ଭିତ୍ତିିଭୂମି ସୁଧୁରି ନାହିଁ। ଧାନ ଅଖା ପାଇଁ କେନ୍ଦ୍ର ଟଙ୍କା ଦେଉଥିଲେ ମଧ୍ୟ ଚାଷୀଙ୍କୁ ଅଖାର ଟଙ୍କା ଦିଆଯାଉନାହିଁ। ଏ ବର୍ଷ ଧାନକିଣା ପାଇଁ କେନ୍ଦ୍ର ସରକାର ୧୮ହଜାର କୋଟିରୁ ଉର୍ଦ୍ଧ୍ୱ ଟଙ୍କା ଦେଇଥିଲେ ମଧ୍ୟ ଓଡିଶାରେ ଅଦ୍ୟାବଧି ଅର୍ଦ୍ଧାଧିକ ଜିଲାରେ ଧାନମଣ୍ଡି ଖୋଲିନାହିଁ। ଡିସେମ୍ବର ୧ ତାରିଖରୁ ସମସ୍ତ ମଣ୍ଡି ଖୋଲିବା ନେଇ ରାଜ୍ୟ ସରକାର ଘୋଷଣା କରିଥିଲେ। କିନ୍ତୁ ମଣ୍ଡି କେବେ ଖୋଲି ବନ୍ଦ ହୋଇଗଲା ଚାଷୀ ତାହା ଜାଣିପାରିଲେ ନାହିଁ। ଚାଷୀଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ତୁରନ୍ତ ରାଜ୍ୟ ସରକାର ସମସ୍ତ ଜିଲାରେ ମଣ୍ଡି ଖୋଲି ଧାନ କିଣନ୍ତୁ ନଚେତ୍‌ ଆଗାମୀ ଦିନରେ ରାଜ୍ୟବ୍ୟାପୀ ବିକ୍ଷୋଭ କରାଯିବ ବୋଲି ସେ ଚେତାବନୀ ଦେଇଛନ୍ତି। ଏହି ଅବସରରେ ରାଜ୍ୟ କୃଷକ ମୋର୍ଚ୍ଚା ସାଧାରଣ ସମ୍ପାଦକ ସୁରଥ ବିଶ୍ୱାଳ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣୁପୁର ସରକାରୀ ହାଇସ୍କୁଲ ପାଲଟିଛି ରଣକ୍ଷେତ୍ର: ବେଞ୍ଚ ବିବାଦ-ପ୍ରେମ ସମ୍ପର୍କକୁ ନେଇ ହଷ୍ଟେଲ ଓ ଡେ-ସ୍କଲାର ଛାତ୍ରଙ୍କ ମଧ୍ୟରେ…

ଥୁଆମୂଳ ରାମପୁର, ୧୧।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଗୁଣୁପୁର ଗ୍ରାମପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି।…

ପିଲାଙ୍କ କଳିକୁ ନେଇ ମହିଳାଙ୍କୁ ଟଣାଓଟରା କରି ମାରିଥିଲେ ମାଡ଼: ଅଭିଯୁକ୍ତ ଗିରଫ, ଜାମିନ ନାମଞ୍ଜୁର ପରେ…

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲିବନ୍ଧ ଗ୍ରାମରେ ଜଣେ ମହିଳାଙ୍କୁ ଅସଦାଚରଣ ଓ ଆକ୍ରମଣ କରିବା…

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

କଇଠଡା ପଞ୍ଚାୟତ କାର୍ଯ୍ୟାଳୟରୁ ଚୋରି: ତାଲା ଭାଙ୍ଗି… ସରପଞ୍ଚଙ୍କ ଏତଲା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ପଞ୍ଚାୟତ କାର୍ଯ୍ୟାଳୟରୁ ବିଳମ୍ବିତ ରାତିରେ ଚୋରି ହୋଇଥିବା ଏକ ଅଭାବନୀୟ ଘଟଣା ସାମ୍ନାକୁ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

ଅଙ୍ଗନୱାଡି ଗୃହ ନିର୍ମାଣ ବିବାଦ: ୨୧ ଆନ୍ଦୋଳନକାରୀଙ୍କ ବିରୁଦ୍ଧରେ ମାମଲା ରୁଜୁ କଲେ ସିଡିପିଓ

ଭଞ୍ଜନଗର, ୧୧।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଜଗନ୍ନାଥପ୍ରସାଦ ବ୍ଲକ ରାଉତି ପଞ୍ଚାୟତରେ ଅଙ୍ଗନୱାଡି କେନ୍ଦ୍ରର ସ୍ଥାୟୀ ଗୃହ ନିର୍ମାଣକୁ ନେଇ ଚାଲିଥିବା ବିବାଦ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri